< Zaburi 107 >

1 Mshukuruni Yahwe, maana ni mwema, na uaminifu wa agano lake wadumu milele.
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 Waseme hivi waliokombolewa na Yahwe, wale aliowaokoa toka mkononi mwa adui.
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
3 Yeye amewakusanya kutoka nchi za kigeni, kutoka mashariki na magharibi, kutoka kaskazini na kusini.
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
4 Walitanga-tanga janwani katika njia ya nyika hawakuona mji wa kuishi.
ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
5 Kwa sababu walikuwa na njaa na kiu, walikata tamaa kutokana na uchovu.
କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
6 Kisha walimuita Yahwe katika shida yao, naye aliwaokoa toka katika dhiki yao.
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
7 Aliwaongoza kupitia njia ya moja kwa moja waweze kwenda mjini kuishi humo.
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।
8 Oh ili watu wamsifu Yahwe kwa ajili ya uaminifu wa agano lake na kwa mambo ya ajabu aliowatendea wanadamu!
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
9 Maana hutosheleza shauku za walio na kiu, na hamu ya wale wenye njaa yeye huwashibisha kwa mambo mema.
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
10 Baadhi walikaa katika giza na uvuli wa mauti, walifungwa katika mateso na minyororo.
କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
11 Hii ni kwa sababu walikuwa wameliasi neno la Mungu na walikataa maelekezo ya Aliye Juu.
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
12 Aliinyenyekesha mioyo yao kupitia magumu; walipata mashaka na hakukuwa na mmoja wa kuwasaidia.
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
13 Kisha wakamwita Yahwe katika shida yao, naye akawatoa katika dhiki yao.
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।
14 Aliwatoa gizani na kwenye uvuli wa mauti na kuvunja vifungo vyao.
ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
15 Oh ili watu wamsifu Yahwe kwa ajili ya uaminifu wa agano lake na kwa mambo ya ajabu aliyoyatenda kwa wanadamu!
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
16 Kwa maana amevunja malango ya shaba na kukata mapingo ya chuma.
ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
17 Walikuwa wapumbavu katika njia zao za uasi na kuteswa kwa sababu ya dhambi zao.
ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
18 Walipoteza hamu yao ya kula chakula chochote, na waliyakaribia malango ya kifo.
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
19 Kisha walimlilia Yahwe katika shida yao, naye akawatoa katika dhiki yao.
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।
20 Alituma neno lake na likawaponya, na akawaokoa kutoka katika uharibifu wao.
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
21 Oh ili watu wamsifu Yahwe kwa ajili ya uaminifu wa agano lake na kwa mambo ya ajabu aliyoyatenda kwa wanadamu!
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
22 Na watoe dhabihu ya shukrani na kutangaza matendo yake kwa kuimba.
ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
23 Baadhi husafiri baharini katika meli na kufanya biashara juu ya bahari.
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
24 Hawa huona matendo ya Yahwe na maajabu yake baharini.
ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।
25 Kwa maana aliamuru na alivumisha upepo wa dhoruba ambao uliyainua juu mawimbi ya baharini.
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
26 Walipanda juu mawinguni na kushuka vilindini. Nafsi zao ziliyeyuka katika dhiki.
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।
27 Waliyumba-yumba na kupepesuka kama walevi na hawakujua la kufanya.
ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
28 Kisha walimlilia Yahwe katika shida yao, naye akawatoa katika dhiki yao.
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
29 Aliituliza dhoruba, na mawimbi yakatulia.
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
30 Ndipo walifurahia kwa sababu bahari ilikuwa shwali, na aliwaleta kwenye bandari waliyoitamani.
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
31 Oh, ili watu wamsifu Yahwe kwa ajili ya uaminifu wa agano lake na kwa mambo ya ajabu aliyowatendea wanadamu!
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
32 Wamtukuze yeye katika kusanyiko la watu na wamsifu yeye katika baraza la viongozi.
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।
33 Aligeuza mito ikwa jangwa, chemchem ya maji ikawa nchi kame,
ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
34 na nchi ya matunda mengi ikawa nchi isiyozaa kwa sababu ya uovu wa watu wake.
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
35 Aligeuza jangwa likawa ziwa la maji na nchi kame ikawa chemchem ya maji.
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
36 Aliwakalisha huko wenye njaa, nao walijenga mji na kuishi humo.
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
37 Walijenga mji ili kupanda mimea shambani, kupanda mizabibu, na kuleta humo mazao tele.
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
38 Yeye huwabariki wameongezeka sana katika hesabu. Haachi mifugo yao ipungue katika hesabu.
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
39 Kisha wakapungua na kudhilika kwa dhiki na mateso.
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି।
40 Akawamwagia viongozi dharau na akawafanya wazunguke katika jangwa, mahali pasipo na njia.
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
41 Lakini aliwalinda wahitaji dhidi ya mateso na kujali kwa ajili ya familia yake kama kundi la kondoo.
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
42 Wenye haki wataona hili na kufurahi, na uovu wote utaona na kufunga kinya chake.
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
43 Yeyote mwenye hekima anapaswa kuyaangalia haya na kutafakari juu ya matendo ya uaminifu wa agano la Yahwe.
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।

< Zaburi 107 >