< 2 Krönikeboken 28 >
1 Ahas var tjugu år gammal när han blev konung, och han regerade sexton år i Jerusalem. Han gjorde icke vad rätt var i HERRENS ögon, såsom hans fader David,
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
2 utan vandrade på Israels konungars väg; ja, han lät ock göra gjutna beläten åt Baalerna.
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
3 Och själv tände han offereld i Hinnoms sons dal och brände upp sina barn i eld, efter den styggeliga seden hos de folk som HERREN hade fördrivit för Israels barn.
ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
4 Och han frambar offer och tände offereld på höjderna och kullarna och under alla gröna träd.
ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Därför gav HERREN, hans Gud, honom i den arameiske konungens hand; de slogo honom och togo av hans folk en stor hop fångar och förde dem till Damaskus. Han blev ock given i Israels konungs hand, så att denne tillfogade honom ett stort nederlag.
ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
6 Ty Peka, Remaljas son, dräpte av Juda ett hundra tjugu tusen man på en enda dag, allasammans stridbara män. Detta skedde därför att de hade övergivit HERREN, sina fäders Gud.
କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
7 Och Sikri, en tapper man från Efraim, dräpte Maaseja, konungasonen, och Asrikam, slottshövdingen, och Elkana, konungens närmaste man.
ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା।
8 Och Israels barn bortförde från sina bröder två hundra tusen fångar, nämligen deras hustrur, söner och döttrar, och togo därjämte mycket byte från dem och förde bytet till Samaria.
ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।
9 Men där var en HERRENS profet som hette Oded; denne gick ut mot hären, när den kom till Samaria, och sade till dem: "Se, i sin vrede över Juda har HERREN, edra fäders Gud, givit dem i eder hand, men I haven dräpt dem med en hätskhet som har nått upp till himmelen.
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।
10 Och nu tänken I göra Judas och Jerusalems barn till trälar och trälinnor åt eder. Därmed dragen I ju allenast skuld över eder själva inför HERREN, eder Gud.
ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?
11 Så hören mig nu: Sänden tillbaka fångarna som I haven tagit från edra bröder; ty HERRENS vrede är upptänd mot eder."
ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”
12 Några av huvudmännen bland Efraims barn, nämligen Asarja, Johanans son, Berekja, Mesillemots son, Hiskia, Sallums son, och Amasa, Hadlais son, stodo då upp och gingo emot dem som kommo från kriget
ଏଥିରେ ଯିହୋହାନନ୍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍ର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
13 och sade till dem: "I skolen icke föra dessa fångar hitin; ty I förehaven något som drager skuld över oss inför HERREN, och varigenom I ytterligare föröken våra synder och vår skuld. Vår skuld är ju redan stor nog, och vrede är upptänd mot Israel."
“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”
14 Då lämnade krigsfolket ifrån sig fångarna och bytet inför de överste och hela församlingen.
ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।
15 Och de nämnda männen stodo upp och togo sig an fångarna. Alla som voro nakna bland dem klädde de upp med vad de hade tagit såsom byte; de gåvo dem kläder och skor, mat och dryck, och smorde dem med olja, och alla som icke orkade gå läto de sätta sig upp på åsnor, och förde dem så till Jeriko, Palmstaden, till deras bröder där. Sedan vände de tillbaka till Samaria.
ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।
16 Vid samma tid sände konung Ahas bud till konungarna i Assyrien, med begäran att de skulle hjälpa honom.
ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
17 Ty förutom allt annat hade edoméerna kommit och slagit Juda och tagit fångar.
କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
18 Och filistéerna hade fallit in i städerna i Juda lågland och sydland och hade intagit Bet-Semes, Ajalon och Gederot, så ock Soko med underlydande orter, Timna med underlydande orter och Gimso med underlydande orter, och hade bosatt sig i dem.
ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
19 Ty HERREN ville förödmjuka Juda, för Ahas', den israelitiske konungens, skull, därför att denne hade vållat oordning i Juda och varit otrogen mot HERREN.
କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
20 Men Tillegat-Pilneeser, konungen i Assyrien, drog emot honom och angrep honom, i stället för att understödja honom.
ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
21 Ty fastän Ahas plundrade HERRENS hus och konungshuset och de överstes hus och gav allt åt konungen i Assyrien, så hjälpte det honom dock icke.
କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।
22 Och i sin nöd försyndade sig samme konung Ahas ännu mer genom otrohet mot HERREN.
ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।
23 Han offrade nämligen åt gudarna i Damaskus, som hade slagit honom; ty han tänkte: "Eftersom de arameiska konungarnas gudar hava förmått hjälpa dem, vill jag offra åt dessa gudar, för att de ock må hjälpa mig." Men i stället var det dessa som kommo honom och hela Israel på fall.
କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
24 Ahas samlade ihop de kärl som funnos i Guds hus och bröt sönder kärlen i Guds hus och stängde igen dörrarna till HERRENS hus, och gjorde sig altaren i vart hörn i Jerusalem.
ଏଉତ୍ତାରେ ଆହସ୍ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।
25 Och i var och en av Juda städer uppförde han offerhöjder för att där tända offereld åt andra gudar, och han förtörnade så HERREN, sina fäders Gud.
ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।
26 Vad nu mer är att säga om honom och om alla hans företag, under hans första tid såväl som under hans sista, det finnes upptecknat i boken om Judas och Israels konungar.
ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
27 Och Ahas gick till vila hos sina fäder, och man begrov honom i Jerusalem, inne i själva staden; de lade honom nämligen icke i Israels konungars gravar. Och hans son Hiskia blev konung efter honom.
ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।