< యెహెజ్కేలు 47 >
1 ౧ ఆయన నన్ను మందిరపు గుమ్మానికి తోడుకుని వచ్చాడు. మందిరం తూర్పు వైపుకు తిరిగి ఉంది. నేను చూసినపుడు మందిరం గడప కింద నుండి నీళ్లు ఉబికి తూర్పు వైపుకు పారుతున్నాయి. ఆ నీళ్లు బలిపీఠానికి దక్షిణ దిశగా మందిరం కుడిపక్కన కింద నుండి పారుతున్నాయి.
ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
2 ౨ తరవాత ఆయన ఉత్తరపు గుమ్మం మార్గంలో నన్ను నడిపించి చుట్టూ తిప్పి తూర్పుకు పోయే దారిలో బయటి గుమ్మానికి తోడుకుని వచ్చాడు. నేను చూసినప్పుడు అక్కడ గుమ్మపు కుడిపక్కన నీళ్లు ఉబికి పారుతున్నాయి.
ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
3 ౩ ఆ వ్యక్తి కొలనూలు చేత పట్టుకుని తూర్పు వైపుకు వెళ్లి 540 మీటర్లు కొలిచి ఆ నీళ్ల గుండా నన్ను నడిపించినపుడు ఆ నీళ్లు చీలమండ లోతు వచ్చాయి.
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
4 ౪ ఆయన ఇంకో 540 మీటర్లు కొలిచి నీళ్ల గుండా నన్ను నడిపించినపుడు నీళ్లు మోకాళ్ల లోతు వచ్చాయి. ఇంకా ఆయన 540 మీటర్లు కొలిచి నీళ్లగుండా నన్ను నడిపించినపుడు నీళ్లు మొల లోతుకు వచ్చాయి.
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
5 ౫ ఆయన ఇంకా 540 మీటర్లు కొలిచాడు. అప్పుడు ఆ నీళ్లు చాల లోతుగా మారి నేను దాటలేనంత నది కనబడింది. దాటడానికి వీలులేకుండ ఈదాల్సినంత నీటితో ఉన్న నదిగా మారింది.
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
6 ౬ అప్పుడాయన నాతో “నరపుత్రుడా, నీవు చూశావు గదా” అని చెప్పి నన్ను మళ్ళీ నది ఇవతలికి తీసుకుని వచ్చాడు.
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
7 ౭ నేను వెనక్కి వస్తుండగా నదీతీరాన రెండు వైపులా చెట్లు విస్తారంగా కనబడ్డాయి.
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
8 ౮ అప్పుడాయన నాతో ఇలా అన్నాడు. “ఈ నీళ్లు ఉబికి తూర్పుగా ఉన్న ప్రదేశానికి ప్రవహించి అరబాలోకి దిగి సముద్రంలో పడుతుంది. అప్పుడు సముద్రపు నీళ్లు మంచినీళ్లుగా మారిపోతాయి.
ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
9 ౯ ఈ నది ప్రవహించే చోటల్లా జలచరాలన్నీ బతుకుతాయి. ఈ నీళ్లు అక్కడికి రావడం వలన ఆ నీళ్ళు మంచి నీళ్ళు అవుతాయి కాబట్టి చేపలు విస్తారంగా పెరుగుతాయి. ఈ నది ఎక్కడికి ప్రవహిస్తుందో అక్కడ సమస్తం బతుకుతాయి.
ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
10 ౧౦ ఏన్గెదీ పట్టణం మొదలుకుని ఏనెగ్లాయీము పట్టణం వరకూ చేపలు పట్టేవారు దాని ఒడ్డున నిలిచి వలలు వేస్తారు. మహా సముద్రంలో ఉన్నట్టు అన్ని రకాల జాతుల చేపలు దానిలో బహు విస్తారంగా ఉంటాయి.
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
11 ౧౧ అయితే ఆ సముద్రంలోని బురద స్థలాలు, ఊబి తావులు బాగవ్వక ఉప్పును అందిస్తూ ఉంటాయి.
