< యెహెజ్కేలు 38 >

1 యెహోవా నాతో ఇలా చెప్పాడు.
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 నరపుత్రుడా, మాగోగు దేశపువాడైన గోగు, అంటే, రోషు, మెషెకు, తుబాలు రాజ్యాల పాలకుని వైపు తిరిగి అతని గూర్చి ప్రవచించు.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
3 “ప్రభువైన యెహోవా సెలవిచ్చేదేమంటే, రోషు, మెషెకు, తుబాలు రాజ్యాల పాలకుడవైన గోగూ, నేను నీకు విరోధినయ్యాను.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
4 నేను నిన్ను వెనక్కి తిప్పి నీ దవడలకు గాలాలు తగిలించి, నిన్నూ నీ సైన్యాన్నీ గుర్రాలనూ ఆయుధ సామగ్రి అంతటితో నీ రౌతులందరినీ కవచాలు, డాళ్లు ధరించి ఖడ్గాలు చేతపట్టుకున్న వారందనీ మహా సైన్యంగా పంపిస్తాను.
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;
5 నీతో కూడ పర్షియా, కూషు, పూతు దేశాల వారినీ డాళ్ళు, శిరస్త్రాణాలు ధరించే వారినీ బయలుదేరదీస్తాను.
ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
6 గోమెరు, అతని సైన్యం, ఉత్తరాన ఉండే తోగర్మా, అతని సైన్యం, ఇంకా అనేకమంది జనం నీతో వస్తారు.”
ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।
7 “నీవు సిద్ధంగా ఉండడమే కాక, నీతో కలిసిన ఈ సమూహమంతటిని సిద్ధపరచి వారికి నాయకత్వం వహించు.
ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।
8 చాల రోజుల తరువాత నీకు పిలుపు వస్తుంది. వివిధ జనాల్లో చెదరిపోయి, కొన్ని సంవత్సరాల తరవాత ఖడ్గం నుండి తప్పించుకుని, ఎప్పుడూ పాడై ఉండే ఇశ్రాయేలీయుల పర్వతాల మీద నివసించడానికి మళ్ళీ సమకూడిన ప్రజల దగ్గరికి, అంటే వివిధ జనాల్లోనుండి తిరిగి వచ్చి నిర్భయంగా నివసించే వారి దగ్గరికి నీవు వెళ్తావు.
ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
9 గాలివాన వచ్చినట్టు, మేఘం కమ్మినట్టు నీవు ఆ దేశం మీదికి వస్తావు. నీవు, నీ సైన్యం, నీతో కలిసిన విస్తారమైన జనాలు ఆ దేశం మీద కమ్ముకుంటారు.”
ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
10 ౧౦ ప్రభువైన యెహోవా సెలవిచ్చేదేమంటే, ఆ కాలంలో నీ మనస్సులో చెడు తలంపులు కలుగుతాయి.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;
11 ౧౧ నువ్వు దురాలోచనతో ఇలా అనుకుంటావు, నేను ప్రాకారాలు, అడ్డగడియలు, ద్వారాలు లేని దేశం పైకి వెళ్తాను. విశ్రాంతిగా, నిర్భయంగా నివసించే వారి మీదికి వెళ్తాను.
ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
12 ౧౨ గతంలో పాడై మళ్ళీ నివాసయోగ్యమైన స్థలాల మీదికి వెళ్ళి, వారిని దోచుకుని కొల్లసొమ్ముగా పట్టుకుంటాను. వివిధ జనాల్లోనుండి తిరిగివచ్చి, పశువులు, ఆస్తులు సంపాదించి, భూమి నట్టనడుమ నివసించే ప్రజల మీదికి వెళ్తాను.
ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।
13 ౧౩ సెబావారు, దదానువారు, తర్షీషు వర్తకులు, వారి యోధులందరు నిన్ను చూసి “సొమ్ము దోచుకోడానికి వచ్చావా? కొల్లగొట్టడానికీ వెండి బంగారాలు, పశువులు, సరుకులు పట్టుకుపోడానికీ సైన్యం సమకూర్చుకుని వచ్చావా?” అని అడుగుతారు.
ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’
14 ౧౪ “కాబట్టి నరపుత్రుడా, గోగును గూర్చి ఇలా ప్రవచించు, ప్రభువైన యెహోవా సెలవిచ్చేదేమంటే, నా ప్రజలైన ఇశ్రాయేలీయులు నిర్భయంగా జీవించే సమయం కనిపెట్టావు కదా?
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
15 ౧౫ దూరంగా ఉత్తర దిక్కునుండి నీవు, నీతోకూడ అనేకమంది ప్రజలు గుర్రాలెక్కి బహు విస్తారమైన సైన్యంతో వచ్చి
ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
16 ౧౬ మేఘం భూమిని కమ్మినట్లు నా ప్రజలైన ఇశ్రాయేలీయుల మీద పడతారు. చివరి రోజుల్లో అది జరుగుతుంది. గోగూ, అన్యజనాలు నన్ను తెలుసుకొనేలా నేను నా దేశం మీదికి నిన్ను రప్పించి నిన్నుబట్టి వారి ఎదుట నన్ను నేను పరిశుద్ధ పరచుకుంటాను.”
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
17 ౧౭ ప్రభువైన యెహోవా సెలవిచ్చేదేమంటే “గతంలో ప్రతి సంవత్సరం నిన్ను వారిమీదికి రప్పిస్తానని నా సేవకులైన ప్రవక్తల ద్వారా సెలవిచ్చింది నేనే గదా?
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
18 ౧౮ ఆ రోజున, అంటే గోగు ఇశ్రాయేలీయుల దేశం మీదికి రాబోయే రోజున, నా కోపం విపరీతంగా మండుతుంది.” ఇదే ప్రభువైన యెహోవా వాక్కు.
ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍‍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
19 ౧౯ “కాబట్టి నేను రోషంతో, మహా రౌద్రంతో ఈ విధంగా ప్రకటించాను, ఇశ్రాయేలీయుల దేశంలో గొప్ప భూకంపం కలుగుతుంది.
କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
20 ౨౦ సముద్రపు చేపలు, ఆకాశపక్షులు, భూజంతువులు, భూమిమీద పాకే పురుగులన్నీ, భూప్రజలంతా నాకు భయపడి వణుకుతారు. పర్వతాలు నాశనమౌతాయి, కొండ శిఖరాలు కూలిపోతాయి, గోడలన్నీ నేలకూలుతాయి.
ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।
21 ౨౧ నా పర్వతాలన్నిటిలో అతని మీదికి ఖడ్గం వచ్చేలా చేస్తాను. ప్రతి ఒక్కరి ఖడ్గం అతని సోదరుని మీద పడుతుంది.” ఇదే ప్రభువైన యెహోవా వాక్కు.
ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।
22 ౨౨ తెగులు, మరణం పంపి అతని మీదా అతని సైన్యం మీదా అతనితో ఉన్న జనాల మీదా భీకరమైన వర్షాన్నీ పెద్ద వడగండ్లనూ అగ్నిగంధకాలనూ కురిపించి అతనితో వాదిస్తాను.
ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
23 ౨౩ అన్యజనాలంతా నేను యెహోవానని తెలుసుకునేలా నేను నా గొప్పతనాన్ని, పరిశుద్ధతను వారి ఎదుట చూపించి నన్ను నేను హెచ్చించుకుంటాను.
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< యెహెజ్కేలు 38 >