< Yasa'Nin Tekrari 18 >

1 “Levili kâhinlerin, bütün Levi oymağının öbür İsrailliler gibi payı ve mülkü olmayacak. RAB için yakılan sunularla, RAB'be düşen payla geçinecekler.
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
2 Kardeşleri arasında mülkleri olmayacak. RAB'bin onlara verdiği söz uyarınca, RAB'bin kendisi onların mirası olacak.
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।
3 “Halktan sığır ya da koyun kurban edenlerin kâhinlere vereceği pay şu olacak: Kol, çene, işkembe.
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
4 Tahılınızın, yeni şarabınızın, zeytinyağınızın ilk ürününü ve koyunlarınızdan kırktığınız ilk yünü kâhine vereceksiniz.
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
5 Çünkü Tanrınız RAB, önünde dursunlar, her zaman adıyla hizmet etsinler diye bütün oymaklarınız arasından onu ve oğullarını seçti.
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
6 “Eğer bir Levili, yaşadığı herhangi bir İsrail kentinden RAB'bin seçeceği yere kendi isteğiyle gelirse,
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
7 orada Tanrısı RAB'bin önünde duran Levili kardeşleri gibi RAB'bin adıyla hizmet edebilir.
ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
8 Aile mülkünün satışından eline geçen para dışında, eşit pay olarak bölüşecekler.”
ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
9 “Tanrınız RAB'bin size vereceği ülkeye girdiğinizde, oradaki ulusların iğrenç törelerini öğrenip uygulamayın.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
10 Aranızda oğlunu ya da kızını ateşte kurban eden, falcı, büyücü, muskacı, medyum, ruh çağıran ya da ölülerin ruhlarına danışan kimse olmasın.
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
12 Çünkü RAB bunları yapanlardan tiksinir. Tanrınız RAB, bu iğrenç töreleri yüzünden bu ulusları önünüzden kovacaktır.
ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
13 Tanrınız RAB'bin önünde yetkin olun.”
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
14 “Ülkelerini alacağınız uluslar büyücülerin, falcıların öğüdüne kulak verirler. Ama Tanrınız RAB buna izin vermiyor.
କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।
15 Tanrınız RAB size aranızdan, kendi kardeşlerinizden benim gibi bir peygamber çıkaracak. Onu dinleyin.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
16 Horev'de toplandığınız gün Tanrınız RAB'den şunu dilemiştiniz: ‘Bir daha ne Tanrımız RAB'bin sesini duyalım, ne de o büyük ateşi görelim, yoksa ölürüz.’
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”
17 RAB bana, ‘Söyledikleri doğrudur’ dedi.
ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
18 ‘Onlara kardeşleri arasından senin gibi bir peygamber çıkaracağım. Sözlerimi onun ağzından işiteceksiniz. Kendisine buyurduklarımın tümünü onlara bildirecek.
ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
19 Adıma konuşan peygamberin ilettiği sözleri dinlemeyeni ben cezalandıracağım.
ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।
20 Ancak, kendisine buyurmadığım bir sözü benim adıma söylemeye kalkışan ya da başka ilahlar adına konuşan peygamber öldürülecektir.’
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।
21 “‘Bir sözün RAB'den olup olmadığını nasıl bilebiliriz?’ diye düşünebilirsiniz.
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
22 Eğer bir peygamber RAB'bin adına konuşur, ama konuştuğu söz yerine gelmez ya da gerçekleşmezse, o söz RAB'den değildir. Peygamber saygısızca konuşmuştur. Ondan korkmayın.”
କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”

< Yasa'Nin Tekrari 18 >