< Yaratiliş 8 >

1 Sonra Tanrı Nuh'u ve gemideki evcil ve yabanıl hayvanları anımsadı. Yeryüzünde bir rüzgar estirdi, sular alçalmaya başladı.
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
2 Enginlerin kaynakları, göklerin kapakları kapandı. Yağmur dindi.
ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
3 Sular yeryüzünden çekilmeye başladı. Yüz elli gün geçtikten sonra sular azaldı.
ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
4 Gemi yedinci ayın on yedinci günü Ararat dağlarına oturdu.
ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।
5 Sular onuncu aya kadar sürekli azaldı. Onuncu ayın birinde dağların doruğu göründü.
ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
6 Kırk gün sonra Nuh yapmış olduğu geminin penceresini açtı.
ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;
7 Kuzgunu dışarı gönderdi. Kuzgun sular kuruyuncaya kadar dönmedi, uçup durdu.
ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।
8 Bunun üzerine Nuh suların yeryüzünden çekilip çekilmediğini anlamak için güvercini gönderdi.
ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
9 Güvercin konacak bir yer bulamadı, çünkü her yer suyla kaplıydı. Gemiye, Nuh'un yanına döndü. Nuh uzanıp güvercini tuttu ve gemiye, yanına aldı.
ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
10 Yedi gün daha bekledi, sonra güvercini yine dışarı saldı.
ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
11 Güvercin gagasında yeni kopmuş bir zeytin yaprağıyla akşamleyin geri döndü. O zaman Nuh suların yeryüzünden çekilmiş olduğunu anladı.
ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
12 Yedi gün daha bekledikten sonra güvercini yine gönderdi. Bu kez güvercin geri dönmedi.
ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
13 Nuh altı yüz bir yaşındayken, birinci ayın birinde yeryüzündeki sular kurudu. Nuh geminin üstündeki kapağı kaldırınca toprağın kurumuş olduğunu gördü.
(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
14 İkinci ayın yirmi yedinci günü toprak tümüyle kurumuştu.
ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।
15 Tanrı Nuh'a, “Karın, oğulların ve gelinlerinle birlikte gemiden çık” dedi,
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,
“ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।
17 “Kendinle birlikte bütün canlıları, kuşları, hayvanları, sürüngenleri de çıkar. Üresinler, verimli olsunlar, yeryüzünde çoğalsınlar.”
ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
18 Nuh karısı, oğulları ve gelinleriyle birlikte gemiden çıktı.
ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
19 Bütün hayvanlar, sürüngenler, kuşlar, yeryüzünde yaşayan her tür canlı da gemiyi terk etti.
ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
20 Nuh RAB'be bir sunak yaptı. Orada bütün temiz sayılan hayvanlarla kuşlardan yakmalık sunular sundu.
ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
21 Güzel kokudan hoşnut olan RAB içinden şöyle dedi: “İnsanlar yüzünden yeryüzünü bir daha lanetlemeyeceğim. Çünkü insan yüreğindeki eğilimler çocukluğundan beri kötüdür. Şimdi yaptığım gibi bütün canlıları bir daha yok etmeyeceğim.
ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
22 “Dünya durdukça Ekin ekmek, biçmek, Sıcak, soğuk, Yaz, kış, Gece, gündüz hep var olacaktır.”
ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”

< Yaratiliş 8 >

A Dove is Sent Forth from the Ark
A Dove is Sent Forth from the Ark