< Vaiz 4 >

1 Güneşin altında yapılan baskılara bir daha baktım, Ezilenlerin gözyaşlarını gördüm; Avutanları yok, Güç ezenlerden yana, Avutanları yok.
ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
2 Çoktan ölmüş ölüleri, Hâlâ sağ olan yaşayanlardan daha mutlu gördüm.
ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
3 Ama henüz doğmamış, Güneşin altında yapılan kötülükleri görmemiş olan İkisinden de mutludur.
ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
4 Harcanan her emeğin, yapılan her ustaca işin ardında kıskançlık olduğunu gördüm. Bu da boş ve rüzgarı kovalamaya kalkışmakmış.
ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
5 Akılsız ellerini kavuşturup kendi kendini yer.
ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
6 Rahat kazanılan bir avuç dolusu Zahmetle, rüzgarı kovalamaya kalkışarak kazanılan İki avuç dolusundan daha iyidir.
ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
7 Güneşin altında bir boş şey daha gördüm:
ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
8 Yalnız bir adam vardı, Oğlu da kardeşi de yoktu. Çabaları dinmek nedir bilmezdi, Gözü zenginliğe doymazdı. “Kimin için çalışıyorum, Neden kendimi zevkten yoksun bırakıyorum?” diye sormazdı. Bu da boş ve çetin bir zahmettir.
କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9 İki kişi bir kişiden iyidir, Çünkü emeklerine iyi karşılık alırlar.
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10 Biri düşerse, öteki kaldırır. Ama yalnız olup da düşenin vay haline! Onu kaldıran olmaz.
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11 Ayrıca iki kişi birlikte yatarsa, birbirini ısıtır. Ama tek başına yatan nasıl ısınabilir?
ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
12 Yalnız biri yenik düşer, Ama iki kişi direnebilir. Üç kat iplik kolay kolay kopmaz.
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
13 Yoksul ama bilge bir genç artık öğüt almayı bilmeyen kocamış akılsız kraldan iyidir.
ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14 Çünkü genç, ülkesinde yoksulluk içinde doğsa bile cezaevinden krallığa yükselebilir.
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
15 Güneşin altında yaşayan herkesin kralın yerine geçen genci izlediğini gördüm.
ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
16 Yeni kralın yönettiği halk sayısız olabilir. Yine de sonrakiler ondan hoşnut olmayabilir. Gerçekten bu da boş ve rüzgarı kovalamaya kalkışmaktır.
ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

< Vaiz 4 >