< Nehemia 8 >

1 Watu wote walikusanyika kama mtu mmoja katika eneo la wazi mbele ya lango la maji. Wakamwomba Ezra mwandishi akilete Kitabu cha Sheria ya Musa, ambacho Bwana aliwaamuru Israeli.
ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
2 Siku ya kwanza ya mwezi wa saba, Ezra, kuhani, akaleta sheria mbele ya mkutano, wanaume na wanawake, na wote waliokuwa na uwezo wa kusikia na kuelewa.
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
3 Akatizama eneo lililo wazi mbele ya lango la Maji, na akasoma toka asubuhi hadi adhuhuri, mbele ya wanaume na wanawake, na yeyote ambaye angeweza kuelewa. Na wote wakasikiliza kwa makini kitabu cha Sheria.
ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
4 Na Ezra, mwandishi, alisimama juu ya jukwaa la mbao ambalo watu walikuwa wametengeneza kwa kusudi hilo. Pembeni yake walisimama Matithia, Shema, Anaya, Uria, Hilkia na Maaseya, upande wake wa kuume; na Pedaya, Misbaeli, Malkiya, Hashumu, Hashbadani, Zekaria na Meshulamu walikuwa wamesimama upande wake wa kushoto.
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।
5 Ezra alifungua kitabu mbele ya watu wote, kwa kuwa alikuwa amesimama juu ya watu, na alipoufungua watu wote wakasimama.
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
6 Ezra akamshukuru Bwana, Mungu mkuu; na watu wote wakainua mikono yao, wakajibu, “Amina! Amina!” Wakainamisha vichwa vyao, wakamwabudu Bwana kwa nyuso zao zikiwa chini.
ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7 Yeshua, Bani, Sherebia, Yamini, Akubu, Shabethai, Hodai, Maaseya, Kelita, Azaria, Yozabidi, Hanania, Pelaya nao ni Walawi, waliwasaidia watu kuelewa sheria, watu wakakaa mahali pao.
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
8 Wao walisoma katika kitabu, Sheria ya Mungu, wakaeleza wazi kwa tafsiri na kutoa maana ili watu waelewe yaliyosomwa.
ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
9 Nehemia, gavana, na Ezra kuhani, na mwandishi, na Walawi waliokuwa wakitafsiri kwa watu, wakawaambia watu wote, Siku hii ni takatifu kwa Bwana, Mungu wenu. Msiomboleze au kulia. Kwa kuwa watu wote walilia wakati waliposikia maneno ya sheria.
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
10 Nehemia akawaambia, 'Nendeni, mle kilichonona, mkate na maji ya kunywa, na mpelekeni mtu asiye na kitu, kwa maana siku hii ni takatifu kwa Bwana wetu. Msiwe na huzuni, kwa kuwa furaha ya Bwana ni nguvu zenu.
ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
11 Basi Walawi wakawafanya watu kuwa na utulivu, wakisema, “Nyamazeni! kwa maana siku hii ni takatifu. Msiwe na huzuni.”
ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
12 Watu wote wakaenda kula na kunywa na kugawana chakula na kusherehekea kwa furaha kubwa kwa sababu walielewa maneno waliyohubiriwa.
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
13 Siku ya pili viongozi wa nyumba za mababu kutoka kwa watu wote, makuhani na Walawi, wakakusanyika kwa Ezra, mwandishi ili kupata ufahamu kutoka kwenye maneno ya sheria.
ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
14 Wakaona imeandikwa katika sheria namna Bwana alivyomuamuru Musa kwamba wana wa Israeli waishi katika hema wakati wa sikukuu ya mwezi wa saba.
ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
15 Wanapaswa kutoa tamko katika miji yao yote, na huko Yerusalemu, wakisema, 'Nendeni nje kwenye nchi ya vilima, na mkalete matawi kutoka kwenye mzeituni mwitu, na matawi ya mihadsi, na matawi ya mitende na matawi ya miti minene ili kufanya vibanda vya muda kama ilivyoandikwa.”
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
16 Basi watu wakatoka na kuleta matawi, wakajifanyia mahema, kila mmoja juu ya paa zao, katika ua zao, katika mahakama za nyumba ya Mungu, mahali pa wazi pa lango la Maji, na katika mraba wa lango la Efraimu.
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
17 Kisha kusanyiko lote la wale waliorudi kutoka kifungoni wakafanya mahema na kukaa ndani yake. Kwa kuwa tangu siku za Yoshua, mwana wa Nuni hata siku hiyo, watu wa Israeli hawakuadhimisha sikukuu hii. Na furaha ilikuwa kubwa sana.
ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
18 Pia siku kwa siku, tangu siku ya kwanza hadi mwisho, Ezra alisoma kutoka Kitabu cha Sheria ya Mungu. Walifanya sikukuu kwa siku saba na siku ya nane kilikuwa na kusanyiko zuri, kwa utiifu wa amri.
ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।

< Nehemia 8 >