< Zaburi 146 >

1 Msifu Yahwe. Msifu Yahwe, ee nafsi yangu.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।
2 Ninamsifu Mungu maisha yangu yote; nitamuimbia sifa Mungu wangu ni ngali ni hai.
ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
3 Msiweke imani katika wakuu au wanadamu, ambaye katika yeye hamna wokovu.
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।
4 Wakati uhai wa pumzi ya mtu unapokoma, hurudi aridhini; siku hiyo mipango yake hufikia mwisho.
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
5 Amebarikiwa yule ambaye Mungu wa Yakobo ni msaada wake, ambaye tumaini lake liko katika Yahwe Mungu wake.
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
6 Yahwe aliumba mbingu na nchi, bahari, na vyote vilivyomo; huitazama kweli milele.
ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7 Yeye hutekeleza hukumu kwa ajili ya walioonewa na huwapa chakula wenye njaa. Yahwe huwafungua waliofungwa;
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
8 Yahwe huyafungua macho ya kipofu; Yahwe huwainua walioinama; Yahwe huwapenda watu wenye haki.
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 Yahwe huwalinda wageni katika nchi; huwainua yatima na wajane, bali huipinga njia ya wasio haki.
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
10 Yahwe atatawala milele, Mungu wako, Sayuni, kwa vizazi vyote. Msifuni Yahwe.
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Zaburi 146 >