< Nehemia 7 >

1 Wakati ukuta ulipomalizika na milango nimekwisha kuisimamisha, na walinzi wa malango na waimbaji na Walawi walikuwa wamechaguliwa,
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
2 nikampa ndugu yangu Hanani kuwa na amri juu ya Yerusalemu, pamoja na Hanania ambaye alikuwa msimamizi wa kijiji, kwa kuwa alikuwa mwaminifu na alimuogopa Mungu zaidi kuliko wengi.
ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
3 Nami nikawaambia, Msifungue malango ya Yerusalemu mpaka jua litakapokuwa kali. Wakati walinzi wa mlango wanalinda, unaweza kufunga milango na kuikaza. Chagua walinzi kutoka kwa wale wanaoishi Yerusalemu, wengine mahali pa kituo chao cha ulinzi, na wengine mbele ya nyumba zao wenyewe.
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
4 Sasa jiji lilikuwa pana na kubwa, lakini kulikuwa na watu wachache ndani yake, na hakuna nyumba zilizojengwa tena.
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
5 Mungu wangu aliweka moyoni mwangu, kuwakusanya pamoja wakuu, maafisa, na watu kuwaandikisha katika familia zao. Nilipata Kitabu cha kizazi cha wale ambao walirudi kwanza na nikaona kwamba imeandikwa humo.
ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
6 Hawa ndio watu wa jimbo ambao walikwenda kutoka kwenye uhamisho wa wale waliohamishwa ambao Nebukadreza mfalme wa Babeli aliwachukua mateka. Wakarudi Yerusalemu na Yuda, kila mmoja kwenda kwenye mji wake.
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
7 Walikuja na Zerubabeli, Yoshua, Nehemia, Seraya, Reelaya, Nahamani, Mordekai, Bilshani, Mispari, Bigwai, Rehumu na Baana. Idadi ya wana wa Israeli ilikuwa.
ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
8 Wana wa Paroshi, 2, 172.
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
9 Wana wa Shefatia, 372.
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
10 Wana wa Ara, 652.
ଆରହର ସନ୍ତାନ ଛଅ ଶହ ବାବନ ଜଣ।
11 Wana wa Pahath Moabu,
ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
12 kwa wana wa Yeshua na Yoabu, 2, 818.
ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
13 Wana wa Elamu, 1, 254.
ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
14 Wana wa Zatu, 845. Wana wa Zakai, 760.
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
15 Wana wa Binnui, 648.
ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
16 Wana wa Bebai, 628.
ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।
17 Wana wa Azgadi, 2, 322.
ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।
18 Wana wa Adonikamu, 667.
ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।
19 Wana wa Bigwai, 2, 067.
ବିଗ୍‍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
20 Wana wa Adini, 655.
ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
21 Wana wa Ateri, wa Hezekia, 98.
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
22 Wana wa Hashumu, 328.
ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
23 Wana wa Besai, 324.
ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
24 Wana wa Harifu, 112.
ହାରୀଫର ସନ୍ତାନ ଏକ ଶହ ବାର ଜଣ।
25 Wana wa Gibeoni, 95.
ଗିବୀୟୋନ୍‍ର ସନ୍ତାନ ପଞ୍ଚାନବେ ଜଣ।
26 Watu kutoka Bethlehemu na Netofa, 188.
ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।
27 Watu wa Anathothi, 128.
ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
28 Watu wa Beth Azmaweth, 42.
ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।
29 Watu wa Kiriath Yearimu, Kefira, na Beerothi, 743.
କିରୀୟଥ୍‍-ଯିୟାରୀମ୍‍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।
30 Watu wa Rama na Geba, 621.
ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ।
31 Watu wa Mikmasi, 122.
ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
32 Watu wa Betheli na Ai, 123.
ବେଥେଲ୍‍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।
33 Watu wa Nebo, 52.
ଅନ୍ୟ ନବୋର ଲୋକ ବାବନ ଜଣ।
34 Watu wa Elamu wa pili, 1, 254.
ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
35 Watu wa Harimu, 320.
ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
36 Watu wa Yeriko, 345.
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
37 Watu wa Lodi, Hadidi, na Ono, 721.
ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।
38 Watu wa Senaa, 3, 930.
ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।
39 makuhani Wana wa Yedaya (wa nyumba ya Yeshua), 973.
