< Zaburi 72 >
1 Mpe mfalme amri ya haki yako, Mungu, haki yako kwa wana wa mfalme.
ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
2 Naye awaamue watu wako kwa haki na maskini wako kwa haki sawa.
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
3 Milima iwazalie watu amani; vilima navyo vizae haki.
ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
4 Naye awahukumu watu maskini; awaokoe watoto wa wahitaji na kuwavunja vipande vipande wenye kuwatesa.
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
5 Na wakuheshimu wewe wakati wa jua, na kwa kipindi cha kudumu kwa mwezi katika vizazi vyote.
ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
6 Naye apate kuja kama mvua juu ya nyasi zilizokatwa, kama manyuyu yanyunyizayo nchi.
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
7 Mwenye haki na astawi kwa wakati wake, na amani iwepo kwa wingi mpaka mwezi utakapotoweka.
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
8 Na awe na mamlaka toka bahari na bahari, na kutoka Mto hadi miisho ya dunia.
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
9 Na wote waishio jangwani wainame mbele zake; adui zake na walambe mavumbi.
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10 Wafalme wa Tashishi na visiwa walete kodi; wafalme wa Sheba na Seba watoe zawadi.
ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
11 Hakika wafalme wote wamwinamie yeye; mataifa yote yamtumikie yeye.
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12 Kwa kuwa yeye humsaidia mhitaji na maskini asiye na msaidizi.
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13 Yeye huwahurumia maskini na wahitaji, na huokoa maisha ya wahitaji.
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14 Huyaokoa maisha yao dhidi ya mateso na vurugu, na damu yao ni ya thamani machoni pake.
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
15 Naye apate kuishi! Na dhahabu za Sheba apewe yeye. Watu wamuombee yeye siku zote; Mungu ambariki daima.
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16 Kuwepo na nafaka nyingi katika ardhi; juu ya milima kuwe na mawimbi ya mimea. Matunda yake yawe kama Lebanoni; watu wasitawi katika miji kama nyansi za kondeni.
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
17 Jina lake lidumu milele; jina lake ilindelee kama vile jua ling'aavyo; watu wabarikiwe katika yeye; mataifa yote wamwite mbarikiwa.
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
18 Yahwe Mungu, Mungu wa Israel, atukuzwe, ambaye pekee hufanya mambo ya ajabu.
ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;
19 Jina lake tukufu litukuzawe milele, nayo nchi yote ijazwe na utukufu wake. Amina, Amina.
ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
20 Maombi ya Daudi mwana wa Yese yamemalizika. Kutatu cha tatu
ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।