< Yaratiliş 19 >

1 İki melek akşamleyin Sodom'a vardılar. Lut kentin kapısında oturuyordu. Onları görür görmez karşılamak için ayağa kalktı. Yere kapanarak,
ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା
2 “Efendilerim” dedi, “Kulunuzun evine buyurun. Ayaklarınızı yıkayın, geceyi bizde geçirin. Sonra erkenden kalkıp yolunuza devam edersiniz.” Melekler, “Olmaz” dediler, “Geceyi kent meydanında geçireceğiz.”
“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
3 Ama Lut çok diretti. Sonunda onunla birlikte evine gittiler. Lut onlara yemek hazırladı, mayasız ekmek pişirdi. Yediler.
ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
4 Onlar yatmadan, kentin erkekleri –Sodom'un her mahallesinden genç yaşlı bütün erkekler– evi sardı.
ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।
5 Lut'a seslenerek, “Bu gece sana gelen adamlar nerede?” diye sordular, “Getir onları da yatalım.”
ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
6 Lut dışarı çıktı, arkasından kapıyı kapadı.
ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା,
7 “Kardeşler, lütfen bu kötülüğü yapmayın” dedi,
“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।
8 “Erkek yüzü görmemiş iki kızım var. Size onları getireyim, ne isterseniz yapın. Yeter ki, bu adamlara dokunmayın. Çünkü onlar konuğumdur, çatımın altına geldiler.”
ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।”
9 Adamlar, “Çekil önümüzden!” diye karşılık verdiler, “Adam buraya dışardan geldi, şimdi yargıçlık taslıyor! Sana daha beterini yaparız.” Lut'u ite kaka kapıyı kırmaya davrandılar.
ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋʼ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।
10 Ama içerdeki adamlar uzanıp Lut'u evin içine, yanlarına aldılar ve kapıyı kapadılar.
ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।
11 Kapıya dayanan adamları, büyük küçük hepsini kör ettiler. Öyle ki, adamlar kapıyı bulamaz oldu.
ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।
12 İçerdeki iki adam Lut'a, “Senin burada başka kimin var?” diye sordular, “Oğullarını, kızlarını, damatlarını, kentte sana ait kim varsa hepsini dışarı çıkar.
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏହି ସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏହି ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏହି ସ୍ଥାନରୁ ନେଇଯାଅ;
13 Çünkü burayı yok edeceğiz. RAB bu halk hakkında birçok kötü suçlama duydu, kenti yok etmek için bizi gönderdi.”
ଯେହେତୁ ଆମ୍ଭେମାନେ ଏହି ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏହି ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇଅଛନ୍ତି।”
14 Lut dışarı çıktı ve kızlarıyla evlenecek olan adamlara, “Hemen buradan uzaklaşın!” dedi, “Çünkü RAB bu kenti yok etmek üzere.” Ne var ki damat adayları onun şaka yaptığını sandılar.
ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
15 Tan ağarırken melekler Lut'a, “Karınla iki kızını al, hemen buradan uzaklaş” diye üstelediler, “Yoksa kent cezasını bulurken sen de canından olursun.”
ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
16 Lut ağır davrandı, ama RAB ona acıdı. Adamlar Lut'la karısının ve iki kızının elinden tutup onları kentin dışına çıkardılar.
ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।
17 Kent dışına çıkınca, adamlardan biri Lut'a, “Kaç, canını kurtar, arkana bakma” dedi, “Bu ovanın hiçbir yerinde durma. Dağa kaç, yoksa ölür gidersin.”
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
18 Lut, “Aman, efendim!” diye karşılık verdi,
ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୋ, ଏପରି ନ ହେଉ;
19 “Ben kulunuzdan hoşnut kaldınız, canımı kurtarmakla bana büyük iyilik yaptınız. Ama dağa kaçamam. Çünkü felaket bana yetişir, ölürüm.
ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।
20 İşte, şurada kaçabileceğim yakın bir kent var, küçücük bir kent. İzin verin, oraya kaçıp canımı kurtarayım. Zaten küçücük bir kent.”
ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?”
21 Adamlardan biri, “Peki, dileğini kabul ediyorum” dedi, “O kenti yıkmayacağım.
ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
22 Çabuk ol, hemen kaç! Çünkü sen oraya varmadan bir şey yapamam.” Bu yüzden o kente Soar adı verildi.
ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।
23 Lut Soar'a vardığında güneş doğmuştu.
ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।
24 RAB Sodom ve Gomora'nın üzerine gökten ateşli kükürt yağdırdı.
ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
25 Bu kentleri, bütün ovayı, oradaki insanların hepsini ve bütün bitkileri yok etti.
ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।
26 Ancak Lut'un peşisıra gelen karısı dönüp geriye bakınca tuz kesildi.
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
27 İbrahim sabah erkenden kalkıp önceki gün RAB'bin huzurunda durduğu yere gitti.
ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ
28 Sodom ve Gomora'ya ve bütün ovaya baktı. Yerden, tüten bir ocak gibi duman yükseliyordu.
ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
29 Tanrı ovadaki kentleri yok ederken İbrahim'i anımsamış ve Lut'un yaşadığı kentleri yok ederken Lut'u bu felaketin dışına çıkarmıştı.
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
30 Lut Soar'da kalmaktan korkuyordu. Bu yüzden iki kızıyla kentten ayrılarak dağa yerleşti, onlarla birlikte bir mağarada yaşamaya başladı.
ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।
31 Büyük kızı küçüğüne, “Babamız yaşlı” dedi, “Dünya geleneklerine uygun biçimde burada bizimle yatabilecek bir erkek yok.
ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ।
32 Gel, babamıza şarap içirelim, soyumuzu yaşatmak için onunla yatalım.”
ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”
33 O gece babalarına şarap içirdiler. Büyük kız gidip babasıyla yattı. Ancak Lut yatıp kalktığının farkında değildi.
ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
34 Ertesi gün büyük kız küçüğüne, “Dün gece babamla yattım” dedi, “Bu gece de ona şarap içirelim. Soyumuzu yaşatmak için sen de onunla yat.”
ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”
35 O gece de babalarına şarap içirdiler ve küçük kız babasıyla yattı. Ama Lut yatıp kalktığının farkında değildi.
ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
36 Böylece Lut'un iki kızı da öz babalarından hamile kaldılar.
ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ।
37 Büyük kız bir erkek çocuk doğurdu, ona Moav adını verdi. Moav bugünkü Moavlılar'ın atasıdır.
ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।
38 Küçük kızın da bir oğlu oldu, adını Ben-Ammi koydu. O da bugünkü Ammonlular'ın atasıdır.
ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।

< Yaratiliş 19 >