< Hesabu 32 >
1 Sasa wana wa uzao wa Reubeni na wa Gadi walikuwa na idadi kubwa ya wanyama. Waliiona ardhi ya Jazeri na Gileadi, kuwa ni ardhi nzuri kwa mifugo.
ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
2 Kwa hiyo wana wa Gadi na wa Reubeni wakaja kumwambia Musa, na Eliazari kuhani, na viongozi wa watu. Wakasema,
ଏଥିରେ ଗାଦ୍ର ସନ୍ତାନଗଣ, ରୁବେନ୍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
3 “Hii ndiyo orodha ya maeneo ambayo tumeyatembelea: Diboni, Jazeri, Nimraha, Heshibonni, Ellealehi, Sebamu, Nebo, na Beoni.
“ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
4 Haya ni maeneo ambayo BWANA aliyachukua mbele ya watu wa Israeli, na maeneo mazuri kwa ajili ya mifugo. Sisi watumishi wako tuna mifugo mingi sana.
ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
5 Wakasema kuwa, “Kama tutapata kibali mbele ya macho yako, tunaomba ardhi hii tupewe, sisi watumishi wako, kuwa urithi. Usituvushe ng'ambo ya Yorodani.”
ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
6 Musa akawajibu wale wana wa auzao wa Gadi na Reubeni, “Je, mngependa ndugu zenu waende vitani wakati ninyi mkikaa hapa?
ଏଥିରେ ମୋଶା ଗାଦ୍ର ସନ୍ତାନଗଣକୁ ଓ ରୁବେନ୍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
7 Kwa nini kuwafish moyo watu wa Israeli wasivuke kwenda kwenye nchi ambayo BWANA amewapa?
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
8 Baba zenu walifanya hivyo nilipowatuma kutoka Kadeshi Banea kwenda kuipeleleza ile nchi.
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
9 Walienda mpaka kwenye bonde la Eskoli. Waliiona ile ardhi kisha wakawafisha moyo watu wa Israeli kwa hiyo wakagoma kuingia kwenye nchi ambayo BWANA alikuwa amewapa.
କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
10 Siku hiyo hasira ya BWANA iliwaka. Akaapa akisema,
ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
11 'Kwa hakika hakuna mtu aliyetoka Misri, kuanzia wa umri wa miaka ishirini na zaidi ambao wataiona nchi ambao niliwaapia Ibrahimu, Isaka, na Yakobo, kwa sababu hawakunifuata mimi kwa ukamilifu, isipokuwa Kalebu mwana wa Yefune Mkenizi, na Yoshua mwana wa Nuni.
‘ଆମ୍ଭେ ଅବ୍ରହାମଙ୍କୁ, ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
12 Ni Kalebu na Joshua tu ndio walionifuata kwa ukamilifu.'
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
13 Kwa hiyo hasira za BWANA ziliwaka juu ya Israei. Akawafanya wazunguke zunguke jangwani kwa miaka arobaini mpaka kile kizazi kilichofanya maovu mbele za macho yake kilipoteketea.
ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
14 Tazama, mmetokea katika nafasi za baba zenu, kama watu wengine wenye dhambi zaidi, ili kuongeza hasira ya BWANA kwa Israeli.
ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
15 Kama hamtamfuata, ataiacha Israeli jangwani na mtakuwa mmewateketeza watu hawa wote.
କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
16 Kwa hiyo wakaja karibu na Musa wakamwambia, “Turuhusu tujenga hapa uzio kwa ajili ya ng'ombe zetu na miji hapa kwa ajili ya familia zetu.
ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
17 Hata hivyo, sisi wenyewe tutajipanga kijeshi kwenda na jeshi la Israeli mpaka tumewaongoza kupata maeneo yao. Lakini familia zetu zitakuwa kwenye miji ya maboma kwa ssbabu ya watu wengine ambao bado wanaishi katika nchi hii.
ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
18 Hatutarudi kwenye familia zetu mpaka kila mmoja watu wa Israeli apate urithi wake.
ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
19 Sisi hatutachukua urithi wa ardhi pamoja nao kule ng'ambo ya Yorodani, kwa sababu urithi wetu uko hapa upande wa mashariki mwa Yorodani.”
ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
20 Kwa hiyo Musa akawajibu, “Kama mtafanya mnachokisema, kama mtajipanga wenyewe mbele za BWANA kwenda vitani,
ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
21 basi kila mmoja wa wanajeshi wenu lazima avuke Yorodani mbele za BWANA, mpaka atakapowafukuza maadui zake kutoka mbele zake
ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
22 na nchi itawaliwe na Israeli mbele zake. Kisha mtaweza kurudi. Hamtakuwa na hatia mbele za BWANA na mbele ya Israeli. Hii nchi itakuwa miliki yenu mbele za BWANA.
ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
23 Bali kama hamtafnya hivyo, tazama, mtakuwa mmefanya dhambi mbele ya BWANA. Mwe na hakika kuwa dhambi yenu itaonekana
ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
24 wazi. Jengeni miji kwa ajili ya familia zenu na mazizi kwa ajili ya kondoo zenu; kisha fanyeni kile mlichokisema.”
ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
25 Wale wana wa Gadi na Reubeni wakamwambia Musa, wakisema, “Watumishi wako wtafanya kama vile wewe, bwana wetu, unavyotuamuru.
ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
26 Watoto wetu, wake zetu, makundi yetu, na wanyama wetu wote watakaa huko kwenye miji ya Gileadi.
ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
27 Hata hivyo, sisi watumishi wako, tutavuka kwenda ng'ambo mbele za BWANA kupigana, kila mtu ambaye yuko tayari kwa vita, kama vile wewe, bwana wetu, unavyosema.”
ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
28 Kwa hiyo Musa akawapa maelekezo yayowahusu kwa Eliazari kuhani, kwa Joshua mwana wa Nuni, na kwa viongozi wa koo kufuata jamaa zao katika makabila ya wana wa Israeli.
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
29 Musa akawaambia, “Kama uzao wa Reubeni na Gadi watavuka ng'ambo ya Yorodani pamoja nanyi, kila mwanamume anayetakiwa kuwa vitani mbele za BWANA, na kama nchi mtaitawala mbele zenu, ndipo mtakapowapa eneo la Gileadi kuwa miliki yao.
ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
30 Lakini kama hawatavuka pamoja nanyi wakiwa na silaha zao, basi mtawapa urithi wao katika nchi ya Kanaani.”
ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
31 Kwas hiyo wana wa uzao wa Gadi na wa Reubeni wakamjibu wakisema, Kama vile BWANA alivyosema nasi, sisi watumwa wako, hiki ndicho tutakachokifanya.
ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
32 Tutavuka tukiwa na silaha zetu mbele za BWANA kuingia katika nchi ya Kanaani, lakini urithi wetu utabaki utabaki upande huu wa Yorodani.”
ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
33 Kwa hiyo uzao wa Gadi na Reubeni, na pia nusu ya kabila la Manase mwana wa Yusufu, Musa akawapa ufalme wa Sihoni, mfalme wa Waamori, na wa Ogi, mafalme wa Bashani, Aliwapa hiyo nchi, na kuwagawia miji yake yote pamoja na mipaka yake, miji yote ya nchi inayowazunguka.
ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
34 Wale wa uzao wa Gadi wakaijenga Diboni,
ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର;
35 Atarothi, Aroeri, Atrothi, Jazeri, Jogbehaha, Bethi Nimraha,
ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ,
36 na Bethi Harani kuwa miji iliyo na maboma na mazizi ya kondoo wao.
ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
37 Wale wa uzao wa Reubeni wakaijenga Heshiboni. Elealehi, Kiriathaimu,
ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍;
38 Nebo, Baali Meoni - baadaye waliyabadili majina yao, na Sibimaha.
ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
39 Wale wa uzao wa Machiri mwana wa Manase walienda Gileadi na kuutwaa kutoka kwa Waamori waliokuwa wakiishi humo.
ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
40 Kisha Musa akaitoa Gileadi kwa Machiri mwana wa Manase, na watu wake wakaishi humo.
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
41 Jairi mwana wa Manase alienda kuiteka miji yake na kuiita Havothi Jairi.
ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା।
42 Nobaha alienda kuitieka Kenathi na vijiji vyake, na akauita kwa jina lake Nobaha.
ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।