< Hesabu 14 >

1 Usiku huo watu wote walilia kwa sauti.
ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।
2 Watu wote wa Israeli wakamlalamikia Musa na Haruni. Watu wote wakawaambia, “Ni bora kama tungelifia katika nchi ya Misri, au katika hili!
ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!
3 Kwa nini BWANA alituleta katika nchi hii ili tufe kwa upanga? Wake zetu na watoto wetu watakuwa watumwa wao. Je, si bora kwetu kurudi Misri?”
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”
4 Wakasemezana wao kwa wao, “Na tuchague kiongozi mwingine, turudi Misri.”
ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”
5 Ndipo Musa na Haruni wakalala kifudifudi mbele ya kundi lote la wana wa Israeli.
ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
6 Joshua mwana wa Nuni na Kalebu mwana wa Yefune, ambao walikuwa miongoni mwa wale waliokuwa waemtumwa kwenda kuipeleleza nchi wakachana mavazi yao.
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
7 Wakawaambia watu wote wa Israeli. Walisema, “Ile nchi tuliyopita katikati yake ni nchi nzuri sana.
ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।
8 Kama BWANA amependezwa nasi, basi atatuingiza katika nchi hii na kutupatia. Ile nchi inatiririka maziwa na asali.
ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
9 Lakini msimwasi BWANA, na msiwahofie hao wakazi wa nchi hiyo. Tutawateketeza kwa urahisi kama kula chakula. Ulinzi wao utaondolewa kutoka kwao, kwa sababu BWANA yuko pamoja nasi. Msiwahofie.”
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”
10 Lakini watu wote walitishia kuwapiga kwa mawe mpaka wafe. Kisha utukufuwa BWANA ukaonekana kwenye hema ya kukutania kwa watu wote wa Israeli.
ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
11 BWANA akamwambi Musa, “watu hawa watanidharau hadi lini? Wataendelea kutoniamini mpaka lini? Nijapokuwa nimefanya ishara kwa nguvu zangu kati yao?
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?
12 Nitawapiga kwa mapigo, na kuwaondolea urithi, na kufanya taifa kubwa kutoka kwenye ukoo wako ambalo litakuwa kubwa na lenye nguvu kuliko wao.
ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”
13 Musa akamwambia BWANA, “Kama utafanya hivi, Na Wamisiri wakisikia habari hizi, na kwa sababu uliwaokoa kutoka kwao kwa nguvu zako.
ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
14 Basi watawaambia wakazi wa nchi hii. Wamesikia ya kuwa wewe BWANA u kati ya watu hawa, kwa sababu uso wako waonekana. Wingu lako husimama juu ya watu wetu. Wewe huwatangulia katika nguzo ya wingu wakati wa mchana na katika nguzo ya moto wakati wa usiku.
ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
15 Sasa kama utawaua hawa watu kama mtu mmoja, basi mataifa ambao wamesikia sifa zako watasema,
ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
16 “Kwa Sababu BWANA hana uwezo wa kuwapeleka watu hawa katika nchi ambayo aliwaapia kuwapa, ndiyo maana amewaua katika jangwa hili.'
‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’
17 Sasa, nakusihi, utumie uweza wako. Kwa kuwa umesema kuwa,
ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,
18 'BWANA si mwepesi wa hasira na ni mwingi wa uaminifu katika agano. Yeye husamehe uovu na uasi. Kwa vyovyote vile atafutilia hatia atakapoleta hukumu ya dhambi za mababu juu ya wazao wao, kwa kizazi cha tatu na cha nne.'
‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’
19 Ninakusihi uwasameha watu hawa dhambi zao kwa sababu ya ukuu wa uaminifu wa agano lako, kama vile ambavyo umekuwa ukiwasamehe watu hawa tokea wakati wakiwa Misri mpaka sasa.”
ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
20 BWANA akasema, Nimewasamehe kwa kama ulivyoomba,
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
21 bali kama Niishivyo, na kama vile dunia yote itakavyojazwa na utukufu wangu,
ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
22 watu wote walioona utukufu wangu na ishara za nguvu zangu nilizotenda kule Misri na kule jangwani - Lakini bado wamenijaribu mara kumi sasa na hawakuisikiliza sauti yangu.
ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
23 Kwa hiyo nasema kwamba hakika hawataiona nchi ile ambayo niliwaahdi kuwapa mababu zao. Hakuna hata mmoja wao ambao wamenidharau watakaoiona,
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
24 isipokuwa mtumishi wangu Kalebu, kwa sababu alikuwa na roho nyingine. Yeye amenifuata kwa ukamilifu; Yeye nitampeleka katika nchi hiyo ambayo alienda kuipeleleza. Wazao wake wataimilki.
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
25 (Sasa Waamaleki na Wakanani waliishi katika bonde.) Kesho mtageuka na kwenda katika jangwa kwa njia ya bahari ya Shamu.”
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
26 BWANA akanena na Musa na Haruni, akasema,
ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
27 “Nitaivumilia jamii ya watu hawa waovu ambao wananinung'unikia mpaka lini? Nimeyasikia malalamiko ya wana wa Israeli dhidi yangu.
“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
28 Waambie, 'Kama niishivyo,' asema BWANA, 'kama vile mlivyosema katika masikio yake, nitawafanyia jambo hili:
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
29 Maiti zenu zitaanguka katika jangwa hili, Ninyi nyote mliolalamika dhidi yangu, ninyi mliohesabiwa kwenye ile sensa, idadi yote ya watu kuanzia umri wa mika ishirini na kuendelea.
ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
30 Kwa hakika hamtaingia kwenye ile nchi ambayo niliahidi kuwapa kuwa makazi yenu, isipokuwa Kalebu mwana wa Yefune na Joshua mwana wa Nuni.
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
31 Bali watoto wenu ambao mlisema kuwa watakuwa watumwa, wao ndio nitakaowapeleka katika nchi hiyo. Wao wataifurahia nchi ambayo nInyi mmeikataa!
ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
32 Lakini ninyi, maiti zenu zitaanguka katika jangwa hili.
ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।
33 Watoto wenu watakuwa wachungaji katika jangwa hili kwa muda wa miaka arobaini. Lazima watabeba madhara ya matendo yenu ya kutokuamini mpaka mwisho wa maiti ya mwisho jangwani.
ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
34 Kama vile ilivyo hesabu ya siku ambayo mliipeleleza nchi—siku arobaini, vivyo hivyo mtabeba madhara ya dhambi zenu kwa muda wa miaka arobaini—mwaka mmoja kwa kila siku moja, na mtajua kuwa ni sawa na kuwa adui yangu.
ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
35 Mimi BWANA nimesema. Hakika nitafanya hivi kwa kizazi hiki chote kiovu ambacho kimekusanyika kinyume na Mimi. Wao watakatwa kabisa, na watafia hapa.'”
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’”
36 Kwa hiyo wale wanaume ambao Musa aliwatuma kwenda kuingalia ile nchi wote walikufa kwa tauni mbele ya BWANA.
ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
37 Hawa ni wale ambao waliorudi na kutoa taarifa mbaya juu ya nchi. Hii iliwafanya watu wote wamlalamikie Musa.
ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
38 Kati ya watu wale waliokuwa wameenda kuiangalia nchi ile, ni Joshua mwana wa Nuni na Kalebu mwana wa Yefune tu ndio waliobaki hai.
ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
39 Musa alipowataarifu mambo haya watu wote wa Israeli waliomboleza sana.
ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
40 Waliamka asubuhi na mapema wakaenda juu ya mlima na kisha wakasema, “Tazama, tuko hapa, na tutaenda mahali pale ambapo BWANA ametuahidi, kwa kuwa tumetenda dhambi.”
ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
41 Lakini Musa akasema, “Kwa nini sasa mnapinga amri ya BWANA? hamtafanikiwa.
ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
42 Msiende, kwa sababu BWANA hayuko pamoja nanyi kuwalinda dhidi ya maadui zenu.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
43 Waamaleki na Wakanaani wako kule, na mtakufa kwa upanga kwa sababu mliumtegea mgongo BWANA na hamkumfuata. Kwa hiyo hatakuwa pamoja nanyi.
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44 Lakini walithubutu kukwea mlimani; lakini si Musa wala Sanduku la agano la BWANA walioondoka kambini.
ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
45 Kisha Waamaleki walikuja chini, pia wale Wakanaani walioshi kwenye hiyo milima. Wakawavamia Waisreli wakawapiga na kuwaangusha mpaka Horima.
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।

< Hesabu 14 >