< Daniel 7 >

1 Uti första årena Belsazars, Konungens i Babel, hade Daniel en dröm och syn på sin säng; och han skref den samma drömmen, och författade honom alltså:
ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
2 Jag, Daniel, såg en syn om nattene, och si, de fyra väder under himmelen stormade emot hvartannat på stora hafvena.
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
3 Och fyra stor djur stego upp utu hafvet, ju det ena annorlunda än det andra;
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
4 Det första såsom ett lejon, och hade vingar såsom en örn; jag såg till, intilldess att vingarne vordo thy afryckte, och det vardt tagit bort af jordene, och det stod på sina fötter såsom en menniska; och thy vardt ett menniskligit hjerta gifvet.
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
5 Och si, det andra djuret dernäst var likt enom björn, och stod på den ena sidone, och hade i sinom mun, ibland sina tänder, tre stora långa tänder; och man sade till det: Statt upp, och ät mycket kött.
ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
6 Efter detta såg jag, och si, ett annat djur, likt enom parde, det hade fyra vingar, såsom en fogel, på sin rygg; och det samma djuret hade fyra hufvud, och thy vardt magt gifven.
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
7 Efter detta såg jag i denna synene om nattena, och si, det fjerde djuret var grufveligit och förskräckligit, och mägta starkt, och hade stora jerntänder; åt omkring sig, och förkrossade, och hvad qvart var, trampade det med sina fötter. Det var ock mycket annars än de förra, och hade tio horn.
ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
8 Då jag nu skådade hornen, si, då gick der ut ibland dem ett annat litet horn, för hvilko de tre främsta hornen afstött vordo; och si, det samma hornet hade ögon såsom menniskoögon, och en mun, den stor ting talade.
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
9 Sådant såg jag, tilldess stolar framsatte vordo, och den gamle satte sig, hvilkens kläde var snöhvitt, och håret på hans hufvud såsom ren ull; hans stol var alltsammans eldslåge, och hans hjul brunno af eld.
ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
10 Och af honom utgick en lång eldstrimma: Tusende sinom tusend tjente honom, och tio sinom hundrade tusend stodo för honom. Domen vardt hållen, och böckerna vordo upplåtna.
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
11 Jag såg till, för de stora ords skull, som det hornet talade; jag såg till, intilldess djuret dräpit vardt, och dess kropp förgicks, och i eld kastad vardt;
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
12 Och de andra djurs välde också ute var; ty dem var en tid och stund bestämd, huru länge hvartdera vara skulle.
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
13 Jag såg i denna synene om nattene; och si, en kom i himmelens sky, såsom ens menniskos Son, allt intill den gamla, och han vardt framhafd för honom.
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
14 Honom gaf han våld, äro och rike, att all land, och folk, och tungomål, skulle tjena honom: Hans välde är evigt, det icke förgås, och hans rike hafver ingen ända.
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
15 Jag, Daniel, förskräckte mig derföre, och sådana syn förfärade mig.
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
16 Och jag gick till en af dem som der stodo, och bad honom, att han skulle gifva mig en viss undervisning om allt detta; och han talade med mig, och tedde mig hvad det betydde:
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
17 Dessa fyra stora djur äro fyra rike, som på jordena komma skola;
‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
18 Men dens Högstas helige skola intaga riket och skola besitta det i evig tid.
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19 Sedan hade jag gerna vetat en viss undervisning om det fjerde djuret, hvilket platt annars var, än all de andra, ganska grufveligit; det jerntänder och kopparklor hade, det omkring sig åt, och förkrossade, och det qvart var med sina fötter trampade;
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
20 Och om de tio horn på dess hufvud, och om det andra som uppväxte, för hvilko tre afföllo; och om det samma hornet som ögon hade, och en mun, som stor ting talade, och större var än de der bredvid voro.
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
21 Och jag såg det samma hornet strida emot de heliga, och det behöll segren emot dem;
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
22 Tilldess den gamle kom, och höll dom för dens Högstas heligom, och tiden kom, att de helige intogo riket.
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
23 Han sade alltså: Det fjerde djuret skall vara det fjerde riket på jordene, hvilket mägtigare skall vara än all rike; det skall uppäta, förtrampa och förkrossa all land.
ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
24 De tio horn betyda tio Konungar, som i de rikena uppkomma skola; efter dem skall en annan uppkomma, han skall vara mägtigare än någor af de förra, och skall undertrycka tre Konungar.
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
25 Han skall försmäda den Högsta, och för störa dens Högstas heliga; och skall taga sig före att förvandla tider och lag; men de skola varda gifne uti hans hand i en tid, och några tider, och en half tid.
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
26 Derefter skall domen hållen varda; så skall då hans välde borttaget varda, så att han skall i grund förderfvad och förgjord varda.
ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
27 Men riket, magten och väldet under hela himmelen skall varda gifvit dens Högstas heligo folke, hvilkes rike evigt är; och allt välde skall tjena honom, och lyda honom.
ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
28 Det var änden på talet. Men jag, Daniel, vardt svårliga bedröfvad i mina tankar, och mitt ansigte förvandlade sig uppå mig; dock behöll jag talet i mitt hjerta.
ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”

< Daniel 7 >