< Zaburi 106 >

1 Msifuni Yahwe. Mshukuruni Yahwe, kwa kuwa ni mwema, kwa maana uaminifu wa agano lake wadumu milele.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 Ni nani awezaye kuyahesabu mataendo makuu ya yahwe au kutangaza katika ukamilifu sifa zote za matendo yake ya kuaminika.
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
3 Wamebarikiwa wale watendao yaliyo mema na matendo yao yaliyo haki siku zote.
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
4 Ukumbuke, Ee Yahwe, unapowaonesha watu wako neema; unisaidie unapowaokoa.
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
5 Ndipo nitaona mafanikio ya wateule wako, wakifurahia katika furaha ya taifa lako, na utukufu pamoja na urithi wako.
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
6 Tumefanya dhambi kama babu zetu, tumekosea, na kufanya uovu.
ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
7 Baba zetu hawakuyatambua matendo yako ya ajabu katika Misri; walipuuzia matendo yako mengi ya uaminifu wa agano; waliasi penye bahari, bahari ya Shamu.
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।
8 Hata hivyo, yeye aliwaokoa kwa ajili ya jina lake ili kwamba aweze kuzifunua nguvu zake.
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
9 Aliikemea Bahari ya Shamu, nayo ikakauka. Kisha akawaongoza vilindini, kana kwamba ni jangwani.
ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
10 Aliwaokoa kutoka mkononi mwa wale waliowachukia, na aliwaokoa kutoka mkononi mwa adui.
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
11 Lakini maji yaliwafunika washindani wao; hakuna hata mmoja aliye okolewa.
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
12 Ndipo waliyaamini maneno yake, nao waliimba sifa zake.
ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
13 Lakini walisahau haraka kile alichofanya; hawakuyasubiri maelekezo yake.
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
14 Walikuwa na tamaa isiyotoshelezwa jangwani, wakamjaribu Mungu nyikani.
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 Aliwapa ombi lao, lakini alituma gonjwa ambalo lilishambulia miili yao.
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
16 Katika kambi wakawa na wivu juu Musa na Haruni, kuhani mtakatifu wa Yahwe.
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
17 Nchi ilifunguka na ilimmeza Dathani na iliwafunika wafuasi wa Abiramu.
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
18 Moto uliwaka kati yao; moto uliwaangamiza waovu.
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19 Walitengeneza ndama huko Horebu na kuabudu sanamu ya kuyeyuka.
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
20 Wakaubadili utukufu wa Mungu kuwa mfano wa ng'ombe alaye majani.
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
21 Walimsahau Mungu wokozi wao, aliyefanya mambo makuu katika Misri.
ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
22 Alifanya matendo ya ajabu katika nchi ya Hamu na matendo makuu penye Bahari ya Shamu.
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
23 Mungu angetangaza uharibifu wao, kama sio Musa, mteule wake, aliingilia kati kugeuza hasira yake dhidi ya kuwaangamiza.
ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
24 Kisha waliidharau nchi yenye matunda; hawakuiamini ahadi yake,
ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
25 bali walilalamiaka katika mahema yao, na hawakumtii Yahwe.
ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
26 Kwa hiyo aliinua mkono wake na kuapa kwao kuwa atawaacha wafe jangwani,
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
27 akitawanya uzao wao kati ya mataifa, na kuwatawanya katika nchi za kigeni.
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।
28 Waliabudu Baal ya Poeri na walizila dhabihu zilizotolewa kwa wafu.
ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
29 Walimkasirisha kwa matendo yao, na pigo la gonjwa baya liliwashambulia kati yao.
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
30 Ndipo Finehasi aliinuka kuingilia kati, na pigo likakoma.
ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
31 Ilihesabika kwake kama tendo la haki kwa vizazi vyote hata milele.
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
32 Pia walimkasirisha Yahwe penye maji ya Meriba, na Musa aliteseka kwa ajili yao.
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
33 Walimghadhabisha Musa naye akaongea haraka.
ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
34 Hawakuyaharibu mataifa kama Yahwe alivyowaamuru,
ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
35 bali walichangamana na mataifa na walijifunza njia zao
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
36 nao waliabudu sanamu, nazo zikawa mtego kwao.
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
37 Waliwatoa wana wao na binti zao kwa mapepo.
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
38 Walimwaga damu isiyo na hatia, damu ya wana na binti zao, ambao waliwatoa kama dhabihu kwa sanamu za Kanaani, waliinajisi nchi kwa damu.
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
39 Walinajisiwa kwa matendo yao; katika matendo yao walikuwa kama malaya.
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
40 Hivyo Yahwe aliwakasilikia watu wake, akawadharau watu wake mwenyewe.
ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
41 Akawaruhusu mataifa, na wale walio wachukia wakawatawala.
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
42 Maadui zao wakawaonea, wakatiishwa chini ya mamlaka yao.
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
43 Mara nyingi alienda kuwasaidia, lakini waliendelea kuasi nao walishushwa chini kwa dhambi zao wenyewe.
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
44 Hata hivyo, aliiangalia dhiki yao aliposikia kilio chao kwa ajili ya msaada.
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
45 Alikumbuka agano lake pamoja nao na alijirudi kwa sababu ya upendo wake thabiti.
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
46 Aliwafanya wote waliowateka wawahurumie.
ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।
47 Utuokoe, Ee Yahwe, Mungu wetu. Utukusanye kutoka kati ya mataifa ili kwamba tuweze kulishukuru jina lako takatifu na utukufu katika sifa zako. Yahwe,
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
48 Mungu wa Israeli, na asifiwe toka milele na milele. watu wote walisema, “Amen.” Msifuni Yahwe. Kitabu cha tano.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Zaburi 106 >