< Zaburi 137 >

1 Kando ya mito ya Babeli tuliketi na tulilia tulipokumbuka kuhusu Sayuni.
ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
2 Tulitundika vinubi vyetu kwenye miti ya Babylon.
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
3 Huko watekaji wetu walitaka tuwaimbie, na wale walio tudhihaki walitutaka sisi tufurahi, wakisema, “Tuimbieni moja ya nyimbo za Sayuni.”
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4 Tungewezaje kuimba wimbo unaomuhusu Yahwe katika nchi ya ugeni?
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5 Kama nikikusahau wewe, Yerusalemu, basi mkono wangu wa kuume na usahau ujuzi wake.
ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6 Ulimi wangu na ushikamane juu ya kinywa changu kama nisipokufikiria tena, na kama sipendelei zaidi Yerusalemu kuliko furaha yangu kuu.
ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।
7 Kumbuka, Ee Yahwe, kile walichofanya Waedomu siku ya anguko la Yerusalemu. Walisema, “Ibomoeni, ibomoeni mpaka chini kwenye misingi yake.”
ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
8 Binti za Babeli, hivi karibuni wataharibiwa- mtu na abalikiwe, yeyote atakaye walipizia yale mliotufanyia sisi.
ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
9 Mtu na abarikiwe, yeyote achukuaye na kusambaratisha watoto wenu juu ya jiwe.
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।

< Zaburi 137 >