< Yaratiliş 11 >

1 Başlangıçta dünyadaki bütün insanlar aynı dili konuşur, aynı sözleri kullanırlardı.
ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
2 Doğuya göçerlerken Şinar bölgesinde bir ova bulup oraya yerleştiler.
ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
3 Birbirlerine, “Gelin, tuğla yapıp iyice pişirelim” dediler. Taş yerine tuğla, harç yerine zift kullandılar.
ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
4 Sonra, “Kendimize bir kent kuralım” dediler, “Göklere erişecek bir kule dikip ün salalım. Böylece yeryüzüne dağılmayız.”
ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
5 RAB insanların yaptığı kentle kuleyi görmek için aşağıya indi.
ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
6 “Tek bir halk olup aynı dili konuşarak bunu yapmaya başladıklarına göre, düşündüklerini gerçekleştirecek, hiçbir engel tanımayacaklar” dedi,
ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
7 “Gelin, aşağı inip dillerini karıştıralım ki, birbirlerini anlamasınlar.”
ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
8 Böylece RAB onları yeryüzüne dağıtarak kentin yapımını durdurdu.
ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
9 Bu nedenle kente Babil adı verildi. Çünkü RAB bütün insanların dilini orada karıştırmış ve onları yeryüzünün dört bucağına dağıtmıştı.
ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
10 Sam'ın soyunun öyküsü: Tufandan iki yıl sonra Sam 100 yaşındayken oğlu Arpakşat doğdu.
ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
11 Arpakşat'ın doğumundan sonra Sam 500 yıl daha yaşadı. Başka oğulları, kızları oldu.
ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
12 Arpakşat 35 yaşındayken oğlu Şelah doğdu.
ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
13 Şelah'ın doğumundan sonra Arpakşat 403 yıl daha yaşadı. Başka oğulları, kızları oldu.
ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
14 Şelah 30 yaşındayken oğlu Ever doğdu.
ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
15 Ever'in doğumundan sonra Şelah 403 yıl daha yaşadı. Başka oğulları, kızları oldu.
ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
16 Ever 34 yaşındayken oğlu Pelek doğdu.
ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
17 Pelek'in doğumundan sonra Ever 430 yıl daha yaşadı. Başka oğulları, kızları oldu.
ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
18 Pelek 30 yaşındayken oğlu Reu doğdu.
ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
19 Reu'nun doğumundan sonra Pelek 209 yıl daha yaşadı. Başka oğulları, kızları oldu.
ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
20 Reu 32 yaşındayken oğlu Seruk doğdu.
ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
21 Seruk'un doğumundan sonra Reu 207 yıl daha yaşadı. Başka oğulları, kızları oldu.
ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
22 Seruk 30 yaşındayken oğlu Nahor doğdu.
ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
23 Nahor'un doğumundan sonra Seruk 200 yıl daha yaşadı. Başka oğulları, kızları oldu.
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
24 Nahor 29 yaşındayken oğlu Terah doğdu.
ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
25 Terah'ın doğumundan sonra Nahor 119 yıl daha yaşadı. Başka oğulları, kızları oldu.
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
26 Yetmiş yaşından sonra Terah'ın Avram, Nahor ve Haran adlı oğulları oldu.
ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
27 Terah soyunun öyküsü: Terah Avram, Nahor ve Haran'ın babasıydı. Haran'ın Lut adlı bir oğlu oldu.
ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
28 Haran, babası Terah henüz sağken, doğduğu ülkede, Kildaniler'in Ur Kenti'nde öldü.
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
29 Avram'la Nahor evlendiler. Avram'ın karısının adı Saray, Nahor'unkinin adı Milka'ydı. Milka Yiska'nın babası Haran'ın kızıydı.
ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
30 Saray kısırdı, çocuğu olmuyordu.
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
31 Terah, oğlu Avram'ı, Haran'ın oğlu olan torunu Lut'u ve Avram'ın karısı olan gelini Saray'ı yanına aldı. Kenan ülkesine gitmek üzere Kildaniler'in Ur Kenti'nden ayrıldılar. Harran'a gidip oraya yerleştiler.
ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
32 Terah iki yüz beş yıl yaşadıktan sonra Harran'da öldü.
ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।

< Yaratiliş 11 >