< Zaburi 81 >

1 Mwimbieni Mungu aliye nguvu yetu kwa sauti; pigeni kelele za furaha kwa Mungu wa Yakobo.
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 Imbeni wimbo na pigeni matari, kinubi chenye sauti nzuri pamoja na kinanda.
ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।
3 Pigeni panda mwandamo wa mwezi, katika siku ya mbalamwezi, mwanzoni mwa sikukuu.
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
4 Kwa kuwa ni agizo kwa Israeli, amri iliyotolewa na Mungu wa Yakobo.
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
5 Aliitoa kama maelekezo kwa Yusufu alipoenda katika nchi ya Misri, ambako nilisikia sauti ambayo sikuweza kuitambua:
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6 “Niliutua mzigo kutoka mabegani mwake; mikono yake ilipumzishwa kubeba kikapu.
“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
7 Katika dhiki yako uliniita, nami nikakusaidia; nilikujibu kutoka katika wingu jeusi la radi. Nilikujaribu kwenye maji ya Meriba. (Selah)
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। (ସେଲା)
8 Sikilizeni, watu wangu, nami nitawaonya, Israeli, kama tu ugalinisikiliza!
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!
9 Lazima kati yenu kusiwepo na mungu wa kigeni; haupaswi kumwabudu mungu wa kigeni.
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।
10 Mimi ni Yahwe niliyekutoa katika nchi ya Misri, fungua sana kinywa chako, nami nitakijaza.
ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।
11 Lakini watu wangu hawakusikiliza maneno yangu; Israeli hawakunitii.
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12 Nikawaacha waende katika katika njia yao wenyewe ya ukaidi ili kwamba waweze kufanya kinachoonekana sahihi kwao.
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।
13 Oh, laiti watu wangu wangenisikiliza mimi; oh, watu wangu wangelitembea katika njia yangu.
ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
14 Kisha ningewatiisha adui zao haraka na kugeuzia mkono wangu dhidi ya watesi wao.
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
15 Wale wanaomchukia Yahwe katika hofu na waanguke chini mbele zake! Wawe wanyonge milele.
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
16 Ningewalisha Israeli kwa ngano bora; Ningewatosheleza kwa asali itokayo mwambani.”
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”

< Zaburi 81 >