< 1 Krallar 8 >
1 Kral Süleyman RAB'bin Antlaşma Sandığı'nı Davut Kenti olan Siyon'dan getirmek üzere İsrail halkının ileri gelenleriyle bütün oymak ve boy başlarını Yeruşalim'e çağırdı.
ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
2 Hepsi yedinci ay olan Etanim ayındaki bayramda Kral Süleyman'ın önünde toplandı.
ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।
3 İsrail'in bütün ileri gelenleri toplanınca, bazı kâhinler Antlaşma Sandığı'nı yerden kaldırdılar.
ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
4 Sandığı, Buluşma Çadırı'nı ve çadırdaki bütün kutsal eşyaları kâhinlerle Levililer tapınağa taşıdılar.
ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
5 Kral Süleyman ve bütün İsrail topluluğu Antlaşma Sandığı'nın önünde sayısız davar ve sığır kurban etti.
ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ-ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।
6 Kâhinler RAB'bin Antlaşma Sandığı'nı tapınağın iç odasına, En Kutsal Yer'e taşıyıp Keruvlar'ın kanatlarının altına yerleştirdiler.
ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
7 Keruvlar'ın kanatları sandığın konduğu yerin üstüne kadar uzanıyor ve sandığı da, sırıklarını da örtüyordu.
କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।
8 Sırıklar öyle uzundu ki, uçları iç odanın önündeki Kutsal Yer'den görünüyordu. Ancak dışarıdan görünmüyordu. Bunlar hâlâ oradadır.
ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।
9 Sandığın içinde Musa'nın Horev Dağı'nda koyduğu iki taş levhadan başka bir şey yoktu. Bunlar Mısır'dan çıkışlarında RAB'bin İsrailliler'le yaptığı antlaşmanın taş levhalarıydı.
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
10 Kâhinler Kutsal Yer'den çıkınca, RAB'bin Tapınağı'nı bir bulut doldurdu.
ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
11 Bu bulut yüzünden kâhinler görevlerini sürdüremediler. Çünkü RAB'bin görkemi tapınağı doldurmuştu.
ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
12 O zaman Süleyman şöyle dedi: “Ya RAB, karanlık bulutlarda otururum demiştin.
ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
13 Senin için görkemli bir tapınak, sonsuza dek yaşayacağın bir konut yaptım.”
ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତି-ଗୃହ, ତୁମ୍ଭର ଅନନ୍ତକାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
14 Kral ayakta duran bütün İsrail topluluğuna dönerek onları kutsadıktan sonra şöyle dedi:
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
15 “Babam Davut'a verdiği sözü tutan İsrail'in Tanrısı RAB'be övgüler olsun! RAB demişti ki,
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
16 ‘Halkım İsrail'i Mısır'dan çıkardığım günden bu yana, içinde bulunacağım bir tapınak yaptırmak için İsrail oymaklarına ait kentlerden hiçbirini seçmedim. Ancak halkım İsrail'i yönetmesi için Davut'u seçtim.’
‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’
17 “Babam Davut İsrail'in Tanrısı RAB'bin adına bir tapınak yapmayı yürekten istiyordu.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।
18 Ama RAB, babam Davut'a, ‘Adıma bir tapınak yapmayı yürekten istemen iyi bir şey’ dedi,
ମାତ୍ର, ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;
19 ‘Ne var ki, adıma yapılacak bu tapınağı sen değil, öz oğlun yapacak.’
ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
20 “RAB verdiği sözü yerine getirdi. RAB'bin sözü uyarınca, babam Davut'tan sonra İsrail tahtına ben geçtim ve İsrail'in Tanrısı RAB'bin adına tapınağı ben yaptırdım.
ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
21 Ayrıca, RAB'bin atalarımızı Mısır'dan çıkardığında onlarla yaptığı antlaşmanın içinde korunduğu sandık için tapınakta bir yer hazırladım.”
ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”
22 Süleyman RAB'bin sunağının önünde, İsrail topluluğunun karşısında durup ellerini göklere açtı.
ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
23 “Ya RAB, İsrail'in Tanrısı, yerde ve gökte sana benzer başka tanrı yoktur” dedi, “Bütün yürekleriyle yolunu izleyen kullarınla yaptığın antlaşmaya bağlı kalırsın.
