< Mithali 29 >

1 Mtu aliyepokea makaripio mengi lakini anashupaza shingo yake atavunjika ndani ya muda mfupi na hata pona.
ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
2 Watenda mema wanapoongezeka, watu wanafurahi, bali wakati mtu mwovu anapotawala, watu huugua.
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3 Mwenye kupenda hekima baba yake anafurahi, bali anayeshikamana na makahaba huuharibu utajiri wake.
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
4 Mfalme huimarisha nchi kwa haki, bali mwenye kudai rushwa huirarua.
ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
5 Mtu anayejipendekeza kwa jirani yake anatandaza wavu kwenye miguu yake.
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6 Mtu mbaya hunaswa kwenye mtego wa dhambi yake mwenyewe, bali yeye atendaye haki huimba na kufurahi.
ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7 Atendaye haki hutetea madai ya masikini; mtu mwovu hafahamu maarifa kama hayo.
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
8 Mwenye dhihaka huutia moto mji, bali wale wenye busara huigeuza ghadhabu.
ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9 Mtu mwenye busara anapojadiliana na mpumbavu, hughadhabika na kucheka, hakutakuwa na utulivu.
ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10 Mkatili humchukia mwenye ukamilifu na hutafuta maisha ya mwenye haki.
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
11 Mpumabavu huonyesha hasira yake, bali mtu mwenye busara huishikilia na kujituliza mwenyewe.
ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
12 Kama matawala atazinagatia uongo, maafisa wake wote watakuwa waovu.
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13 Mtu masikini na mkandamizaji wanafanana, maana Yehova huyapa nuru macho yao wote.
ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14 Kama mfalme atamhukumu masikini kwa uaminifu, kiti chake cha enzi kitaimarishwa milele.
ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15 Fimbo na maonyo huleta hekima, bali mtoto huru mbali na makaripio humwaibisha mama yake.
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16 Watu waovu wanapotawala, uovu huongezeka, bali wenye kutenda haki wataona anguko la watu waovu.
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
17 Mwadibishe mwanao naye atakupa pumziko; ataleta furaha katika maisha yako.
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18 Pasipo na maono ya kinabii watu huenda bila utaratibu, bali mwenye kuitunza sheria amebarikiwa.
ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19 Mtumwa hawezi kurekebishwa kwa maneno, maana ingawa anaelewa, hakuna mwitikio.
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20 Je unamwona mtu mwenye haraka katika maneno yake? Kuna matumaini zaidi kwa mpumbavu kuliko kwake.
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21 Mwenye kumdekeza mtumwa wake tangu ujana, mwisho wake itakuwa taabu.
ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
22 Mtu mwenye hasira huchochea ugomvi na bwana mwenye hasira sana hutenda dhambi nyingi.
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23 Kiburi cha mtu humshusha chini, bali mwenye roho ya unyenyekevu atapewa heshima.
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24 Anayeshirikiana na mwizi huyachukia maisha yake mwenyewe; husikia laana na wala hasemi chochote.
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25 Kumwogopa binadamu ni mtego, bali mwenye kumtumaini Yehova atalindwa.
ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
26 Wengi huutafuta uso wa mtawala, bali kutoka kwa Yehova huja haki kwa ajili yake.
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
27 Mtu dhalimu ni chukizo kwa wenye kutenda haki, bali mwenye njia ya haki ni chukizo kwa watu waovu.
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।

< Mithali 29 >