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
12 ౧౨ నదీతీరాన రెండు వైపులా ఆహారమిచ్చే సకల జాతుల వృక్షాలు పెరుగుతాయి. వాటి ఆకులు వాడిపోవు, వాటి కాయలు ఎప్పటికీ రాలవు. ఈ నది నీరు పరిశుద్ధ స్థలంలో నుండి ప్రవహిస్తున్నది కాబట్టి ఆ చెట్లు ప్రతి నెలా కాయలు కాస్తాయి. వాటి పండ్లు ఆహారానికీ వాటి ఆకులు ఔషధాలకు పని చేస్తాయి.”
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
13 ౧౩ ప్రభువైన యెహోవా చెప్పేదేమిటంటే “సరిహద్దులను బట్టి ఇశ్రాయేలీయుల 12 గోత్రాల ప్రకారం మీరు స్వాస్థ్యంగా పంచుకోవాల్సిన భూమి ఇది. యోసేపు సంతానానికి రెండు భాగాలియ్యాలి.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
14 ౧౪ నేను ఈ దేశాన్ని ప్రమాణ పూర్వకంగా మీ పూర్వీకులకు ఈ దేశం ఇచ్చాను కాబట్టి భేదం ఏమీ లేకుండ మీలో ప్రతి ఒక్కరు దానిలో స్వాస్థ్యం పొందుతారు. ఆ విధంగా అది మీకు స్వాస్థ్యమవుతుంది.
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
15 ౧౫ ఉత్తరాన సెదాదుకు పోయే మార్గంలో మహా సముద్రం మొదలుకుని హెత్లోను వరకూ దేశానికి సరిహద్దు.
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
16 ౧౬ అది హమాతుకు, బేరోతాయుకు, దమస్కు సరిహద్దుకు, హమాతు సరిహద్దుకు మధ్య ఉన్న సిబ్రయీముకు, హవ్రాను సరిహద్దును ఆనుకుని ఉన్న మధ్యస్థలమైన హాజేరుకు వ్యాపిస్తుంది.
ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍।
17 ౧౭ పడమటి సరిహద్దు హసరేనాను అనే దమస్కు సరిహద్దు పట్టణం, ఉత్తరపు సరిహద్దు హమాతు, ఇది మీకు ఉత్తరపు సరిహద్దు.
ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
18 ౧౮ తూర్పుదిక్కున హవ్రాను, దమస్కు, గిలాదులకు ఇశ్రాయేలీయుల దేశానికి మధ్య యొర్దానునది సరిహద్దుగా ఉంటుంది. సరిహద్దు మొదలుకొని తూర్పు సముద్రం వరకూ దాన్ని కొలవాలి. ఇది మీకు తూర్పు సరిహద్దు.
ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
19 ౧౯ దక్షిణ దిక్కున తామారు మొదలుకుని కాదేషు దగ్గర ఉన్న మెరీబా ఊటల వరకూ నది దారిలో మహాసముద్రానికి మీ సరిహద్దు ఉంటుంది. ఇది మీకు దక్షిణపు సరిహద్దు.
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
20 ౨౦ పశ్చిమ దిక్కున సరిహద్దు మొదలుకొని హమాతుకు పోయే మార్గం వరకూ మహాసముద్రం సరిహద్దుగా ఉంటుంది. ఇది మీకు పశ్చిమ దిక్కు సరిహద్దు.
ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
21 ౨౧ ఇశ్రాయేలీయుల గోత్రాల ప్రకారం ఈ దేశాన్ని మీరు పంచుకోవాలి.
ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
22 ౨౨ మీరు చీట్లువేసి మీకూ మీలో నివసించి పిల్లలు కన్న పరదేశులకూ ఆస్తులను విభజించేటప్పుడు ఇశ్రాయేలీయుల దేశంలో పుట్టిన వారిగానే ఆ పరదేశులను మీరు ఎంచాలి. ఇశ్రాయేలు గోత్రికులతో పాటు తాము కూడా స్వాస్థ్యం పొందేలా మీలాగా వారు కూడా చీట్లు వేయాలి.
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
23 ౨౩ ఏ గోత్రంలో పరదేశులు కాపురముంటారో ఆ గోత్ర భాగంలో మీరు వారికి స్వాస్థ్యం ఇవ్వాలి.” ఇదే ప్రభువైన యెహోవా వాక్కు.
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।