“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
24 Ağzınla kulun babam Davut'a verdiğin sözü bugün ellerinle yerine getirdin.
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
25 “Şimdi, ya RAB, İsrail'in Tanrısı, kulun babam Davut'a verdiğin öbür sözü de tutmanı istiyorum. Ona, ‘Senin soyundan İsrail tahtına oturacakların ardı arkası kesilmeyecektir; yeter ki, çocukların önümde senin gibi dikkatle yürüsünler’ demiştin.
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
26 Ey İsrail'in Tanrısı, şimdi kulun babam Davut'a verdiğin sözleri yerine getirmeni istiyorum.
ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।
27 “Tanrı gerçekten yeryüzünde yaşar mı? Sen göklere, göklerin göklerine bile sığmazsın. Benim yaptığım bu tapınak ne ki!
ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?
28 Ya RAB Tanrım, kulunun bugün ettiği duayı, yalvarışı işit; duasına ve yakarışına kulak ver.
ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
29 Gözlerin gece gündüz, ‘Orada bulunacağım!’ dediğin bu tapınağın üzerinde olsun. Kulunun buraya yönelerek ettiği duayı işit.
ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
30 Buraya yönelerek dua eden kulunun ve halkın İsrail'in yalvarışını işit. Göklerden, oturduğun yerden kulak ver; duyunca bağışla.
ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
31 “Biri komşusuna karşı günah işleyip ant içmek zorunda kaldığında, gelip bu tapınakta, senin sunağının önünde ant içerse,
କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,
32 göklerden kulak ver ve gereğini yap. Suçlunun cezasını vererek, suçsuzu haklı çıkararak kullarını yargıla.
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
33 “Sana karşı günah işlediği için düşmanlarına yenik düşen halkın İsrail yine sana döner, adını anar, bu tapınakta dua edip yakararak önüne çıkarsa,
ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
34 göklerden kulak ver, halkın İsrail'in günahını bağışla. Onları atalarına verdiğin ülkeye yine kavuştur.
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
35 “Halkın sana karşı günah işlediği için gökler kapanıp yağmur yağmazsa, sıkıntıya düşen halkın buraya yönelip dua eder, adını anar ve günahlarından dönerse,
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
36 göklerden kulak ver; kullarının, halkın İsrail'in günahlarını bağışla. Onlara doğru yolda yürümeyi öğret, halkına mülk olarak verdiğin ülkene yağmurlarını gönder.
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
37 “Ülkeyi kıtlık, salgın hastalık, samyeli, küf, tırtıl ya da çekirgeler kavurduğunda, düşmanlar kentlerden birinde halkını kuşattığında, herhangi bir felaket ya da hastalık ortalığı sardığında,
ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
38 halkından bir kişi ya da bütün halkın İsrail başına gelen felaketi ayrımsar, dua edip yakararak ellerini bu tapınağa doğru açarsa,
ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
39 göklerden, oturduğun yerden kulak ver ve bağışla. İnsanların yüreklerini yalnızca sen bilirsin. Onlara yaptıklarına göre davran ki,
ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
40 atalarımıza verdiğin bu ülkede yaşadıkları sürece senden korksunlar.
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।
41 “Halkın İsrail'den olmayan, ama senin yüce adını,
ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
42 gücünü, kudretini duyup uzak ülkelerden gelen yabancılar bu tapınağa gelip dua ederlerse,
କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
43 göklerden, oturduğun yerden kulak ver, yalvarışlarını yanıtla. Öyle ki, dünyanın bütün ulusları, halkın İsrail gibi, senin adını bilsin, senden korksun ve yaptırdığım bu tapınağın sana ait olduğunu öğrensin.
ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
44 “Halkın düşmanlarına karşı gösterdiğin yoldan savaşa giderken sana, seçtiğin bu kente ve adına yaptırdığım bu tapınağa yönelip dua ederse,
ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
45 dualarına, yakarışlarına göklerden kulak ver ve onları kurtar.