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
40 Wana wa Imeri, 1, 052.
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
41 Wana wa Pashuri, 1, 247.
ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
42 Wana wa Harimu, 1, 017.
ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।
43 Walawi, wana wa Yeshua, wa Kadmieli, wa Binui, wa Hodavia, 74.
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।
44 Waimbaji wana wa Asafu; 148.
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
45 Waliofungua mlango wana wa Shalumu, wana wa Ateri, wana wa Talmoni; wana wa Akubu, wana wa Hatita, wana wa Shobai, 138.
ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
46 Watumishi wa Hekalu wana wa Siha, wana wa Hasufa, wana wa Tabaothi,
ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
47 wana wa Kerosi, wana wa Siaha, wana wa Padoni,
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
48 wana wa Lebana, wana wa Hagaba, wana wa Salmai,
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍‍ମୟର ସନ୍ତାନଗଣ;
49 wana wa wa Hanani, wana wa Gideli, wana wa Gahari.
ହାନନ୍‍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
50 Wana wa Reaya, wana wa Resini, wana wa Nekoda,
ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
51 wana wa Gazamu, wana wa Uza, wana wa Pasea,
ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
52 wana wa Besai, wana wa Meunimu, wana wa Nefusimu.
ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
53 Wana wa Bakbuki, wana wa Hakufa, wana wa Harhuri,
ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
54 wana wa Baslith, wana wa Mehida, wana wa Harsha,
ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
55 wana wa Barkosi, wana wa Sisera, wana wa Tema,
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
56 wana wa Nesia, wana wa Hatifa.
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
57 Wana wa Sulemani, wana wa Sotai, wana wa Sofeereth, wana wa Peruda,
ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
58 wana wa Yaala, wana wa Darkoni, wana wa Gideli,
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
59 wana wa Shefatia, wana wa Hatili, wana wa Pokerethi Sebaimu, wana wa Amoni.
ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୋନ୍‍ର ସନ୍ତାନଗଣ।
60 Watumishi wote wa hekalu, na wana wa watumishi wa Sulemani, walikuwa 392.
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
61 Hawa ndio watu waliokwenda kutoka Tel Mela, Tel harsha, Kerub, Addon, na Imeri. Lakini hawakuweza kuthibitisha kwamba wao au jamaa za baba zao walikuwa wana wa Israeli,
ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
62 wana wa Delaya, wana wa Tobia, na wana wa Nekoda, 642.
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।
63 Na kutoka kwa makuhani Wana wa Habaya, Hakosi, na Barzilai ( akamchukua mkewe kutoka kwa binti za Barzilai wa Gileadi na akaitwa kwa jina lao).
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
64 Hawa walitafuta rekodi zao kati ya waliojiunga na kizazi chao, lakini hawakuweza kupatikana, kwa hivyo waliondolewa katika ukuhani kama walio najisi.
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
65 Naye mkuu wa gavana akawaambia wasiruhusiwe kula chakula cha makuhani kutoka kwenye dhabihu mpaka atakapoinuka kuhani mwenye Urimu na Thumimu.
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
66 Kusanyiko lote lilikuwa 42, 360,
ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
67 isipokuwa watumishi wao wa kiume na watumishi wao wa kike, ambao walikuwa 7, 337. Walikuwa na wanaume na wanawake wa kuimba 245.
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
68 Farasi zao zilikuwa 736 kwa idadi, nyumbu zao, 245,
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
69 ngamia zao, 435, na punda zao, 6, 720.
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।
70 Baadhi ya wakuu wa familia za baba zao walitoa zawadi kwa ajili ya kazi. Gavana alitoa sadaka ya darkoni elfu ya dhahabu, mabakuli 50, na mavazi 530 ya makuhani.
ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
71 Baadhi ya wakuu wa familia za baba zao waliwapa katika hazina kwa kazi darkroni elfu ishirini za dhahabu na mane 2, 200 za fedha.
ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।
72 Watu wengine waliwapa darkoni za dhahabu ishirini elfu, na dhahabu elfu mbili za fedha, na mavazi sitini na saba kwa makuhani.
ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
73 Basi makuhani, Walawi, walinzi wa malango, waimbaji, watu wengine, watumishi wa hekalu, na Israeli wote waliishi katika miji yao. Hata mwezi wa saba watu wa Israeli walikuwa wakiishi katika miji yao.”
ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।

< Nehemia 7 >