< Hezekiel 8 >

1 Sürgünlüğün altıncı yılı, altıncı ayın beşinci günü evde Yahuda'nın ileri gelenleriyle otururken Egemen RAB'bin eli bana dokundu.
ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।
2 Baktım, insana benzer birini gördüm: Görünüşü, belinden aşağısı ateşi andırıyor, belinden yukarısı maden gibi ışıldıyordu.
ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।
3 Eli andıran bir şey uzatıp beni saçlarımdan tuttu. Ruh beni yerle gök arasına kaldırdı ve Tanrı'dan gelen görümlerde Yeruşalim'e, iç avlunun kuzeye bakan kapısının giriş bölümüne götürdü. Tanrı'nın kıskançlığını uyandıran kıskançlık putu orada dikiliydi.
ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
4 Ovada gördüğüm görümdeki gibi, İsrail'in Tanrısı'nın görkemi oradaydı.
ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।
5 Sonra bana, “Ey insanoğlu, kuzeye bak!” dedi. Baktım, sunak kapısının kuzeye bakan giriş bölümünde duran kıskançlık putunu gördüm.
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା।
6 Bana, “İnsanoğlu, ne yaptıklarını görüyor musun?” dedi, “Tapınağımdan uzaklaşayım diye İsrail halkı çok iğrenç şeyler yapıyor. Bundan daha iğrenç şeyler göreceksin.”
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
7 Beni avlunun giriş bölümüne getirdi. Baktım, duvarda bir delik gördüm.
ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
8 Bana, “Haydi duvarı del, insanoğlu” dedi. Duvarı deldim, orada bir kapı gördüm.
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।”
9 Bana, “İçeri gir de burada yaptıkları kötü ve iğrenç şeyleri gör” dedi.
ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”
10 Böylece içeriye girip baktım. Duvarın her yanına çeşit çeşit sürüngen, iğrenç hayvan şekilleri ve İsrail halkının bütün putları oyulmuştu.
ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
11 İsrail ileri gelenlerinden yetmiş kişiyle Şafan oğlu Yaazanya orada, putların önünde duruyordu. Her birinin elinde bir buhurdan vardı; buhurun kokusu bulut gibi yükseliyordu.
ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
12 “İnsanoğlu, İsrail halkının ileri gelenlerinin kendi putlarının odalarında, karanlıkta neler yaptıklarını gördün mü?” dedi, “Onlar, ‘RAB bizi görmüyor, RAB ülkeyi bıraktı’ diyorlar.”
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
13 Bana yine, “Daha iğrenç şeyler yaptıklarını da göreceksin” dedi.
ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
14 Bundan sonra beni RAB'bin Tapınağı'nın kuzeye bakan kapısının giriş bölümüne götürdü. Orada oturup Tammuz için ağlayan kadınları gördüm.
ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।
15 Bana, “İnsanoğlu, bunu gördün mü? Bundan daha iğrenç şeyler de göreceksin” dedi.
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
16 Beni RAB'bin Tapınağı'nın iç avlusuna götürdü. Tapınağın girişinde, eyvanla sunak arasında yirmi beş kadar adam vardı. Sırtlarını RAB'bin Tapınağı'na, yüzlerini doğuya dönmüş, güneşe tapınıyorlardı.
ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
17 Bana, “İnsanoğlu, bunları gördün mü?” dedi, “Yahuda halkı burada yaptığı iğrenç şeyler yetmiyormuş gibi, ülkeyi zorbalıkla doldurup beni sürekli öfkelendiriyor. Bak, dalı nasıl burunlarına uzatıyorlar!
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
18 Bundan ötürü onlara öfkeyle davranacak, acımayacağım, onları esirgemeyeceğim. Yüksek sesle beni çağırsalar bile onları dinlemeyeceğim.”
ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”

< Hezekiel 8 >