< 1 Krallar 1 >

1 Yıllar geçmiş, Kral Davut yaşlanmıştı. Üstünü örtülerle örtmelerine karşın ısınamıyordu.
ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
2 Görevlileri, “Efendimiz kral!” dediler, “Yanında kalıp sana bakacak, koynunda yatıp seni ısıtacak genç bir kız arayalım.”
ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
3 Görevliler bütün İsrail'i aradılar; sonunda Şunemli Avişak adında genç ve güzel bir kız bulup krala getirdiler.
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
4 Çok güzel olan genç kız, krala bakıp hizmet etti. Ama kral ona hiç dokunmadı.
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
5 Hagit'in oğlu Adoniya kral olmayı düşünüyordu. Bu amaçla ortaya çıkıp kendine savaş arabaları, atlılar ve önünde koşacak elli muhafız buldu.
ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
6 Babası Davut hiçbir zaman, “Neden şöyle ya da böyle davranıyorsun?” diye ona karşı çıkmamıştı. Avşalom'dan sonra dünyaya gelen Adoniya çok yakışıklıydı.
ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
7 Adoniya, Seruya oğlu Yoav ve Kâhin Aviyatar'la görüşüp onların desteğini sağladı.
ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
8 Ama Kâhin Sadok, Yehoyada oğlu Benaya, Peygamber Natan, Şimi, Rei ve Davut'un muhafızları ona katılmadılar.
ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
9 Adoniya, Eyn-Rogel yakınlarında Sohelet Kayası denilen yerde davar, sığır ve besili buzağılar kurban edip bütün kardeşlerini, yani kralın oğullarını ve krala hizmet eden bütün Yahudalılar'ı çağırdı. Ama Peygamber Natan'ı, Benaya'yı, muhafızları ve kardeşi Süleyman'ı çağırmadı.
ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
11 Bunun üzerine Natan, Süleyman'ın annesi Bat-Şeva'ya, “Hagit oğlu Adoniya efendimiz Davut'un haberi olmadan kendini kral ilan etmiş, duymadın mı?” dedi,
ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
12 “Şimdi izin ver de sana kendi canınla oğlun Süleyman'ın canını nasıl kurtaracağına ilişkin öğüt vereyim.
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
13 Git Kral Davut'a söyle, ‘Efendim kral, benden sonra oğlun Süleyman kral olacak ve tahtıma o oturacak diye bana ant içmedin mi? O halde neden Adoniya kral oldu?’
ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’
14 Sen kralla konuşmanı bitirmeden ben içeri girip sözlerini doğrulayacağım.”
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
15 Bat-Şeva yaşı çok ilerlemiş olan kralın odasına girdiğinde Şunemli Avişak ona hizmet ediyordu.
ଏଥିରେ ବତ୍‍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
16 Bat-Şeva, kralın önünde diz çöküp yere kapandı. Kral, “Ne istiyorsun?” diye sordu.
ତହୁଁ ବତ୍‍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
17 Bat-Şeva şöyle karşılık verdi: “Efendim, ‘Benden sonra oğlun Süleyman kral olacak ve tahtıma oturacak’ diye bana Tanrın RAB adıyla ant içtin.
ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
18 Efendim kral, şu anda senin haberin olmadan Adoniya krallığını ilan etti.
ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
19 Sayısız sığır, davar ve besili buzağı kurban edip kralın bütün oğullarını, Kâhin Aviyatar'ı ve ordu komutanı Yoav'ı çağırdı, ama kulun Süleyman'ı çağırmadı.
ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
20 Efendim kral, bütün İsrail'in gözü sende. Senden sonra tahtına kimin geçeceğini öğrenmek istiyorlar.
ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
21 Yoksa sen ölüp atalarına kavuşunca, ben ve oğlum Süleyman suçlu sayılacağız.”
ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
22 Bat-Şeva daha kralla konuşurken Peygamber Natan geldi.
ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।
23 Krala, “Peygamber Natan geldi” dediler. Natan kralın huzuruna çıkıp yüzüstü yere kapandı.
ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
24 Sonra, “Efendim kral, senden sonra Adoniya'nın kral olup tahtına geçeceğini söyledin mi?” dedi,
ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”
25 “Adoniya bugün gidip sayısız sığır, davar ve besili buzağı kurban etmiş; kralın bütün oğullarını, ordu komutanlarını ve Kâhin Aviyatar'ı çağırmış. Şu anda hepsi onun önünde yiyip içiyor ve, ‘Yaşasın Kral Adoniya!’ diye bağırıyor.
କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
26 Ama Adoniya beni, Kâhin Sadok'u, Yehoyada oğlu Benaya'yı ve kulun Süleyman'ı çağırmadı.
ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
27 Efendim ve kralım, gerçekten bütün bunlara sen mi karar verdin? Yoksa senden sonra tahtına kimin geçeceğini biz kullarına bildirmeden mi bunu yaptın?”
ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
28 Kral Davut, “Bana Bat-Şeva'yı çağırın!” dedi. Bat-Şeva kralın huzuruna çıkıp önünde durdu.
ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
29 Kral Bat-Şeva'ya, “Beni bütün sıkıntılardan kurtaran, yaşayan RAB'bin adıyla ant içiyorum” dedi,
ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
30 “‘Benden sonra oğlun Süleyman kral olacak ve tahtıma geçecek’ diye İsrail'in Tanrısı RAB'bin adıyla içtiğim andı bugün yerine getireceğim.”
ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
31 O zaman Bat-Şeva kralın önünde diz çöküp yüzüstü yere kapandı ve, “Efendim Kral Davut sonsuza dek yaşasın!” dedi.
ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
32 Kral Davut, “Kâhin Sadok'u, Peygamber Natan'ı ve Yehoyada oğlu Benaya'yı bana çağırın” dedi. Hepsi önüne gelince,
ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
33 kral onlara şöyle dedi: “Efendinizin görevlilerini yanınıza alın ve oğlum Süleyman'ı benim katırıma bindirip Gihon'a götürün.
ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
34 Orada Kâhin Sadok ve Peygamber Natan onu İsrail Kralı olarak meshetsinler. Boru çalıp, ‘Yaşasın Kral Süleyman!’ diye bağırın.
ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
35 Onun ardından gidin; çünkü o gelip tahtıma oturacak ve yerime kral olacak. Onu İsrail ve Yahuda'ya yönetici atadım.”
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
36 Yehoyada oğlu Benaya, “Amin” diye karşılık verdi, “Efendim kralın Tanrısı RAB de bu kararı onaylasın.
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍‍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
37 RAB, efendim kralla birlikte olduğu gibi Süleyman'la da birlikte olsun ve onun krallığını Davut'un krallığından daha başarılı kılsın.”
ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
38 Kâhin Sadok, Peygamber Natan, Yehoyada oğlu Benaya, Keretliler'le Peletliler gidip Süleyman'ı Kral Davut'un katırına bindirdiler ve Gihon'a kadar ona eşlik ettiler.
ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
39 Kâhin Sadok, Kutsal Çadır'dan yağ dolu boynuz kabı alıp Süleyman'ı meshetti. Boru çalınca bütün halk “Yaşasın Kral Süleyman!” diye bağırdı.
ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
40 Herkes kaval çalarak Süleyman'ın ardından yürüdü. Öyle sevinçliydiler ki, seslerinden adeta yer sarsılıyordu.
ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
41 Adoniya ve yanındaki konuklar yemeklerini bitirirken kalabalığın gürültüsünü duydular. Boru sesini duyan Yoav, “Kentten gelen bu gürültü de ne?” diye sordu.
ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
42 Yoav daha sorusunu tamamlamadan, Kâhin Aviyatar oğlu Yonatan çıkageldi. Adoniya ona, “İçeri gir, sen yiğit bir adamsın. İyi haberler getirmiş olmalısın” dedi.
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
43 Yonatan, “Hayır, bu kez farklı” diye karşılık verdi, “Efendimiz Kral Davut, Süleyman'ı kral atadı.
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
44 Kral, Kâhin Sadok, Peygamber Natan, Yehoyada oğlu Benaya ve Keretliler'le Peletliler'in Süleyman'ı kendi katırına bindirip götürmelerini istedi.
ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
45 Gihon'a götürülen Süleyman orada Kâhin Sadok'la Peygamber Natan tarafından kral olarak meshedildi. Oradan sevinçle döndüler ve sesleri kentte yankılanmaya başladı. Duyduğunuz sesler onların sesleridir.
ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
46 Üstelik Süleyman krallık tahtına oturdu bile.
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
47 Ayrıca efendimiz Kral Davut'u kutlamaya gelen görevlileri, ‘Tanrın, Süleyman'ın adını senin adından daha yüce, krallığını senin krallığından daha başarılı kılsın’ diyorlar. Kral yatağının üzerine kapanarak,
ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
48 ‘Henüz gözlerim açıkken bugün tahtıma oturacak birini veren İsrail'in Tanrısı RAB'be övgüler olsun’ diyor.”
ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
49 Bunun üzerine Adoniya'nın bütün konukları korkuya kapılıp kalktılar, her biri kendi yoluna gitti.
ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
50 Adoniya ise, Süleyman'dan korktuğu için, gidip sunağın boynuzlarına sarıldı.
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
51 Durumu Süleyman'a anlattılar. “Adoniya senden korkuyor” dediler, “Sunağın boynuzlarına sarılmış ve ‘İlk önce Kral Süleyman ben kulunu kılıçla öldürmeyeceğine dair ant içsin’ diyor.”
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
52 Süleyman, “Eğer bana bağlı kalırsa, saçının bir teline bile zarar gelmez” diye yanıtladı, “Ama içinde bir kötülük varsa öldürülür.”
ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
53 Sonra Kral Süleyman'ın gönderdiği adamlar Adoniya'yı sunaktan indirip getirdiler. Adoniya gelip önünde yere kapanınca, ona, “Evine dön!” dedi.
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”

< 1 Krallar 1 >