< 2 Tarihler 12 >

1 Rehavam krallığını pekiştirip güçlenince, İsrail halkıyla birlikte RAB'bin Yasası'na sırt çevirdi.
ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
2 Rehavam'ın krallığının beşinci yılında Mısır Kralı Şişak Yeruşalim'e saldırdı. Çünkü Rehavam'la halk RAB'be ihanet etmişti.
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;
3 Şişak'ın bin iki yüz savaş arabası, altmış bin atlısı ve Mısır'dan onunla birlikte gelen Luvlu, Suklu, Kûşlu sayısız askeri vardı.
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
4 Şişak Yahuda'nın surlu kentlerini ele geçirerek Yeruşalim'e kadar geldi.
ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
5 Bu sırada Peygamber Şemaya, Rehavam'a ve Şişak yüzünden Yeruşalim'de toplanan Yahuda önderlerine gelip şöyle dedi: “RAB, ‘Siz beni bıraktınız. Ben de sizi bırakıp Şişak'ın eline teslim ettim’ diyor.”
ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ିଦେଲୁ।”
6 İsrail önderleriyle kral alçakgönüllü bir tutum takınarak, “RAB adildir” dediler.
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
7 RAB onların alçakgönüllü bir tutum takındıklarını görünce, Şemaya'ya şöyle dedi: “Madem alçakgönüllü bir tutum takındılar, onları yok etmeyeceğim; biraz da olsa onları huzura kavuşturacağım. Öfkemi Şişak aracılığıyla Yeruşalim üzerine boşaltmayacağım.
ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍‍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
8 Ama onları Şişak'a köle edeceğim. Öyle ki, bana hizmet etmekle öbür ulusların krallarına hizmet etmek arasındaki farkı anlayabilsinler.”
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
9 Mısır Kralı Şişak Yeruşalim'e saldırdığında, Süleyman'ın yaptırmış olduğu altın kalkanlar dahil RAB'bin Tapınağı'nın ve sarayın bütün hazinelerini boşaltıp götürdü.
ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
10 Kral Rehavam bunların yerine tunç kalkanlar yaptırarak sarayın kapı muhafızlarının komutanlarına emanet etti.
ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
11 Kral RAB'bin Tapınağı'na her gittiğinde, muhafızlar bu kalkanları taşıyarak ona eşlik eder, sonra muhafız odasına götürürlerdi.
ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
12 Rehavam'ın alçakgönüllü bir tutum takınması üzerine RAB'bin öfkesi dindi, onu büsbütün yok etmekten vazgeçti. Yahuda'da bazı iyi davranışlar da vardı.
ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍‍ଭାବ ଦେଖାଗଲା।
13 Kral Rehavam Yeruşalim'de krallığını pekiştirerek sürdürdü. Kral olduğunda kırk bir yaşındaydı. RAB'bin adını yerleştirmek için bütün İsrail oymaklarının yaşadığı kentler arasından seçtiği Yeruşalim Kenti'nde on yedi yıl krallık yaptı. Annesi Ammonlu Naama'ydı.
ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
14 Rehavam RAB'be yönelmeye yürekten kararlı olmadığı için kötülük yaptı.
ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
15 Rehavam'ın yaptığı işler, başından sonuna dek, Peygamber Şemaya ve Bilici İddo'nun soyla ilgili tarihinde yazılıdır. Rehavam'la Yarovam arasında sürekli savaş vardı.
ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍‍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
16 Rehavam ölüp atalarına kavuşunca, Davut Kenti'nde gömüldü. Rehavam'ın yerine oğlu Aviya kral oldu.
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।

< 2 Tarihler 12 >