< Zaburi 69 >
1 Uniokoe, Mungu; maana maji yameweka uhai wangu hatarini.
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
2 Ninazama kwenye kina cha matope, pasipo na hahari pa kusimama; nimekuja kwenye kina kirefu cha maji, ambako mafuriko yananifunika.
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
3 Nimechoka sana kwa kulia kwangu; koo langu ni kavu; macho yangu yanafifia wakati namngoja Mungu wangu.
ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
4 Wale wanichukiao bila sababu wako zaidi ya nywele za kichwa changu; wale ambao wangeweza kuniua, wakiwa adui zangu kwa sababu zisizo sahihi, ni wengi mno; wanalazimisha nirudishe kile ambacho sijaiba.
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
5 Mungu, wewe unaujua ujinga wangu, na dhambi zangu hazifichiki kwako.
ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6 Usiwaache wale wanao kungoja wewe waaibishwe kwa sababu yangu, Bwana Yahwe wa majeshi; usiwaache wale wanaokutafuta wewe wadharauliwe kwa sababu yangu, Mungu wa Israeli.
ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
7 Kwa ajili yako nimestahimili lawama; aibu imeufunika uso wangu.
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
8 Nimekuwa mgeni kwa ndugu zangu, nisiye fahamika wala kuaminika kwa watoto wa mama yangu.
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
9 Kwa maana bidii ya nyumba yako imenila, na laumu zao wanao kulaumu wewe zimeniangukia mimi.
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
10 Wakati nilipolia na kutokula chakula, walinitukana.
ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
11 Nilipoteneneza mavazi ya gunia, nikawa kituko kwao.
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
12 Wale wakaao katika lango la mji huniseng'enya; mimi ni wimbo wa walevi.
ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
13 Lakini kwangu mimi, maombi yangu ni kwako, Yahwe, wakati ambao wewe utayapokea; unijibu katika uaminifu wa wokovu wako.
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14 Unitoe matopeni, na usiniache nizame; uniondoe mbali na wale wanaonichukia na uniokoe katika kina cha maji.
ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15 Usiache mafuliko ya maji yanielemee, wala kina kisinimeze. Usiache mdomo wa shimo unimeze.
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
16 Unijibu, Yahwe, maana uaminifu wa agano lako ni mwema; kwa maana rehema zako kwangu ni nyingi, unigeukie.
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
17 Usiufiche uso wako mbali na mtumishi wako, maana niko katika dhiki; unijibu haraka.
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18 Uje kwangu na unikomboe. Kwa sababu ya adui zangu, uwe fidia yangu.
ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
19 Wewe wajua kulaumiwa kwangu, kuaibishwa kwangu, na kudharauliwa kwangu; wapinzani wangu wote wako mbele yako.
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20 Lawama imevunja moyo wangu; nimejawa na huzuni kubwa; nilitafuta mtu wa kunihurumia, lakini hakuwepo; nilitafuta wafariji, lakini sikupata.
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21 Walinipa sumu kwa ajili ya chakula changu; katika kiu yangu walinipa siki ninywe.
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
22 Meza yao mbele yao na iwe mtego; wafikiripo wako kwenye usalama, iwe kitanzi.
ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
23 Macho yao na yatiwe giza ili kwamba wasiweze kuona; uvifanye viuno vyao kutetemeka daima.
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24 Wamwagie gadhabu yako, ukali wa hasira yako uwafikie wao.
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25 Sehemu yao na iwe ukiwa; mtu yeyote asiishi katika hema yao.
ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
26 Kwa kuwa walimtesa yule uliyempa adhabu. Mara kwa mara walihesabu maumivu ya wale walioumizwa.
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
27 Wakiwashtaki kuwa wamefanya uovu juu ya uovu; usiwaache waje kwenye ushindi wa haki yako.
ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28 Uwafute kwenye Kitabu cha Uzima na wasiandikwe pamoja na wenyehaki.
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
29 Lakini mimi ni maskini na mwenye huzuni; uruhusu wokovu wako, Mungu, uniweke juu sana.
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
30 Nitalisifu jina la Mungu kwa wimbo na nitamtukuza yeye kwa shukrani.
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
31 Nitamsifu Yahwe zaidi kuliko ng'ombe au ndama aliye na mapembe na kwato.
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
32 Wanyenyekevu wameona na kufurahi; ninyi mnao matafuta Mungu, mioyo yenu itiwe nguvu.
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33 Maana Yahwe husikia wenye uhitaji naye hawadharau wafungwa wake.
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34 Mbingu na nchi zimsifu yeye, bahari na vyote vitembeavyo majini.
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35 Kwa maana Mungu ataiokoa Sayuni na ataujenga tena mji wa Yuda; watu wataishi huko na kupata umiliki wao.
କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
36 Ukoo wa watumishi wake watairithi; nao walipendao jina lake wataishi humo.
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।