< Mithali 25 >

1 Hizi tena ni mithali za Sulemani, zilinakiliwa na watu wa Hezekia, mfalme wa Yuda.
ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।
2 Ni utukufu wa Mungu kuficha jambo, bali utukufu wa wafalme kutafiti juu ya jambo.
ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
3 Kama mbingu ni kwa kimo na dunia ni kwa kina, ndivyo hivyo moyo wa wafalme hauchunguziki.
ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
4 Ondoa takataka kutoka kwenye fedha na mfua vyuma anaweza kutumia fedha katika ufundi wake.
ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।
5 Pamoja na hayo, waondoe watu waovu mbele ya mfalme na kiti chake cha enzi kitaimarishwa kwa kutenda haki.
ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
6 Usijitukuze mwenyewe mbele ya mfalme na usisimame katika sehemu iliyoteuliwa kwa watu wakuu.
ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
7 Ni bora yeye akuambie, “Njoo hapa” kuliko wewe kujiaibisha mbele ya mkuu.
କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।
8 Usiharakishe kufanya kuhukumu, kwa kile ulichokishuhudia. Maana utafanya nini mwishoni, wakati jirani yako atakapokuaibisha?
ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
9 Jitetee kesi yako kati ya jirani yako na wewe na usifunue siri ya mtu mwingine,
ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
10 au vinginevyo anayekusikia ataleta aibu juu yako na taarifa mbaya juu yako haiwezi kunyamazishwa.
ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
11 Kunena maneno yenye kuchaguliwa vizuri, ni kama nakshi za dhahabu iliyoungwa kwenye fedha.
ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
12 Kama pete ya dhahabu au kito kilichotengenezwa kwa dhahabu safi ndivyo lilivyo karipio la busara kwenye sikio linalosikia.
ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
13 Kama baridi ya theluji wakati wa mavuno ndivyo alivyo mjumbe mwaminifu kwa wenye kumtuma; huyahifadhi maisha ya mabwana wake.
ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14 Kama mawingu na upepo bila mvua ndivyo alivyo mwenye kujisifu kuhusu zawadi asiyoitoa.
ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
15 Kwa uvumilivu mtawala anaweza kushawishiwa na ulimi raini unaweza kuvunja mfupa.
ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
16 Kama utapata asali, kula ya kutosha- vingenevyo, ukila nyingi sana, utaitapika.
ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
17 Usiweke mguu wako kwenye nyumba ya jirani yako mara nyingi, anaweza kuchoshwa nawe na kukuchukia.
ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
18 Mtu anayetoa ushuhuda wa uongo dhidi ya jirani yake ni kama rungu lililotumiwa katika vita, au upanga, au mshale mkali.
ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
19 Kumtumaini mtu asiye mwaminifu wakati wa taabu ni kama jino bovu au mguu unaoteleza.
ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
20 Kama mtu anayevua nguo katika hali ya baridi, au kama siki iliyotiwa kwenye magadi, ndivyo alivyo anayeimba wimbo kwa mwenye moyo mzito.
ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
21 Kama adui yako ana njaa, mpe chakula ale na kama ana kiu, mpe maji ya kunywa,
ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
22 maana utamwekea mkaa juu ya kichwa chake na Yehova atakupa thawabu.
ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
23 Ni hakika upepo wa kaskazini huleta mvua, ndivyo mtu anayesema siri hufanya sura zikasirike.
ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
24 Ni bora kuishi kwenye pembe ya darini kuliko kuchangia nyumba pamoja na mwanamke mgomvi.
କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
25 Kama maji ya baridi kwa mwenye kiu, ndivyo ilivyo habari njema kutoka nchi ya mbali.
ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
26 Kama chemchemi iliyochafuliwa au kisima kilichoharibiwa ndivyo alivyo mtu mwema ambaye huyumbayumba mbele ya watu waovu.
ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।
27 Si vema kula asali nyingi mno; hivyo ni kama kutafuta heshima baada heshima.
ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
28 Mtu bila kujitawala ni kama mji ulibomolewa na usiokuwa na kuta.
ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।

< Mithali 25 >