< Sefania 1 >

1 Hili ni neno la Yahwe ambalo lilikuja kwa Sefania mwana wa Kushi mwana wa Gedalia mwana wa Amaria mwana Hezekia, katika siku za Yosia mwana wa Amoni, mfalme wa Yuda. “
ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 Nitaangamiza kabisa kila kitu kutoka usoni mwa dunia - hili ni tamko la Bwana mwenyewe.
ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3 Nitamwangamiza mtu na mnyama; Nitawaangamiza ndege wa mbinguni na samaki wa baharini, uharibifu pamoja na waovu. Hivyo nitamfutilia mbali mtu kutoka uso wa dunia - hili ni tamko la Bwana mwenyewe.
“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
4 Nitafika kwa mkono wangu juu ya Yuda na wote wenyeji wa Yerusalemu. Nitafutilia mbali kila mabaki ya Baali kutoka sehemu hii na majina ya watu waabuduo sanamu miongoni mwa makuhani,
ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
5 watu ambao juu ya nyumba huabudu miili ya mbinguni, na watu ambao huabudu na kuapa kwa Yahwe bali ambao pia huapa kwa mfalme wao.
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;
6 Nitawafutilia mbali pia wale ambao wamegeuka nyuma kutoka kumfuata Yahwe, wale ambao pia humtafuta Yahwe pasipo kuuliza ulinzi wake.
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
7 Uwe kimya mbele ya Bwana Yahwe! Kwa kuwa siku ya Yahwe ni karibu, Yahwe ameandaa dhabihu na amewatenga wageni wake.
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
8 “Itakuja katika siku ya dhabihu ya Bwana, hivyo nitawapiga wakuu na wana wa mfalme, na kila mmoja aliyevikwa mavazi ya kigeni.
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
9 Katika siku hiyo nitawapiga wote wale ambao huruka juu ya kizingiti, wale ambao hujaza nyumba ya bwana wao kwa vurugu na udanganyifu.
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
10 Itakuwa katika siku ile - hili ni tangazo la Yahwe - kwamba kilio cha huzuni kitakuja kutoka kwenye mlango wa samaki, ikipiga yowe kutoka Wilaya ya Pili, na sauti ya kishindo kikuu kutoka vilimani.
ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
11 Pigeni yowe, wenyeji wa Soko la Wilaya, kwa wote wafanyabiashara watakuwa wameharibiwa, wote wale ambao hupima fedha watakuwa wamefutiliwa mbali.
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
12 Itakuwa katika siku ile nitaitafuta Yerusalemu kwa taa na kuwapiga wanaume ambao watakuwa wamekaa kwenye mvinyo wao na kusema mioyoni mwao, 'Yahwe hatafanya chochote, ama kizuri au kiovu.'.
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
13 Mali zao zitakuja kuporwa, na nyumba zao zitakuwa zimetelekezwa kwa maangamizi! Watajenga nyumba lakini hawataishi humo, na kupanda mizabibu lakini hawatakunywa mvinyo wake.
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
14 Siku kubwa ya Yahwe ni karibu, karibu na inaharakisha upesi! Sauti ya siku ya Yahwe itakuwa ya kilio cha uchungu wa kishujaa!
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
15 Siku hiyo itakuwa siku ya ghadabu, siku ya huzuni na uchungu, siku ya dhoruba na maangamizi, siku ya giza na utusitusi, siku ya mawingu na giza nene.
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
16 Itakuwa siku ya parapanda na kengele dhidi ya ngome mijini na buruji ndefu.
ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
17 Hivyo nitaleta dhiki juu ya wanadamu, kwa hiyo watatembea karibu kama wanaume vipofu tangu walipofanya dhambi dhidi ya Yahwe. Damu yao itamwagwa kama vumbi, na sehemu zao za ndani kama kinyesi.
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
18 Wala fedha zao wala dhahabu zao hazitaweza kuwaokoa juu ya ghadhabu ya Yahwe. Ndani ya moto wa wivu wake dunia yote itateketezwa, hivyo ataleta ukamilifu, miwisho wa kutisha kwa wote wakaao duniani.”
ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।

< Sefania 1 >