< Nehemia 11 >

1 Viongozi wa watu waliishi Yerusalemu, na watu wengine walipiga kura ili kuleta mmoja kati ya watu kumi kuishi Yerusalemu, mji mtakatifu, na wengine tisa walibakia katika miji mingine.
ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
2 Na watu wakawabariki wote waliojitoa kwa hiari kuishi Yerusalemu.
ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।
3 Hawa ndio viongozi wa mkoa ambao waliishi Yerusalemu. Hata hivyo, katika miji ya Yuda kila mtu aliishi katika nchi yake mwenyewe, ikiwa ni pamoja na Waisraeli, makuhani, Walawi, watumishi wa hekalu, na wazao wa watumishi wa Sulemani.
ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
4 Katika Yerusalemu waliishi baadhi ya wana wa Yuda na baadhi ya wana wa Benyamini. Watu wa Yuda walikuwa pamoja na Athaya, mwana wa Uzia, mwana wa Zekaria, mwana wa Amaria, mwana wa Shefatia, mwana wa Mahalaleli, mwana wa Peresi.
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;
5 Na Maaseya, mwana wa Baruki, mwana wa Kolhoze, mwana wa Hazaya, mwana wa Adaya, mwana wa Yoyaribu, mwana wa Zakaria, mwana wa Mshelani, alikuwa mwana wa Baruki.
ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।
6 Wana wote wa Peresi waliokaa Yerusalemu walikuwa 468. Walikuwa masujaa.
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀରପୁରୁଷ ଯିରୂଶାଲମରେ ବାସ କଲେ।
7 Hao ndio wana wa Benyamini, Salu, mwana wa Meshulamu, mwana wa Yoedi, mwana wa Pedaya, mwana wa Kolaya, mwana wa Maaseva, mwana wa Ithieli, mwana wa Yehaya.
ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।
8 Na baada yake, Gabai na Salai, watu 928.
ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।
9 Yoeli mwana wa Zikri alikuwa mwangalizi wao; na Yuda mwana wa Hasenua alikuwa mkuu wa pili juu ya mji.
ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।
10 Kutoka kwa makuhani Yedaya, mwana wa Yoyaribu, Yakini,
ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍‍ର ପୁତ୍ର ଯିଦୟୀୟ, ଯାଖୀନ୍‍,
11 Seraya mwana wa Hilikia, mwana wa Meshulamu, mwana wa Sadoki, mwana wa Merayoti, mwana wa Ahitubu, mkuu wa nyumba ya Mungu,
ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମ୍‍ର ପୁତ୍ର, ମଶୁଲ୍ଲମ୍‍ ସାଦୋକର ପୁତ୍ର, ସାଦୋକ ମରାୟୋତ୍‍ର ପୁତ୍ର, ମରାୟୋତ୍‍ ଅହୀଟୂବ୍‍ର ପୁତ୍ର, ଅହୀଟୂବ୍‍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।
12 na wenzake waliofanya kazi ya ukoo, watu 822. na Adaya mwana wa Yerohamu, mwana wa Pelalia, mwana wa Amzi, ​​mwana wa Zekaria, mwana wa Pashuri, mwana wa Malkiya.
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,
13 Nao walikuwa washirika wake waliokuwa wakuu wa jamaa, wanaume 242, na Maasai mwana wa Azareli, mwana wa Azai, mwana wa Meshilemothi, mwana wa Imeri;
ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,
14 na ndugu zao, 128 wapiganaji wenye ujasiri, wenye ujasiri; Waziri wao aliyeongoza alikuwa Zabdieli, mwana wa Hageoli.
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
15 Na Walawi Shemaya mwana wa Hashubu, mwana wa Azrikamu, mwana wa Hashabia, mwana wa Buni,
ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍‍ର ପୁତ୍ର ଶମୟୀୟ, ସେହି ହଶୂବ୍‍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
16 na Shabethai, na Yozabadi, ambao walikuwa ni viongozi wa Walawi, waliosimamia kazi za nje ya nyumba ya Mungu.
ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍‍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;
17 Alikuwepo Matania, mwana wa Mika, mwana wa Zakri, mwana wa Asafu, aliyekuwa mkurugenzi aliyeanza shukrani kwa sala, na Bakbukia, wa pili miongoni mwa ndugu zake, na Abda mwana wa Shemaya, mwana wa Galali, mwana wa Yeduthuni.
ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।
18 Katika mji wote mtakatifu walikuwa Walawi 284.
ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ।
19 Walinzi wa malango Akubu, Talmoni, na washirika wao, ambao waliolinda milango, wanaume 172.
ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।
20 Na wale waliosalia wa Israeli, na makuhani, na Walawi, walikuwa katika miji yote ya Yuda. Kila mtu aliishi katika milki yake mwenyewe.
ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
21 Wafanyakazi wa hekalu waliishi Ofeli, na Siha na Gishpa walikuwa wakiwaongoza.
ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।
22 Mtawala mkuu juu ya Walawi waliokuwa wakitumikia Yerusalemu alikuwa Uzi mwana wa Bani, mwana wa Hashabia, mwana wa Matania, mwana wa Mika, wa wana wa Asafu, ambao walikuwa waimbaji wa kazi katika nyumba ya Mungu.
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
23 Walikuwa chini ya maagizo kutoka kwa mfalme na maagizo imara yalitolewa kwa waimbaji kila siku inavyohitajika.
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
24 Pethahia mwana wa Meshezabeli, mwana wa Zera, mwana wa Yuda, alikuwa upande wa mfalme kwa habari zote za watu.
ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍‍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।
25 Kuhusu vijiji na mashamba yao, baadhi ya watu wa Yuda wakakaa Kiriath-arba, na vijiji vyake, na Diboni, na vijiji vyake, na Yekabzeeli na vijiji vyake.
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;
26 Wakaishi katika Yeshua, Molada, Beth-Peleti,
ଆଉ ଯେଶୂୟରେ, ମୋଲାଦାରେ ଓ ବେଥ୍-ପେଲଟରେ;
27 Hazar-Shuali, Beersheba na vijiji vyake.
ଆଉ ହତ୍‍ସର-ଶୁୟାଲ୍‍ରେ, ବେର୍‍ଶେବା ଓ ତହିଁର ଉପନଗରରେ;
28 Nao wakakaa Siklagi, na Mekona, na vijiji vyake,
ଆଉ ସିକ୍ଲଗ୍‍ରେ, ମକୋନା ଓ ତହିଁର ଉପନଗରରେ;
29 Enrimoni, Sora, Yarmuthi,
ଆଉ ଐନ୍‍-ରିମ୍ମୋଣରେ, ସରାୟରେ ଓ ଯର୍ମୂତରେ;
30 Zanoa, Adulamu, na vijiji vyake, na Lakishi, na mashamba yake, na Azeka, na vijiji vyake. Basi wakakaa kutoka Beer-sheba mpaka bonde la Hinomu.
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍‍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍‍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
31 Watu wa Benyamini pia walikuwa wakiishi kutoka Geba, kwenda Mikmashi na Aiya, na Beth-eli na vijiji vyake.
ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପନଗରରେ;
32 Waliishi Anathothi, Nobu, Anania,
ଅନାଥୋତ୍‍, ନୋବ ଓ ଅନନୀୟାରେ;
33 Hazori, Rama, Gitaimu,
ହାସୋର, ରାମା, ଗିତ୍ତୟିମରେ;
34 Hadidi, Seboimu, Nebalati,
ହାଦୀଦ୍‍, ସବୋୟିମ, ନବଲ୍ଲାଟରେ;
35 Lodi, na Ono, bonde la wafundi.
ଲୋଦ୍‍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।
36 Walawi wengine waliishi Yuda wengine Benyamini.
ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ୍ ସହିତ ସଂଯୁକ୍ତ ହେଲେ।

< Nehemia 11 >