< Ester 9 >
1 Uti tolfte månadenom, det är den månaden Adar, på trettonde dagen, hvilken Konungens ord och bud förelagt hade, att man det göra skulle; rätt uppå samma dagen, då fienderna skulle öfverfallit Judarna, vände det sig så, att Judarna skulle öfverfalla sina fiendar.
ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
2 Så församlade Judarne sig i deras städer, i allom Konungs Ahasveros landom, att de skulle göra anfall på dem som dem ondt ämnade; och ingen kunde stå emot dem; förty deras fruktan var kommen öfver all folk.
ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।
3 Och alle öfverstarna i landen, och Förstarna, och landshöfdingarna, och Konungens ämbetsmän höllo Judarna i äro; ty Mardechai fruktan kom öfver dem.
ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।
4 Förty Mardechai var myndig i Konungens hus, och hans rykte hördes i all land, huru han växte till, och vardt väldig.
ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।
5 Alltså slogo Judarna alla sina fiendar med svärd, dråpo och nederlade dem; och gjorde efter sin vilja på dem som dem fiender voro.
ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।
6 Och i Susans stad slogo Judarna och dråpo femhundrad män.
ଏହିରୂପେ ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକଙ୍କୁ ବଧ ଓ ବିନାଶ କଲେ।
7 Dertill slogo de Parsandatha, Dalphon, Aspatha,
ପୁଣି, ପର୍ଶନ୍ଦାଥ ଓ ଦଲ୍ଫୋନ ଓ ଅସ୍ପାଥ
8 Poratha, Adalja, Aridatha,
ଓ ପୋରାଥ ଓ ଅଦଲୀୟ ଓ ଅରିଦାଥ
9 Parmastha, Arisai, Aridai, Vajesatha,
ଓ ପର୍ମସ୍ତ ଓ ଅରୀଷୟ ଓ ଅରୀଦୟ ଓ ବୟିଷାଥ,
10 De tio Hamans söner, Medatha sons, Judarnas fiendas; men vid deras ägodelar kommo de intet.
ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।
11 På samma tiden kom talet på de slagna i Susans stad inför Konungen.
ଯେଉଁମାନେ ଶୂଶନ୍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,
12 Och Konungen sade till Drottningen Esther: Judarna hafva i Susans stad slagit och nederlagt femhundrad män, och de tio Hamans söner; hvad skola de göra i de andra Konungens land? Hvad bedes du, att man dig gifva skall? Och hvad begärar du mer, att man göra skall?
ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”
13 Esther sade: Om Konungenom täcktes, så låte han ock i morgon Judarna göra i Susan efter det bud, som i dag varit hafver, att de måga hänga de tio Hamans söner i galga.
ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
14 Och Konungen befallde att göra så; och budet vardt i Susan uppslaget, och de tio Hamans söner vordo hängde.
ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।
15 Och Judarna församlade sig i Susan på fjortonde dagen i den månaden Adar, och slogo ihjäl i Susan trehundrad män; men vid deras ägodelar kommo de intet.
ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
16 Men de andre Judar i Konungens landom kommo tillsamman, och stodo för sitt lif, att de måtte göra sig rolighet för sina fiendar, och slogo sina fiendar fem och sjutio tusend; men vid deras ägodelar kommo de intet.
ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
17 Detta skedde på trettonde dagen i den månaden Adar; och på fjortonde dagen i samma månadenom höllo de hvilo; den gjorde de sig till en vällusts och fröjds dag.
ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।
18 Men de Judar i Susan voro tillsammankomne, både på trettonde och fjortonde dagen, och höllo hvilo på femtonde dagen; och den dagen gjorde man till en vällusts och glädjes dag.
ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
19 Derföre gjorde de Judar, som på bygdene och i småstäderna bodde, den fjortonde dagen i den månaden Adar till en vällusts och glädjes dag, och sände den ene dem andra skänker.
ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
20 Och Mardechai skref allt detta som skedt var, och sände brefven till alla Judar, som voro uti all Konung Ahasveros land, både när och fjerran;
ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
21 Att de skulle vedertaga och hålla den fjortonde och femtonde dagen i den månadenom Adar, hvart år;
ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,
22 Efter de dagar, i hvilka Judarna till ro komne voro för sina fiendar, och efter den månaden, i hvilkom deras sorg och glädje, och deras gråt i vällust vänd vardt; att de skulle dem hålla för vällusts och glädjes dagar, och sända den ene dem andra skänker, och dela med de fattiga.
ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।
23 Och Judarna togo dervid, och gjorde som de begynt hade, och det Mardechai till dem skref;
ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
24 Huruledes Haman, Medatha son, den Agagiten, alla Judars fiende, hade i sinnet att förgöra alla Judar, och låta kasta lott, till att förskräcka och förgöra dem;
କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ।
25 Och huru Esther hade ingångit till Konungen och beställt, att hans onda uppsåt, som han emot Judarna tänkte, måtte genom bref vändas inpå hans hufvud; och huru man honom och hans söner hade hängt i galga;
ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।
26 Af hvilko desse dagar kallades Purim, efter lottsnamnet, efter all detta brefs ord, och hvad de sjelfve sett hade, och hvad till dem räckt hade.
ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
27 Och Judarna togo det uppå sig och sina säd, och uppå alla dem som gåfvo sig till dem, att de icke ville gå härifrå;
ତତ୍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
28 Att de ju ville hålla dessa två dagarna hvart år, såsom de föreskrefne och förelagde voro, så att desse dagar icke skulle förgätne, utan hållne varda, barn efter barn i alla slägter, i all land och städer; det äro de dagar Purim, hvilke icke skola brutne varda ibland Judarna, och deras åminnelse icke förgås när deras säd.
ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।
29 Och Drottningen Esther, Abihails dotter, och Mardechai den Juden, skrefvo med alla magt, till att fast göra detta andra brefvet om Purim;
ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।
30 Och sände brefven till alla Judar, uti de hundrade sju och tjugu land i Konungs Ahasveros rike, med vänlig och trofast ord;
ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,
31 Att de skulle hålla dessa dagar Purim på deras bestämda tid, såsom Mardechai den Juden, och Drottningen Esther dem förelagt hade; såsom de uppå sina själar och uppå sina säd anammat hade det ärendet om fastone och ropet.
ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।
32 Och Esther befallde stadfästa detta ärendet om Purim, och skrifva uti en bok.
ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।