< 2 Kungaboken 23 >
1 Och Konungen sände bort, och till honom församlades alle de äldste i Juda och Jerusalem.
ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
2 Och Konungen gick upp i Herrans hus, och hvar man af Juda, och alle Jerusalems inbyggare med honom, Prester och Propheter, och allt folket, både små och store; och man las för deras öron all förbundsens boks ord, hvilken i Herrans hus funnen var.
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
3 Och Konungen gick in till en stod, och gjorde ett förbund för Herranom, att de skulle vandra efter Herranom, och hålla hans bud, vittnesbörd och rätter, af allt hjerta, och af allo själ, att de skulle upprätta detta förbunds ord, som skrifne stodo uti desso bok; och allt folket trädde uti förbundet.
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
4 Och Konungen böd öfversta Prestenom Hilkia, och Prestenom af det andra skiftet, och dörravaktaromen, att de skulle utkasta af Herrans tempel allahanda tyg, som till Baal och lunden, och all himmelens här gjordt var; och de brände det upp utanför Jerusalem i Kidrons dal, och stoftet deraf vardt buret till BethEl.
ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍କୁ ନେଇଗଲେ।
5 Och han afsatte de Camarim, hvilka Juda Konungar stiktat hade, till att röka på höjderna uti Juda städer, och omkring Jerusalem; desslikes Baals, solenes, månans, planeternas och all himmelens härs rökare;
ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
6 Och lät föra lunden utu Herrans hus, ut för Jerusalem, i Kidrons bäck; och brände honom upp i Kidrons bäck, och gjorde honom till stoft, och kastade stoftet uppå det meniga folks grifter.
ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
7 Och han bröt bort de roffarehus, som voro vid Herrans hus, der qvinnor uti vofvo tapeter till lunden.
ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
8 Och han lät församla alla Presterna utu Juda städer, och orenade de höjder, der Presterna rökte, ifrå Geba allt intill BerSeba; och han bröt bort portaltaren, som voro uti ingångenom i Josua stadsfogdans port, hvilken voro på venstra sidone, der man går till stadsporten.
ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
9 Dock offrade icke höjdernas Prester någon tid på Herrans altare i Jerusalem, utan åto af de osyrade brödena, ibland sina bröder.
ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
10 Han orenade ock Tophet, uti Hinnoms barnas dal, att ingen skulle låta gå sin son eller sina dotter genom eld för Molech;
ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
11 Och tog bort de hästar, hvilka Juda Konungar solene uppsatt hade, i ingångenom åt Herrans hus, till NethanMelechs åminnelse, kamererarens, som i Parvarim var; och solenes vagnar brände han upp i eld;
ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
12 Så ock altaren på taken i Ahas sal, den Juda Konungar gjort hade; och de altare, som Manasse gjort hade uti de två gårdar åt Herrans hus, bröt Konungen bort, och lopp dädan, och kastade deras stoft i Kidrons bäck.
ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।
13 Och de höjder, som för Jerusalem voro, på högra sidone, vid berget Mashith, som Salomo Israels Konung byggt hade till Astoreth, Zidons styggelse, och Chemos, Moabs styggelse, och Milcom, Ammons barnas styggelse, orenade Konungen;
ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
14 Och slog sönder stoderna, och utrotade lundarna, och uppfyllde deras rum med menniskoben;
ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
15 Sammalunda ock det altaret i BethEl, höjden, som Jerobeam, Nebats son, gjort hade, den Israel hade kommit till att synda; det samma altaret bröt han neder, och höjdena, och brände upp höjdena, och gjorde henne till stoft, och brände upp lunden.
ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
16 Och Josia vände sig om, och fick se de grifter, som voro på bergena, och sände bort, och lät hemta benen utu grifterna, och uppbrände dem på altarena, och orenade det, efter Herrans ord, som Guds mannen utropat hade, den detta så föresagt hade,
ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
17 Och han sade: Hvad är detta för en vård, som jag här ser? Och folket i stadenom sade till honom: Det är den Guds mansens grift, som af Juda kom, och detta utropade, som du gjort hafver med altarena i BethEl.
ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
18 Och han sade: Låt honom ligga; ingen röre hans ben. Alltså vordo hans ben friade, med den Prophetens ben, som utaf Samarien kommen var.
ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
19 Han kastade ock bort all höjders hus uti Samarie städer, som Israels Konungar gjort hade, till att förtörna ( Herran ), och gjorde med dem alldeles såsom han i BethEl gjort hade.
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
20 Och han offrade alla höjdernas Prester, som der voro, på altaren, och brände så menniskoben deruppå, och kom igen till Jerusalem.
ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
21 Och Konungen böd folkena, och sade: Håller Herranom edrom Gud Passah, såsom skrifvet är i denna förbunds bok.
ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
22 Ty intet Passah var så hållet som detta, ifrå de domares tid, som Israel dömde, och i alla Israels Konungars och Juda Konungars tid;
ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
23 Utan i adertonde årena Konungs Josia vardt detta Passah hållet Herranom i Jerusalem.
ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।
24 Desslikes rensade Josia ut alla spåmän, tecknatydare, beläte och afgudar, och all styggelse, som i Juda land och i Jerusalem sedde vordo; på det han skulle upprätta lagsens ord, som skrifne stodo i bokene, som Presten Hilkia fann i Herrans hus.
ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
25 Hans like hade ingen Konung varit för honom, den så af allt hjerta, af allo själ, och alla krafter sig till Herran vände, efter all Mose lag; och efter honom kom ej heller hans like upp.
ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
26 Dock vände icke Herren sig ifrå sine stora vredes grymhet, der han med öfver Juda förtörnad var, för all de retelses skull, dermed Manasse honom rett hade.
ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
27 Och Herren sade: Jag vill ock kasta Juda ifrå mitt ansigte, såsom jag Israel bortkastat hafver; och skall förkasta denna staden, som jag utvalt hafver, nämliga Jerusalem, och det hus, der jag om sagt hafver: Mitt Namn skall vara der.
ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
28 Hvad nu mer af Josia sägandes är, och allt det han gjort hafver, si, det är skrifvet uti Juda Konungars Chrönico.
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29 Uti hans tid drog Pharao Necho, Konungen i Egypten, upp emot Konungen af Assyrien, vid den älfvena Phrat; men Konung Josia drog emot honom, och blef död i Megiddo, då han hade sett honom.
ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
30 Och hans tjenare förde honom dödan ifrå Megiddo, och hade honom till Jerusalem, och begrofvo honom i hans graf; och folket i landena togo Joahas, Josia son, och smorde honom, och gjorde honom till Konung i hans faders stad.
ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
31 Tre och tjugu åra gammal var Joahas, då han vardt Konung, och regerade tre månader i Jerusalem; hans moder het Hamutal, Jeremia dotter af Libna.
ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
32 Och han gjorde det ondt var för Herranom, såsom hans fäder gjort hade.
ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
33 Men PharaoNecho grep honom i Riblath i Hamaths land, att han icke regera skulle i Jerusalem; och lade en beskattning på landet, hundrade centener silfver, och en centener guld.
ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
34 Och PharaoNecho gjorde Eliakim, Josia son, till Konung uti hans faders Josia stad, och vände hans namn Jojakim. Men Joahas tog han, och förde in uti Egypten; der blef han död.
ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
35 Och Jojakim gaf Pharao silfret och guldet; dock beskattade han landet, att han sådant silfver gifva kunde efter Pharaos befallning; hvar och en, efter sina förmågo, beskattade han till silfver och guld ibland folket i landena, att han det PharaoNecho gifva skulle.
ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
36 Fem och tjugu åra gammal var Jojakim, då han vardt Konung, och regerade ellofva år i Jerusalem; hans moder het Zebuda, Pedaja dotter af Ruma.
ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
37 Och han gjorde det ondt var för Herranom, såsom hans fäder gjort hade.
ଏହି ଯିହୋୟାକୀମ୍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।