< Yaratiliş 37 >

1 Yakup babasının yabancı olarak kalmış olduğu Kenan ülkesinde yaşadı.
ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
2 Yakup soyunun öyküsü: Yusuf on yedi yaşında bir gençti. Babasının karıları Bilha ve Zilpa'dan olan üvey kardeşleriyle birlikte sürü güdüyordu. Kardeşlerinin yaptığı kötülükleri babasına ulaştırırdı.
ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
3 İsrail Yusuf'u öbür oğullarının hepsinden çok severdi. Çünkü Yusuf onun yaşlılığında doğmuştu. Yusuf'a uzun, renkli bir giysi yaptırmıştı.
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
4 Yusuf'un kardeşleri babalarının onu kendilerinden çok sevdiğini görünce, ondan nefret ettiler. Yusuf'a tatlı söz söylemez oldular.
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
5 Yusuf bir düş gördü. Bunu kardeşlerine anlatınca, ondan daha çok nefret ettiler.
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
6 Yusuf, “Lütfen gördüğüm düşü dinleyin!” dedi,
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
7 “Tarlada demet bağlıyorduk. Ansızın benim demetim kalkıp dikildi. Sizinkilerse, çevresine toplanıp önünde eğildiler.”
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8 Kardeşleri, “Başımıza kral mı olacaksın? Bizi sen mi yöneteceksin?” dediler. Düşlerinden, söylediklerinden ötürü ondan büsbütün nefret ettiler.
ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
9 Yusuf bir düş daha görüp kardeşlerine anlattı. “Dinleyin, bir düş daha gördüm” dedi, “Güneş, ay ve on bir yıldız önümde eğildiler.”
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
10 Yusuf babasıyla kardeşlerine bu düşü anlatınca, babası onu azarladı: “Ne biçim düş bu?” dedi, “Ben, annen, kardeşlerin gelip önünde yere mi eğileceğiz yani?”
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
11 Kardeşleri Yusuf'u kıskanıyordu, ama bu olay babasının aklına takıldı.
ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
12 Bir gün Yusuf'un kardeşleri babalarının sürüsünü gütmek için Şekem'e gittiler.
ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
13 İsrail Yusuf'a, “Kardeşlerin Şekem'de sürü güdüyorlar” dedi, “Gel seni de onların yanına göndereyim.” Yusuf, “Hazırım” diye yanıtladı.
ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
14 Babası, “Git kardeşlerine ve sürüye bak” dedi, “Her şey yolunda mı, değil mi, bana haber getir.” Böylece onu Hevron Vadisi'nden gönderdi. Yusuf Şekem'e vardı.
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
15 Kırda dolaşırken bir adam onu görüp, “Ne arıyorsun?” diye sordu.
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
16 Yusuf, “Kardeşlerimi arıyorum” diye yanıtladı, “Buralarda sürü güdüyorlar. Nerede olduklarını biliyor musun?”
ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
17 Adam, “Buradan ayrıldılar” dedi, “‘Dotan'a gidelim’ dediklerini duydum.” Böylece Yusuf kardeşlerinin peşinden gitti ve Dotan'da onları buldu.
ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
18 Kardeşleri onu uzaktan gördüler. Yusuf yanlarına varmadan, onu öldürmek için düzen kurdular.
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
19 Birbirlerine, “İşte düş hastası geliyor” dediler,
ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
20 “Hadi onu öldürüp kuyulardan birine atalım. Yabanıl bir hayvan yedi deriz. Bakalım o zaman düşleri ne olacak!”
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
21 Ruben bunu duyunca Yusuf'u kurtarmaya çalıştı: “Canına kıymayın” dedi,
ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
22 “Kan dökmeyin. Onu şu ıssız yerdeki kuyuya atın, ama kendisine dokunmayın.” Amacı Yusuf'u kurtarıp babasına geri götürmekti.
ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
23 Yusuf yanlarına varınca, kardeşleri sırtındaki renkli uzun giysiyi çekip çıkardılar
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
24 ve onu susuz, boş bir kuyuya attılar.
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
25 Yemek yemek için oturduklarında, Gilat yönünden bir İsmaili kervanının geldiğini gördüler. Develeri kitre, pelesenk, laden yüklüydü. Mısır'a gidiyorlardı.
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
26 Yahuda, kardeşlerine, “Kardeşimizi öldürür, suçumuzu gizlersek ne kazanırız?” dedi,
ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
27 “Gelin onu İsmaililer'e satalım. Böylece canına dokunmamış oluruz. Çünkü o kardeşimizdir, aynı kanı taşıyoruz.” Kardeşleri kabul etti.
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
28 Midyanlı tüccarlar oradan geçerken, kardeşleri Yusuf'u kuyudan çekip çıkardılar, yirmi gümüşe İsmaililer'e sattılar. İsmaililer Yusuf'u Mısır'a götürdüler.
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
29 Kuyuya geri dönen Ruben Yusuf'u orada göremeyince üzüntüden giysilerini yırttı.
ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
30 Kardeşlerinin yanına gidip, “Çocuk orada yok” dedi, “Ne yapacağım şimdi ben?”
ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31 Bunun üzerine bir teke keserek Yusuf'un renkli uzun giysisini kanına buladılar.
ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
32 Giysiyi babalarına götürerek, “Bunu bulduk” dediler, “Bak, bakalım, oğlunun mu, değil mi?”
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
33 Yakup giysiyi tanıdı, “Evet, bu oğlumun giysisi” dedi, “Onu yabanıl bir hayvan yemiş olmalı. Yusuf'u parçalamış olsa gerek.”
ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
34 Yakup üzüntüden giysilerini yırttı, beline çul sardı, oğlu için uzun süre yas tuttu.
ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
35 Bütün oğulları, kızları onu avutmaya çalıştılarsa da o avunmak istemedi. “Oğlumun yanına, ölüler diyarına yas tutarak gideceğim” diyerek oğlu için ağlamaya devam etti. (Sheol h7585)
ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol h7585)
36 Bu arada Midyanlılar da Yusuf'u Mısır'da firavunun bir görevlisine, muhafız birliği komutanı Potifar'a sattılar.
ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।

< Yaratiliş 37 >