< Jeremia 49 >

1 Emot Ammons barn säger Herren alltså: Hafver nu Israel inga barn, eller hafver han inga arfvingar? Hvi besitter då Malcham Gads land, och hans folk bor i hans städer?
ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
2 Derföre, si; den tiden kommer, säger Herren, att jag skall låta, höra ett krigsskri öfver Rabbath, Ammons barnas, att det skall öde ligga uti en hop, och dess döttrar med eld uppbrända varda; men Israel skall besitta dem, af hvilkom de hafva besuttne varit, säger Herren.
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
3 Jämra dig, o Hesbon, ty Aj är förstörd; roper, I Rabba döttrar, och drager säcker uppå, gråter och löper omkring på murarna; ty Malcham varder fången bortförd, samt med sina Prester och Förstar.
ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
4 Hvad trotsar du uppå dina dalar? Dine dalar äro fördränkte, du ohörsamma dotter, som förlåter dig uppå dina rikedomar, och säger i ditt hjerta: Ho tör komma till mig?
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
5 Si detta säger Herren Herren Zebaoth: Jag skall låta komma en fruktan öfver dig, af allom dem som kring dig bo, så att hvar och en skall på sin väg bortdrifven varda, ifrå den andra, och ingen skall vara den som de flyktiga församlar.
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
6 Men derefter skall jag omvända Ammons barnas fängelse, säger Herren.
ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
7 Emot Edom. Detta säger Herren Zebaoth: Är nu ingen vishet mer i Theman? Är nu intet råd mer när barnen? Är deras vishet ute?
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
8 Flyr, vänder eder om, och gömmer eder djupt neder, I borgare i Dedan; ty jag låter en ofärd komma öfver Esau, hans hemsöknings tid.
ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
9 Vinhemtare skola komma öfver dig, de der intet skola lefva dig efter sig, och tjufvar om nattena skola komma öfver dig, de skola stjäla sig nog.
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
10 Ty jag hafver blottat Esau, och uppenbarat hans hemlig rum, så att han kan icke undstinga sig; hans säd, hans bröder, och hans grannar äro förstörde, att ingen af dem mer för handene är.
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
11 Dock hvad der qvart blifver af dina faderlösa, dem vill jag lifvet unna, och dina enkor skola hoppas uppå mig.
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
12 Ty så säger Herren: Si, de som intet förskyllt hafva att dricka kalken, de måste drickan, och du skulle ostraffad blifva? Du skall intet ostraffad blifva; utan du måste ock drickan.
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
13 Ty jag hafver svorit vid mig sjelf, säger Herren, att Bozra skall vara till ett vidunder, försmädelse, förödning och bannor, och alle hans städer till ett evigt öde.
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
14 Jag hafver hört af Herranom, att ett bådskap är sändt till Hedningarna: Församler eder, och kommer hit emot honom, och strider.
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
15 Ty si, jag hafver förnedrat dig ibland Hedningarna, och förakteligan gjort ibland menniskorna.
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
16 Din öfverdådighet och dins hjertans högmod hafver bedragit dig, efter du bor i bergklyftor, ock hafver hög berg inne; om du ditt näste så högt gjorde som en örn, så skall jag ändå likväl störta dig der neder, säger Herren.
ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
17 Alltså skall Edom öde varda, att allo de der framom gå, skola förundra sig, och hvissla öfver alla hans plågor;
ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।
18 Likasom Sodoma och Gomorra, samt med sina grannar, omstört är, säger Herren, så att ingen bor der, eller någor menniska derinne blifva kan.
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
19 Ty si, han kommer upp lika som ett lejon ifrå den stolta Jordan, emot de fasta hyddor; ty jag vill låta honom snarliga löpa dit; och ho vet, hvilken den ynglingen är, den jag emot dem rusta skall? Ty ho är mig lik, ho vill lära mig? Och hvilken är den herden, som mig emotstå kan?
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20 Så hörer nu Herrans rådslag, som han öfver Edom hafver, och hans tankar, som han öfver Themans inbyggare hafver: Hvad gäller, att vallebarnen skola bortsläpa dem, och förstöra deras boning;
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
21 Så att jorden skall bäfva i deras fall, och deras rop skall man höra på röda hafvet.
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
22 Si, han flyger upp såsom en örn, och skall uträcka sina vingar öfver Bozra; på den tiden skall de hjeltars hjerta i Edom vara lika som ene qvinnos hjerta i barnsnöd.
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
23 Emot Damascon. Hamath och Arpad stå jämmerliga, de äro förtviflade; ty de höra ond tidende: De som vid hafvet bo äro förskräckte, så att de kunna ingen ro hafva.
ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
24 Damascus är förtviflad, och gifver flyktena; han darrar, och är i ångest och värk, likasom en qvinna i barnsnöd.
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
25 Huru? Är han nu icke öfvergifven, den beprisade och säkre staden?
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
26 Derföre skola hans unge män ligga på hans gator, och alle hans krigsmän falla på den tiden, säger Herren Zebaoth.
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
27 Och jag skall sticka eld på murarna i Damascon, att han Benhadads palats upptära skall.
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
28 Emot Kedar och Hazors riken, hvilka NebucadNezar, Konungen i Babel, slog. Detta säger Herren: Upp, drager upp till Kedar, och förstörer de barn österut.
“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29 Man skall taga dem deras hyddor och hjordar bort, deras tjäll och all deras tyg; och cameler skola de bortföra, och man skall förskräckeliga ropa öfver dem allt omkring.
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30 Flyr, låter lida eder dädan, gömmer eder djupt neder, I inbyggare i Hazor, säger Herren; ty NebucadNezar, Konungen i Babel, hafver rådslagit om eder, och hafver något i sinnet emot eder.
ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
31 Nu upp, drager upp emot ett folk, som nog hafver, och bor säkert, säger Herren; de hafva hvarken portar eller bommar, och de bo allena för sig,
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
32 Deras cameler skola bortröfvade varda, och deras myckna boskap borttagen; och jag skall förströ dem i alla väder, de der i vråar bo; och på alla sidor skall jag låta deras olycka komma öfver dem, säger Herren.
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
33 Och Hazor skall varda till en drakaboning, och till ett evigt öde, så att der ingen bo skall, och ingen menniska deruti vistas.
ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
34 Detta är Herrans ord, som skedde till Jeremia Propheten, emot Elam, uti Zedekia, Juda Konungs rikes begynnelse, och sade:
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35 Så säger Herren Zebaoth: Si, jag skall sönderbryta Elams båga, deras yppersta magt;
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍‍ର ଧନୁ, ଅର୍ଥାତ୍‍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
36 Och skall låta komma öfver dem de fyra väder, utaf fyra himmelens ändar, och skall förströ dem uti all de vädren, att intet folk vara skall, dit icke ju någre fördrefne af Elam komma skola.
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
37 Och jag skall göra Elam förtviflad för deras fiendar, och för dem som stå efter deras lif, och låta olycko komma öfver dem med mine grymma vrede, säger Herren; och skall sända svärdet efter dem, tilldess jag gör en ända uppå dem.
ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
38 Min stol skall jag sätta i Elam, och skall förgöra der både Konung och Förstar, säger Herren.
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
39 Men i tillkommande tid skall jag vända Elams fängelse om igen, säger Herren.
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”

< Jeremia 49 >