< Zaburi 45 >

1 Moyo wangu unafurika kwa neno zuri; nitasoma kwa sauti maneno niliyo yaandika kuhusu mfalme; ulimi wangu ni kalamu ya mwandishi mwenye ustadi.
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
2 Wewe u mzuri sana kuliko mwanadamu yeyote; neema imemiminwa midomoni mwako; Kwa hiyo tunajua ya kuwa Mungu amekubariki milele.
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
3 Weka upanga wako upande wako, wewe uliye mwenye nguvu, katika utukufu wako na enzi yako.
ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
4 Katika enzi yako enenda katika ushindi kwa sababu ya uaminifu, upole, na haki; mkono wako wa kuume utakufundisha mambo ya kutisha.
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
5 Mishale yako ni mkali; watu huanguka chini yako; mishale yako imo ndani ya mioyo ya adui za mfalme.
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
6 Kiti chako cha enzi, Mungu ni cha milele na milele; na fimbo ya haki ni fimbo ya utawala wako.
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
7 Umeipenda haki na kuchukia uovu; kwa hiyo Mungu, Mungu wako, amekupaka mafuta ya furaha kuliko wenzako.
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8 Mavazi yako yote hunukia manemane, udi, na mdalasini; kukoka katika majumba ya pembe vyombo vya muziki wa nyuzi vimekufurahisha.
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
9 Binti za wafalme ni kati ya wake zako waheshimiwa; na mkono wako wa kuume amesimama malikia aliye vaa mavazi ya dhahabu ya Ofiri.
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
10 Sikiliza, mwanangu, tafakari na utege sikio lako; uwasahahu watu wako na watu wa nyumba ya baba yako.
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11 Hivyo mfalme atautamani uzuri wako; yeye ni Bwana wako; umstahi.
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
12 Binti wa Tiro atakuwepo akiwa na zawadi; matajiri kati wa watu watajipendekeza kwako.
ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।
13 Binti mfalme katika jumba la kifahari ana utukufu wote; mavazi yake yametengenezwa kwa dhahabu.
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
14 Naye ataongozwa kwa mfalme akiwa katika mavazi ya dhahabu; mabikra, wenzake wanoumfuata, wataletwa kwako mafalme.
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
15 Wao wataongozwa kwa furaha na shangwe; wataingia mahali pa mfalme.
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16 Katika mahali pa baba zako watoto wako watakuwepo, ambao wewe utawafanya kuwa wakuu katika nchi yote.
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
17 Nami nitalifanya jina lako kukumbukwa katika uzao wote; kwa hiyo watu watakushukuru milele na milele.
ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।

< Zaburi 45 >