< Sakaria 12 >

1 Detta är Herrans ords tunge öfver Israel, säger Herren, den der utsträcker himmelen, och grundar jordena, och menniskones anda gör uti honom:
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
2 Si, jag vill göra Jerusalem till en fallskål allom folkom deromkring; ty det varder ock Juda gällandes, när Jerusalem belagt varder.
“ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
3 Likväl vill jag på den tiden göra Jerusalem till en tung sten allom folk om; alle de som vilja borthäfva honom, de skola förslita sig på honom; ty alle Hedningar på jordene skola församla sig emot honom.
ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
4 På den tiden, säger Herren, skall jag göra hvar och en häst sky, och hans åsittare ursinnigan; men öfver Juda hus vill jag hafva min ögon öppne, och plåga alla folks hästar med blindhet.
ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
5 Och Förstarna i Juda skola säga uti sitt hjerta: Låt de borgare i Jerusalem hafva ett godt mod i Herranom Zebaoth, deras Gud.
ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
6 På den tiden skall jag göra Juda Förstar till en brinnande ugn i ved, och såsom en eldbrand i halm; så att de skola uppfräta, både på högra sidone och den venstra, all folk omkring sig; och Jerusalem skall åter besuttet varda i sitt rum, i Jerusalem.
ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।
7 Och Herren skall hjelpa Juda hyddor, såsom i förtiden; på det Davids hus icke skall högt berömma sig, eller borgarena i Jerusalem emot Juda.
ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
8 På den tiden skall Herren beskärma borgarena i Jerusalem; och det skall ske, att den der svag är på den tiden, han skall vara såsom David; och Davids hus skall vara såsom Guds hus, såsom Herrans Ängel för dem.
ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
9 Och på den tiden skall jag tänka till att nederlägga alla Hedningar, som emot Jerusalem dragne äro.
ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
10 Men öfver Davids hus, och öfver borgarena i Jerusalem, skall jag utgjuta nåds och böns Anda; ty de skola se uppå mig, den de genomstungit hafva; och skola begråta honom, lika som man ett enda barn begråter; och skola bedröfva sig om honom, såsom man bedröfvar sig om ett första barn.
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
11 På den tiden skall stor klagogråt vara i Jerusalem, lika som det var men HadadRimmon, uti den markene Megiddon.
ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
12 Och landet skall jämra sig, hvart och ett slägte besynnerliga; Davids hus slägte besynnerliga, och deras hustrur besynnerliga; Nathans hus slägte besynnerliga, och deras hustrur besynnerliga;
ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
13 Levi hus slägte besynnerliga, och deras hustrur besynnerliga; Simei hus slägte besynnerliga, och deras hustrur besynnerliga;
ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
14 Alltså alla andras slägter, hvart och ett besynnerliga, och deras hustrur också besynnerliga.
ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।

< Sakaria 12 >