< 4 Mosebok 28 >

1 Och Herren talade med Mose, och sade:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Bjud Israels barnom, och säg till dem: Mitt bröds offer, hvilket mitt offer är till en söt lukt, skolen I hålla i sinom tid, så att I mig det offren.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’
3 Och säg till dem: Dessa äro de offer, som I offra skolen Herranom: årsgamla lamb, de som utan vank äro, dagliga tu till dagligit bränneoffer;
ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
4 Ett lamb om morgonen, det andra om aftonen.
ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।
5 Dertill tiondeparten af ett epha semlomjöl till spisoffer, blandadt med oljo, den stött är, en fjerdepart af ett hin.
ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
6 Det är ett dagligit bränneoffer, det I uppå Sinai berg offraden, till en söt lukt af ett offer Herranom.
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।
7 Dertill dess drickoffer, ju till hvart lambet en fjerdedel af ett hin; och det skall offradt varda i helgedomenom, obemängdt Herranom.
ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
8 Det andra lambet skall du göra om aftonen, såsom spisoffret om morgonen, och dess drickoffer till en söt lukts offer Herranom.
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
9 Men om Sabbathsdagen tu årsgamla lamb utan vank, och två tiungar af semlomjöl till spisoffer, blandadt med oljo, och dess drickoffer.
ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
10 Det är hvars Sabbathens bränneoffer, utöfver det dagliga bränneoffret, med sitt drickoffer.
ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।
11 Men på första dagen i edra månader skolen I offra Herranom ett bränneoffer, två unga stutar, en vädur, sju årsgamla lamb utan vank;
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
12 Och ju tre tiungar semlomjöl till spisoffer, blandadt med oljo, till en stut, och två tiungar semlomjöl till spisoffer, blandadt med oljo, till en vädur;
ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
13 Och ju en tiung semlomjöl till spisoffer, med oljo blandadt, till ett lamb; det är bränneoffret till en söt lukt, ett offer Herranom.
ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
14 Och deras drickoffer skall vara, ett halft hin vin till stuten, en tredjedel af ett hin till väduren, en fjerdedel af ett hin till lambet; det är bränneoffret till hvar månad om året.
ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
15 Dertill skall man göra en getabock till ett syndoffer Herranom, öfver det dagliga bränneoffret, och dess drickoffer.
ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
16 Men på fjortonde dagenom i första månaden är Passah Herranom.
ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
17 Och uppå femtonde dagenom i samma månaden är högtid; i sju dagar skall man äta osyradt bröd.
ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
18 Den förste dagen skall kallas helig, att I sammankommen; intet tjenstearbete skolen I göra deruppå.
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
19 Och skolen I göra Herranom bränneoffer, två unga stutar, en vädur, sju årsgamla lamb utan vank;
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
20 Med deras spisoffer, tre tiungar semlomjöl, blandadt med oljo, till hvar stuten, och två tiungar till väduren;
ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
21 Och ju en tiung till hvart af de sju lamben.
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,
22 Dertill en bock till syndoffer, på det I skolen försonade varda.
ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
23 Och det skolen I göra om morgonen, förutan det bränneoffret, som ett dagligit bränneoffer är.
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
24 Efter detta sättet skolen I hvar dag i de sju dagar offra bröd till en söt lukts offer Herranom, till det dagliga bränneoffret, dertill dess drickoffer.
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
25 Och den sjunde dagen skall kallas helig ibland eder, att I sammankommen; intet tjenstearbete skolen I göra deruppå.
ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
26 Och förstlingens dag, då I offren det nya spisoffret Herranom, när edra veckor äro framledna, skall helig kallas, att I sammankommen; intet tjenstearbete skolen I göra deruppå.
ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
27 Och skolen I göra Herranom bränneoffer till en söt lukt, två unga stutar, en vädur, sju årsgamla lamb;
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;
28 Med deras spisoffer, tre tiungar semlomjöl, blandadt med oljo, till hvar stuten, två tiungar till väduren;
ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
29 Och ju en tiung till hvart och ett af de sju lamben;
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
30 Och en getabock till att försona eder.
ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।
31 Detta skolen I göra, förutan det dagliga bränneoffret med sitt spisoffer; utan vank skall det vara; dertill deras drickoffer.
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”

< 4 Mosebok 28 >