< Zaburi 84 >
1 Ni jinsi gani maskani yako yapendeza, Ewe Yahwe wa Majeshi!
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
2 Ninashauku ya kuingia nyumbani mwa Yahwe, nimechoka sana kwa sababu ninatamani sana kuwa nyumani mwako. Moyo wangu na mwili wangu wote wakuita wewe Mungu uliye hai.
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
3 Hata Shomoro naye amepata nyumba yake na mbayuwayu amejipatia kiota kwa ajili yake mwenyewe mahali awezapo aweza kuweka makinda yake karibu na madhabahu yako, Ee Yahwe wa majeshi, Mfalme wangu, na Mungu wangu.
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4 Wamebarikiwa wale ambao huishi katika nyumba yako; nao hukusifu wewe siku zote. (Selah)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। (ସେଲା)
5 Amebarikiwa mtu yule ambaye nguvu zake ziko katika wewe, katika moyo wake mna njia kuu ziendazo mpaka Sayuni.
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
6 Wanapopita katika bonde la machozi, hupata chemchem ya maji kwa ajili ya kunywa. Mvua ya vuli hulivika baraka.
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
7 Huendelea toka nguvu hadi nguvu; kila mmoja wao katika sayuni huonekana mbele ya Mungu.
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
8 Yahwe Mungu wa majeshi, sikia maombi yangu; Mungu wa Yakobo, usikilize nisemacho! (Selah)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। (ସେଲା)
9 Ee Mungu, uiangalie ngao yetu; uwaangalie wapakwa mafuta wako.
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
10 Kwa maana siku moja katika nyumba yako ni bora kuliko siku elfu mahali pengine. Ni bora niwe mlinzi wa mlango katika nyumba ya Mungu wangu, kuliko kuishi katika mahema ya waovu.
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
11 Kwa kuwa Yahwe Mungu ni jua letu na ngao yetu; Yahwe atatoa neema na utukufu; hazuii zuri lolote kwa wale ambao hutembea katika uadilifu.
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
12 Yahwe wa majeshi, amebarikiwa mtu yule anaye kutumainia wewe.
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।