< 2 Krönikeboken 5 >
1 Sedan allt det arbete som Salomo lät utföra för HERRENS hus var färdigt, förde Salomo ditin vad hans fader David hade helgat åt HERREN: silvret, guldet och alla kärlen; detta lade han in i skattkamrarna i Guds hus.
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
2 Därefter församlade Salomo de äldste i Israel, alla huvudmännen för stammarna, Israels barns familjehövdingar, till Jerusalem, för att hämta HERRENS förbundsark upp från Davids stad, det är Sion.
ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
3 Så församlade sig då till konungen alla Israels män under högtiden, den som firades i sjunde månaden.
ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
4 När då alla de äldste i Israel hade kommit tillstädes, lyfte leviterna upp arken.
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
5 Och de hämtade arken och uppenbarelsetältet ditupp, jämte alla heliga föremål som funnos i tältet; de levitiska prästerna hämtade det ditupp.
ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
6 Och konung Salomo stod framför arken jämte Israels hela menighet, som hade församlats till honom; och de offrade därvid småboskap och fäkreatur i sådan myckenhet, att de icke kunde täljas eller räknas.
ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
7 Och prästerna buro in HERRENS förbundsark till dess plats i husets kor, i det allraheligaste, till platsen under kerubernas vingar.
ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
8 Keruberna höllo nämligen sina vingar utbredda över den plats där arken stod, så att arken och dess stänger ovantill övertäcktes av keruberna.
ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
9 Och stängerna voro så långa, att deras ändar, som sköto ut från arken, väl kunde ses framför koret, men däremot icke voro synliga längre ute. Och den har blivit kvar där ända till denna dag.
ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
10 I arken fanns intet annat än de två tavlor som Mose hade lagt dit vid Horeb, när HERREN slöt förbund med Israels barn, sedan de hade dragit ut ur Egypten.
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
11 Men när prästerna gingo ut ur helgedomen (ty alla präster som funnos där hade helgat sig, utan avseende på vilken avdelning de tillhörde;
ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
12 och leviterna, samtliga sångarna, Asaf, Heman och Jedutun med sina söner och bröder, stodo, klädda i vitt linne, med cymbaler, psaltare och harpor öster om altaret, och jämte dem ett hundra tjugu präster som blåste i trumpeter;
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
13 och trumpetblåsarna och sångarna stämde på en gång och enhälligt upp HERRENS lov och pris), och när man nu lät trumpeter och cymbaler och andra instrumenter ljuda och begynte lova HERREN, därför att han är god, och därför att hans nåd varar evinnerligen, då blev huset, HERRENS hus, uppfyllt av en molnsky,
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
14 så att prästerna för molnskyns skull icke kunde stå där och göra tjänst; ty HERRENS härlighet uppfyllde Guds hus.
ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।