< Hagay 1 >

1 Kral Darius'un krallığının ikinci yılında, altıncı ayın birinci günü RAB Peygamber Hagay aracılığıyla Şealtiel'in torunu Yahuda Valisi Zerubbabil ve Yehosadak oğlu Başkâhin Yeşu'ya seslendi:
ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2 “Her Şeye Egemen RAB diyor ki, ‘Bu halk, RAB'bin Tapınağı'nı yeniden kurmak için vakit daha gelmedi diyor.’”
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3 Sonra RAB, Peygamber Hagay aracılığıyla şöyle seslendi:
ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4 “Bu tapınak yıkık durumdayken, sizin ağaç kaplamalı evlerinizde oturmanızın sırası mı?”
“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5 Her Şeye Egemen RAB diyor ki, “Şimdi tuttuğunuz yolları iyi düşünün!
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6 Çok ektiniz ama az biçtiniz; yiyorsunuz ama doyamıyorsunuz, içiyorsunuz ama neşelenemiyorsunuz; giyiniyorsunuz ama ısınamıyorsunuz; ücretinizi alıyorsunuz ama paranızı sanki delik keseye koyuyorsunuz.”
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
7 Her Şeye Egemen RAB, “Tuttuğunuz yolları iyi düşünün!” diyor, “Dağlara çıkıp kütük getirin, tapınağı yeniden kurun. Öyle ki, ondan hoşnut olayım, yüceltileyim.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9 Bol ürün umdunuz ama az topladınız. Eve ne getirdiyseniz üfleyip dağıttım. Acaba neden?” Böyle soruyor Her Şeye Egemen RAB. “Yıkık duran tapınağımdan ötürü! Oysa hepiniz kendi evinizle uğraşıyorsunuz.
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10 İşte bunun içindir ki, gök çiyini, toprak ürününü sizden esirgiyor.
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11 Ülkeyi –dağlarını, tahılını, yeni şarabını, zeytinyağını, toprağın verdiği ürünleri, insanlarını, hayvanlarını, ellerinizin bütün emeğini– kuraklıkla cezalandırdım.”
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12 Şealtiel'in torunu Zerubbabil, Yehosadak oğlu Başkâhin Yeşu ve sürgünden dönen halkın tümü Tanrıları RAB'bin sözüne, O'nun tarafından gönderilen Peygamber Hagay'ın sözlerine kulak verdiler. Halk RAB'den korktu.
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13 Sonra RAB'bin ulağı Hagay, RAB'bin şu sözlerini halka bildirdi: “RAB, ‘Ben sizinle birlikteyim’ diyor.”
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
14 Böylece RAB Şealtiel'in torunu Yahuda Valisi Zerubbabil'i, Yehosadak oğlu Başkâhin Yeşu'yu ve sürgünden dönen halkın tümünü bu konuda harekete geçirdi. Darius'un krallığının ikinci yılında, altıncı ayın yirmi dördüncü günü gelip Tanrıları Her Şeye Egemen RAB'bin Tapınağı'nda işe başladılar.
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

< Hagay 1 >