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।
46 “Sana karşı günah işlediklerinde –günah işlemeyen tek kişi yoktur– sen öfkelenip onları yakın ya da uzak bir ülkeye tutsak olarak götürecek düşmanlarının eline teslim edersen,
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;
47 onlar da tutsak oldukları ülkede pişmanlık duyup günahlarından döner, ‘Günah işledik, yoldan sapıp kötülük yaptık’ diyerek sana yakarırlarsa,
ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’
48 tutsak oldukları ülkede candan ve yürekten sana dönerlerse, atalarına verdiğin ülkelerine, seçtiğin kente ve adına yaptırdığım tapınağına yönelip dua ederlerse,
ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
49 göklerden, oturduğun yerden dualarına, yakarışlarına kulak ver, onları kurtar.
ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;
50 Sana karşı günah işlemiş olan halkını ve işledikleri bütün suçları bağışla. Düşmanlarının onlara acımasını sağla.
ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।
51 Çünkü onlar demir eritme ocağından, Mısır'dan çıkardığın kendi halkın, kendi mirasındır.
କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;
52 “Sana her yalvarışlarında onlara kulak ver, bu kulunun ve halkın İsrail'in yalvarışlarını dinle.
ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।
53 Ey Egemen RAB, atalarımızı Mısır'dan çıkardığında kulun Musa aracılığıyla dediğin gibi, onları dünyanın bütün halkları arasından kendine miras olarak seçtin.”
କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”
54 Süleyman, RAB'be duasını ve yalvarışını bitirince, elleri göklere açık, dizleri üzerine çökmüş olduğu RAB'bin sunağının önünden kalktı.
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
55 Ayakta durup bütün İsrail topluluğunu yüksek sesle şöyle kutsadı:
ପୁଣି, ସେ ଠିଆ ହୋଇ ଉଚ୍ଚସ୍ୱରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,
56 “Sözünü tutup halkı İsrail'e esenlik veren RAB'be övgüler olsun. Kulu Musa aracılığıyla verdiği iyi sözlerin hiçbiri boşa çıkmadı.
“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।
57 Tanrımız RAB atalarımızla olduğu gibi bizimle de olsun ve bizi hiç bırakmasın, bizden ayrılmasın.
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
58 Bütün yollarını izlememiz, atalarımıza verdiği buyruklara, kurallara, ilkelere uymamız için RAB yüreklerimizi kendine yöneltsin.
ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।
59 Ya RAB Tanrımız, önünde yalvarırken söylediğim bu sözleri gece gündüz anımsa. Kulunu ve halkın İsrail'i her durumda koru.
ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତିଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର ନିଷ୍ପତ୍ତି କରନ୍ତୁ;
60 Sonunda dünyanın bütün ulusları bilsinler ki, tek Tanrı RAB'dir ve O'ndan başka Tanrı yoktur.
ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
61 Bugünkü gibi O'nun kurallarına göre yaşamak ve buyruklarına uymak için bütün yüreğinizi Tanrımız RAB'be adayın.”
ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
62 Kral ve bütün İsrail halkı RAB'bin önünde kurban kestiler.
ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
63 Süleyman, esenlik kurbanı olarak RAB'be yirmi iki bin sığır, yüz yirmi bin davar kurban etti. Böylece kral ve bütün İsrail halkı, RAB'bin Tapınağı'nı adama işini tamamlamış oldu.
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
64 Aynı gün kral, tapınağın önündeki avlunun orta kısmını da kutsadı. Yakmalık sunuları, tahıl sunularını ve esenlik sunularının yağlarını orada sundu. Çünkü RAB'bin önündeki tunç sunak yakmalık sunuları, tahıl sunularını ve esenlik sunularının yağlarını alamayacak kadar küçüktü.
ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।
65 Süleyman, Levo-Hamat'tan Mısır Vadisi'ne kadar her yerden gelen İsrailliler'in oluşturduğu büyük toplulukla birlikte Tanrımız RAB'bin önünde art arda yedişer gün, toplam on dört gün bayram yaptı.
ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।
66 Kral sekizinci gün halkı evlerine gönderdi. Onlar da kralı kutsayıp RAB'bin, kulu Davut ve halkı İsrail için yapmış olduğu bütün iyiliklerden dolayı sevinç duyarak mutluluk içinde evlerine döndüler.
ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।