< Zaburi 98 >

1 Oh, mwimbieni Yahwe wimbo mpya, kwa kuwa ametenda mambo ya ajabu; mkono wake wa kuume na mkono wake mtakatifu vimempa ushindi.
ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
2 Yahwe ameufanya wokovu wake ujulikane; ameidhihirisha haki yake kwa mataifa yote.
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
3 Hukumbuka uaminifu wa agano lake na uaminifu kwa ajili ya nyumba ya Israeli; miisho yote ya dunia itauona ushindi wa Mungu wetu.
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
4 Mshangilieni Yahwe, nchi yote; pazeni sauti kwa wimbo, imbeni kwa furaha, na imbeni sifa.
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
5 Mwimbieni Yahwe sifa kwa kinubi, kwa kinubi na wimbo wenye muiki wa kupendeza.
ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
6 Kwa panda na sauti ya baragumu, fanyeni kelele za shangwe mbele ya Mfalme, Yahwe.
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
7 Bahari na ipige kelele na vyote vilivyomo, ulimwengu na wale wakaao ndani yake!
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8 Mito na ipige makofi, na milima ipige kelele kwa furaha.
ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;
9 Yahwe anakuja kuihukumu nchi; naye ataihukumu dunia kwa haki na mataifa kwa adili.
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

< Zaburi 98 >