< Misir'Dan Çikiş 35 >
1 Musa bütün İsrail topluluğunu çağırarak, “RAB'bin yapmanızı buyurduğu işler şunlardır” dedi,
ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
2 “Altı gün çalışacaksınız. Ama yedinci gün sizin için kutsal Şabat, RAB'be adanmış dinlenme günü olacaktır. O gün çalışan herkes öldürülecektir.
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।
3 Şabat Günü konutlarınızda ateş yakmayacaksınız.”
ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
4 Musa bütün İsrail topluluğuna seslenerek şöyle dedi: “RAB'bin buyruğu şudur:
ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
5 Aranızda armağanlar toplayıp RAB'be sunacaksınız. İstekli olan herkes RAB'be altın, gümüş, tunç; lacivert, mor, kırmızı iplik; ince keten, keçi kılı, deri, kırmızı boyalı koç derisi, akasya ağacı armağan etsin.
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,
ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,
8 Kandil için zeytinyağı; mesh yağı ve güzel kokulu buhur için baharat;
ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
9 başkâhinin efoduyla göğüslüğü için oniks ve öbür kakma taşları getirsin.
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
10 “Aranızdaki bütün becerikli kişiler gelip RAB'bin buyurduğu her şeyi yapsın.
ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
11 Konutu, çadırın iç ve dış örtüsünü, kopçalarını, çerçevelerini, kirişlerini, direklerini, tabanlarını;
ଅର୍ଥାତ୍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
12 sandığı ve sırıklarını, Bağışlanma Kapağı'nı, bölme perdesini,
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
13 masayla sırıklarını, bütün masa takımlarını, huzura konan ekmekleri;
ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
14 ışık için kandilliği ve takımlarını, kandilleri, kandiller için zeytinyağını;
ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
15 buhur sunağını ve sırıklarını, mesh yağını, güzel kokulu buhuru; konutun giriş bölümündeki perdeyi;
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
16 yakmalık sunu sunağını ve tunç ızgarasını, sırıklarını, bütün takımlarını, kazanı ve kazan ayaklığını;
ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
17 avlunun çevresindeki perdeleri, direkleri, direk tabanlarını, avlu kapısındaki perdeyi,
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
18 konutun ve avlunun kazıklarıyla iplerini;
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
19 kutsal yerde hizmet etmek için dokunmuş giysileri –Kâhin Harun'un giysileriyle oğullarının kâhin giysilerini– yapsınlar.”
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
20 İsrail topluluğu Musa'nın yanından ayrıldı.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
21 Her istekli, hevesli kişi Buluşma Çadırı'nın yapımı, hizmeti ve kutsal giysiler için RAB'be armağan getirdi.
ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
22 Kadın erkek herkes istekle geldi, RAB'be her çeşit altın takı, broş, küpe, yüzük, kolye getirdi. RAB'be armağan ettikleri bütün takılar altındı.
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
23 Ayrıca kimde lacivert, mor, kırmızı iplik; ince keten, keçi kılı, deri, kırmızı boyalı koç derisi varsa getirdi.
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
24 Gümüş ve tunç armağanlar sunan herkes onları RAB'be adadı. Herhangi bir işte kullanılmak üzere kimde akasya ağacı varsa getirdi.
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।
25 Bütün becerikli kadınlar elleriyle eğirdikleri lacivert, mor, kırmızı ipliği, ince keteni getirdiler.
ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।
26 İstekli, becerikli kadınlar da keçi kılı eğirdiler.
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
27 Önderler efod ve göğüslük için oniks, kakma taşlar,
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
28 kandil, mesh yağı ve güzel kokulu buhur için baharat ve zeytinyağı getirdiler.
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
29 Kadın erkek bütün istekli İsrailliler RAB'bin Musa aracılığıyla yapmalarını buyurduğu işler için RAB'be gönülden verilen sunu sundular.
ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
30 Musa İsrailliler'e, “Bakın!” dedi, “RAB Yahuda oymağından özellikle Hur oğlu Uri oğlu Besalel'i seçti.
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।
31 Beceri, anlayış, bilgi ve her türlü ustalık vermek için onu kendi Ruhu'yla doldurdu.
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
32 Öyle ki, altın, gümüş, tunç işleyerek ustaca yapıtlar üretsin;
ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
33 taş kesme ve kakmada, ağaç oymacılığında, her türlü sanat dalında çalışsın.
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
34 RAB ona ve Dan oymağından Ahisamak oğlu Oholiav'a öğretme yeteneği de verdi.
ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
35 Onlara üstün beceri verdi. Öyle ki, ustalık isteyen her türlü işte, oymacılıkta, lacivert, mor, kırmızı iplik ve ince keten yapmada, dokuma ve nakış işlerinde, her sanat dalında yaratıcı olsunlar.
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”