< 2 Krallar 25 >

1 Sidkiya'nın krallığının dokuzuncu yılında, onuncu ayın onuncu günü, Babil Kralı Nebukadnessar bütün ordusuyla Yeruşalim önlerine gelip ordugah kurdu. Kentin çevresine rampa yaptılar.
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Kral Sidkiya'nın krallığının on birinci yılına kadar kent kuşatma altında kaldı.
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
3 Dördüncü ayın dokuzuncu günü kentte kıtlık öyle şiddetlendi ki, halk bir lokma ekmek bulamaz oldu.
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
4 Sonunda kentin surlarında bir gedik açıldı. Kildaniler kenti çepeçevre kuşatmış olmasına karşın, bütün askerler gece kral bahçesinin yolundan iki duvarın arasındaki kapıdan kaçarak Arava yoluna çıktılar.
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
5 Ama Kildani ordusu kralın ardına düşerek Eriha ovalarında ona yetişti. Sidkiya'nın bütün ordusu dağıldı.
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
6 Kral Sidkiya yakalanıp Rivla'da Babil Kralı'nın huzuruna çıkarıldı ve hakkında karar verildi.
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
7 Sidkiya'nın gözü önünde oğullarını öldürdüler; kendisinin de gözlerini oydular, zincire vurup Babil'e götürdüler.
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8 Babil Kralı Nebukadnessar'ın krallığının on dokuzuncu yılında, beşinci ayın yedinci günü muhafız birliği komutanı, Babil Kralı'nın görevlisi Nebuzaradan Yeruşalim'e girdi.
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
9 RAB'bin Tapınağı'nı, sarayı ve Yeruşalim'deki bütün evleri ateşe verip önemli yapıları yaktı.
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10 Muhafız birliği komutanı önderliğindeki Kildani ordusu Yeruşalim'i çevreleyen surları yıktı.
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11 Komutan Nebuzaradan kentte sağ kalanları, Babil Kralı'nın safına geçen kaçakları ve geri kalan halkı sürgün etti.
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
12 Ancak bağcılık, çiftçilik yapsınlar diye bazı yoksulları orada bıraktı.
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
13 Kildaniler RAB'bin Tapınağı'ndaki tunç sütunları, ayaklıkları, tunç havuzu parçalayıp tunçları Babil'e götürdüler.
ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
14 Tapınak törenlerinde kullanılan kovaları, kürekleri, fitil maşalarını, tabakları, bütün tunç eşyaları aldılar.
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
15 Muhafız birliği komutanı saf altın ve gümüş buhurdanları, çanakları alıp götürdü.
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
16 RAB'bin Tapınağı için Süleyman'ın yaptırmış olduğu iki sütun, havuz ve ayaklıklar için hesapsız tunç harcanmıştı.
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
17 Her sütun on sekiz arşın yüksekliğindeydi, üzerlerinde tunç birer başlık vardı. Başlığın yüksekliği üç arşındı, çevresi tunçtan ağ ve nar motifleriyle bezenmişti. Öbür sütun da ağ motifleriyle süslenmişti ve ötekine benziyordu.
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
18 Muhafız birliği komutanı Nebuzaradan Başkâhin Seraya'yı, Başkâhin Yardımcısı Sefanya'yı ve üç kapı nöbetçisini tutsak aldı.
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
19 Kentte kalan askerlerin komutanını, kralın beş danışmanını, ayrıca ülke halkını askere yazan ordu komutanının yazmanını ve ülke halkından kentte bulunan altmış kişiyi tutsak etti.
ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20 Hepsini Rivla'ya, Babil Kralı'nın yanına götürdü.
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21 Babil Kralı Hama ülkesinde, Rivla'da onları idam etti. Böylece Yahuda halkı ülkesinden sürülmüş oldu.
ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
22 Babil Kralı Nebukadnessar Yahuda'da kalan halkın üzerine Şafan oğlu Ahikam oğlu Gedalya'yı vali atadı.
ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
23 Ordu komutanlarıyla adamları, Babil Kralı'nın Gedalya'yı vali atadığını duyunca, Mispa'ya, Gedalya'nın yanına geldiler. Gelenler Netanya oğlu İsmail, Kareah oğlu Yohanan, Netofalı Tanhumet oğlu Seraya, Maakalı oğlu Yaazanya ve adamlarıydı.
ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
24 Gedalya onlara ve adamlarına ant içerek, “Kildani yetkililerden korkmayın” dedi, “Ülkeye yerleşip Babil Kralı'na hizmet edin. Böylesi sizin için daha iyi olur.”
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
25 O yılın yedinci ayında kral soyundan Elişama oğlu Netanya oğlu İsmail on adamıyla birlikte Mispa'ya gidip Gedalya'yı öldürdü. Ayrıca, Gedalya'yı destekleyen Yahudiler'i ve Kildaniler'i de kılıçtan geçirdi.
ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
26 Bunun üzerine büyük küçük bütün halk ordu komutanlarıyla birlikte Mısır'a kaçtı. Çünkü Kildaniler'den korkuyorlardı.
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।
27 Yahuda Kralı Yehoyakin'in sürgündeki otuz yedinci yılı Evil-Merodak Babil Kralı oldu. Evil-Merodak o yılın on ikinci ayının yirmi yedinci günü, Yahuda Kralı Yehoyakin'i cezaevinden çıkardı.
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
28 Kendisiyle tatlı tatlı konuştu ve ona Babil'deki öteki sürgün krallardan daha üstün bir yer verdi.
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
29 Yehoyakin cezaevi giysilerini üstünden çıkardı. Yaşadığı sürece Babil Kralı'nın sofrasında yer aldı.
ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
30 Yaşamı boyunca kral tarafından günlük yiyeceği sürekli karşılandı.
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।

< 2 Krallar 25 >