< Zaburi 122 >
1 Nilifurahi waliponiambia, “Na twende kwenye Nyumba ya Yahwe.”
ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
2 Ee Yerusalemu, miguu yetu imesimama ndani ya malango yako!
ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3 Ee Yerusalemu, uliojengwa kama mji uliopangiliwa kwa umakini!
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4 Makabila huenda juu Yerusalemu, makabila ya Yahwe; kama ushuhuda wa Israeli, kulishukuru jina la Yahwe.
ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
5 Huko viliwekwa viti vya hukumu, viti vya enzi vya nyumba ya Daudi.
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
6 Ombeni kwa ajili ya amani ya Yerusalemu! “Wote wakupendao wawe na amani.
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
7 Amani iwepo ndani ya kuta zako ili ikutetee, na wawe na amani ndani ya ngome zako.”
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
8 Kwa ajili ya ndugu zangu na rafiki zangu nitasema, “Amani iwe ndani yenu.”
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
9 Kwa ajili ya Yahwe Mungu wetu, nitatafuta mema kwa ajili yako.
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।