< Hesabu 16 >

1 Sasa Kora mwana wa Izihari mwana wa Kohathi mwana wa Lawi, pamoja na Dathani na Abiramu mwana wa Eliabu, na Oni mwana wa Peleti, wa uzao wa Reubeni, waliwakusanya wanaume kadhaa.
ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
2 Wakamwinukia Musa, pamoja na wanaume fulani kutoka wana wa Israeli, viongozi wa watu wapatao mia mbili na hamsini waliokuwa wakifahamika katika ile jamii.
ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
3 Walikusanyika pamoja kumpinga Musa na Haruni. Wakawaambia, “Ninyi sasa mnatumia mamlaka zaidi ya uwezo wenu! Watu wote wamejitenga, kila mmoja wao, na BWANA yuko pamoja nao. Kwa nini mnajiinua sana juu ya watu wengine wa BWANA?”
ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
4 Musa alipoyasikia hayo, akalala kifudifudi.
ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
5 Akamwambia Kora na wote aliokuwa nao, “Asubuhi BWANA atafanya ijulikane ni nani walio wake na nani aliyetengwa kwa ajili yake. Atamleta huyo mtu karibu na yeye. Yule anayemchagua atamleta karibu naye.
ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
6 Fanya hivi, wewe Kora na kundi lako.
ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
7 Kesho mchukue vyetezo na muweke moto na ubani ndani yake mbele ya BWANA. Yule ambaye BWANA amemchagua, atamtenga kwa BWANA. Sasa imetosha ninyi watu wa uzao wa Lawi,”
ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
8 Tena Musa akamwambia Kora, “Sasa unisililize, ninyi watu wa uzao wa Lawi:
ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
9 Je ni jambo dogo kwenu kwamba Mngu wa mbinguni amewatenga ninyi kutoka watu wa Israeli, ili awalete ninyi karibu na yeye, ili mfanye kazi katika masikani ya BWANA na kusimama mbele ya watu ili muwatumikie?
ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
10 Amewasogeza karibu, na ndugu zako, wa uzao wa Lawi pamoja nanyi, na sasa mnataka na ukuhani pia!
ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?
11 Hiyo ndiyo sababu wewe na kundi lako mmekusanyika pamoja kinyume na BWANA. Kwa nini mnalalamika juu ya Haruni, ambaye anamtii BWANA?”
ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”
12 Kisha Musa akamwita Dathani na Abiramu, wana wa Eliabu, lakini wakasema, “hatutakuja.
ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
13 Kwani jambo dogo kwamba umetuleta mpaka kwenye nchi inayotiririka maziwa na asali, ili kutuua katika jangwa hili? Sasa unataka kujifanya kuwa mtawala wetu!
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
14 Na kwa nyongeza, haujatuingiza kwenye nchi ya kutiririka maziwa na asali, au kutupa urithi wa mashamba na mashamba ya mizabibu. Sasa unataka kutupofusha na ahadi hewa? Hatutakuja kwako.”
ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”
15 Musa alikasirika sana na akamwambia BWANA, “Usisipokee sadaka zao. Sijachukua punda mmoja kutoka kwao, na sijamdhuru hata mmoja wao.”
ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
16 Kisha Musa akamwambia Kora, “Kesho wewe na kundi lako mtaenda mbele za BWANA-wewe na wao na Haruni.
ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
17 Kila mmoja wenu atatwaa chetezo na kuweka ubani ndani yake. Ndipo kila mtu atamletea BWANA chetezo chake, vyetezo mia mbili na hamsini. Wewe na Haruni, pia, kila mmoja ataleta chetezo chake.
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”
18 Kwa hiyo kila mtu alitwaa chetezo chake, akaweka moto ndani yake, akaweka na ubani ndani yake, na kusimama mbele ya lango la hema ya kukutania pamoja na Musa na Haruni.
ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
19 Kora naye akawakusanya watu wote waliokuwa kinyume na Musa na Haruni hapo kwenye lango la hema ya kukutania, na kisha utukufu wa BWANA ukaonekana kwa watu wote.
ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
20 Ndipo BWANA aliposema na Musa na Haruni:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
21 “Tokeni ninyi kutoka hawa watu ili nipate kuwaangamiza haraka.”
“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
22 Musa na Haruni wakalala kifudifudi na kusema, “Mungu, Mungu wa wote wenye mwili, kama mtu akitenda dhambi, ni lazima uwe na hasira na watu wote?”
ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
23 BWANA akanena na Musa, akamwambia,
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
24 “Sema na watu wote, uwaaambie, 'Tokeni kwenye hema ya Kora, Dathani, na Abiramu.'”
“ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
25 Kisha Musa akaamuka akaenda kwa Dathani na Kwa Abiramu; viongozi wa Israeli wakamfuata.
ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
26 Akaongea na watu wote akasema, “Sasa jitengeni na hema ya hawa watu waovu na msiguse kitu chochote kilicho chao, vinginevyo mtaangamizwa na dhambi zao.”
ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
27 Kwa hiyo watu wote toka pande zote za hema ya Kora, Dathani na Abiramu wakaondoka. Dathani na Abiramu wakatoka nje wakasimama kwenye lango la hema zao, wakiwa na wake wao, wana, na watoto wao.
ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।
28 Kisha Musa akasema, “Kwa hili sasa mtatambua kuwa BWANA amenituma kufanya kazi hizi zote, kwa kuwa sijazifanya kwa uwezo wangu.
ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।
29 Kama hawa watu watakufa kifo cha kawaida ambacho humpata kila mmoja, basi BWANA hakunituma.
ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
30 Lakini kama BWANA aumbaye malango ya ardhi ambayo huwameza kama mdomo mkubwa, pamoja na familia zao, na kama wataingia ndani ya shimo wakiwa hai, ndipo mtakapojua kuwa wamemdharau BWANA,” (Sheol h7585)
ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।” (Sheol h7585)
31 Mara ghafla Musa alipomaliza kusema maneno haya, aridhi ya pale walipokuwa ikafunguka.
ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
32 Dunia ikafungua makanwa yake na kuwameza, familia zao na watu wote wa Kora, pamoja na mali zao zote.
ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
33 Wao na kila mmoja kwenye familia zao wakaingia ndani shimoni wakiwa hai. Dunia ikwafunika, na kwa njia hii wakapotea kutoka miongoni mwa ile jamii. (Sheol h7585)
ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। (Sheol h7585)
34 Nao Israeli yote waliokuwa karibu nao wakakimbia kwa sababu ya vilio vyao. Walisema kwa mshangao, “Nchi isije kutumeza na sisi!”
ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”
35 Kisha moto ukashuka toka kwa BWANA na kuwaangamiza wale wanaume 250 waliokuwa wametoa ubani.
ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
36 Tena BWANA akanena na Musa, akasema,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
37 “Mwambie Eliazari mwana wa Haruni yule kuhani achukue vile vyetezo kutoka ule moto, kwa kuwa vile vyetezo vimetengwa ka ajili yangu. Na aumwage ule moto mbali.
“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;
38 Vitwae vile vyetezo vya wale waliopoteza maisha yao kwa sababu ya dhambi zao. Na vifanyike kuwa mbao za kufuliwa ili viwe vifuniko vya madhabahu. Kwa kuwa wale watu walivitoa kwangu, kwa hiyo ni vitakatifu. Vitakuwa ishara ya uwepo wangu kwa wana wa Israeli.”
ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”
39 Naye Eleazari yule kuhani akavichukue vile vyetezo vya shaba ambavyo vilikuwa vimetumiwa na wale watu walioungua, na vikafuliwa kuwa vifuniko vya madhbahu,
ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;
40 ili kuwa ukumbusho kwa wana wa Israeli, ili kwamba asije akatokea mtu toka nje ya uzao wa Haruni akaja kutoa ubani kwa BWANA, ili wasije kuwa kama Kora na kundi lake— kama vile BWANA alivyoamuru kupitia kinywa cha Musa.
ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
41 Lakini siku iliyofuata asubuhi watu wa Israeli wakamlalamikia Musa na Haruni. Nao walisema, “Umeua watu wa BWANA.”
ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
42 Kisha ikatokea, wakati watu walipokuwa wamekusanyika kinyume na Musa na Haruni, wakatazama kuielekea hema ya kukutania, na tazama lile wingu lilikuwa likiifunika. Utukufu wa BWANA ukaonekana,
ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
43 Musa na Haruni wakaja mbele ya hema ya kukutania.
ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
44 Kisha BWANA akanena na Musa, akamwambia,
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45 “Toka kati ya watu hawa ili niwaangamize haraka.” Musa na Haruni wakalala chini kifudifudi.
“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”
46 Musa akamwambia Haruni, uchukue chetezo, na utie ndani moto kutoka madhabahuni, tia na uvumba ndani yake, upeleke haraka kwa watu, na ukafanye upatanisho kwao, kwa sababu hasira hii inatoka kwa BWANA. Tauni imeanza.”
ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
47 Kwa hiyo Haruni akafanya kama alivyoelekezwa na Musa. Akakimbia kati ya watu. na Tauni ilikuwa imeanza kuenea kati ya watu, kwa hiyo akaweka ndani yake uvumba na akafanya upatanisho wa watu.
ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
48 Haruni akasimama kati kati ya zile maiti na watu hai; na kwa njia hii ile tauni ikazuiwa.
ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
49 Idadi ya wale waliokuwa wamekufa kwa tauni walikuwa 14, 000, nje na wale waliokufa kutokana na swala la Kora.
ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
50 Haruni akarudi kwa Musa kwenye lango la hema ya kukutania, na ile tauni ikakoma.
ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

< Hesabu 16 >