< 1 Samuelsboken 5 >

1 När filistéerna hade tagit Guds ark, förde de den från Eben-Haeser till Asdod.
ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।
2 Där togo filistéerna Guds ark och förde in den i Dagons tempel och ställde den bredvid Dagon.
ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।
3 Men när asdoditerna bittida dagen därefter kommo dit, fingo de se Dagon ligga framstupa på jorden framför HERRENS ark. Då togo de Dagon och satte honom upp igen på hans plats.
ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
4 Men när de dagen därefter åter kommo dit bittida om morgonen, fingo de ånyo se Dagon ligga framstupa på jorden framför HERRENS ark; och Dagons huvud och hans båda händer lågo avslagna på tröskeln, allenast fiskdelen satt kvar på honom.
ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
5 I Asdod trampar därför ännu i dag ingen på Dagons tröskel, varken någon av Dagons präster, ej heller någon annan som går in i Dagons tempel.
ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
6 Och HERRENS hand var tung över asdoditerna; han anställde förödelse bland dem, i det han slog dem med bölder, såväl i Asdod som inom tillhörande områden.
ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
7 Då nu invånarna i Asdod sågo att så skedde, sade de: "Israels Guds ark får icke stanna hos oss, ty hans hand vilar hårt på oss och på vår gud Dagon."
ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
8 Och de sände bud och läto församla till sig alla filistéernas hövdingar och sade: "Vad skola vi göra med Israels Guds ark?" De svarade: "Israels Guds ark må flyttas till Gat." Då flyttade de Israels Guds ark dit.
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
9 Men sedan de hade flyttat den dit, kom genom HERRENS hand en mycket stor förvirring i staden; han slog invånarna i staden, både små och stora, så att bölder slogo upp på dem.
ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
10 Då sände de Guds ark till Ekron. Men när Guds ark kom till Ekron, ropade ekroniterna: "De hava flyttat Israels Guds ark till oss för att döda oss och vårt folk."
ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”
11 Och de sände bud och läto för samla alla filistéernas hövdingar och sade: "Sänden bort Israels Guds ark, så att den får komma tillbaka till sin plats igen och icke dödar oss och vårt folk." Ty en dödlig förvirring hade uppstått i hela staden; Guds hand låg mycket tung på den.
ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
12 De av invånarna som icke dogo blevo slagna med bölder; och ropet från staden steg upp mot himmelen.
ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।

< 1 Samuelsboken 5 >