< Zaburi 6 >
1 Yahweh, usinikemee ukiwa na hasira au usiniadhibu katika gadhabu yako.
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2 Unihurumie, Yahwe, kwa maana ni dhaifu; uniponye, Yahweh, kwa kuwa mifupa yangu ina tikisika.
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 Moyo wangu pia umesumbuka sana. Lakini wewe, Yahweh, mpaka lini hali hii itaendelea?
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4 Rudi, Yahweh! uniokoe. Uniokoe kwa sababu ya uaminifu wa agano lako!
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 kwa kuwa kifoni hakuna kumbukumbu lako. Kuzimuni ni nani atakaye kushukuru? (Sheol )
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? (Sheol )
6 Nimechoshwa na kuugua kwangu. Ninalowanisha kitanda changu kwa machozi usiku kucha; ninaosha kiti changu kwa machozi.
ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7 Macho yangu yanafifia kwa kulia sana; yanazidi kuwa dhaifu kwa sababu ya adaui zangu.
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8 Ondokeni kwangu, nyote mtendao maovu; kwa kuwa Yahweh amesikia sauti ya kilio changu.
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
9 Yahweh amesikia malalamiko yangu kwa ajili ya huruma; Yahweh ameyapokea maombi yangu.
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10 Maadui zangu wote wataaibishwa na kuteswa sana. Watarudi nyuma na ghafra kufedheheshwa.
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।