< Yeşaya 29 >
1 Ariel, Ariel, Davut'un ordugah kurduğu kent, vay haline! Sen yıla yıl kat, bayramların süredursun.
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
2 Ama seni sıkıntıya sokacağım. Feryat, figan edeceksin, Benim için sunak ocağı gibi olacaksın.
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
3 Sana karşı çepeçevre ordugah kuracak, Çevreni rampalarla, kulelerle kuşatacağım.
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
4 Alçaltılacaksın, yerin altından konuşacak, Toz toprak içinden boğuk boğuk sesleneceksin. Sesin ölü sesi gibi yerden, Sözlerin fısıltı gibi toprağın içinden çıkacak.
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ ଫୁସ୍ ଶବ୍ଦ ଉଠିବ।
5 Ama sayısız düşmanların ince toz, Acımasız orduları savrulmuş saman ufağı gibi olacak. Bir anda, ansızın,
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ।
6 Her Şeye Egemen RAB gök gürlemesiyle, Depremle, büyük gümbürtü, kasırga ve fırtınayla, Her şeyi yiyip bitiren ateş aleviyle seni cezalandıracak.
ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
7 Sonra Ariel'e karşı savaşan çok sayıda ulus, Ona ve kalesine saldıranların hepsi, Onu sıkıntıya sokanlar bir rüya gibi, Gece görülen görüm gibi yok olup gidecekler.
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
8 Rüyada yemek yediğini gören aç kişi, Uyandığında hâlâ açtır; Rüyada su içtiğini gören susuz kişi, Uyandığında susuzluktan hâlâ baygındır. İşte Siyon Dağı'na karşı savaşan Kalabalık uluslar da böyle olacak.
ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
9 Şaşırın, şaşkına dönün, Kendinizi kör edin, görmez olun. Şarap içmeden sarhoş olun, İçki içmeden sendeleyin.
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
10 Çünkü RAB size uyuşukluk ruhu verdi; Gözlerinizi mühürledi, ey peygamberler, Başlarınızı örttü, ey biliciler.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
11 Sizin için bütün görüm Mühürlenmiş bir kitabın sözleri gibi oldu. İnsanlar böyle bir kitabı Okuma bilen birine verip, “Rica etsek şunu okur musun?” diye sorduklarında, “Okuyamam, çünkü mühürlenmiş” yanıtını alırlar.
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
12 Kitabı okuma bilmeyen birine verip, “Rica etsek şunu okur musun?” diye sorduklarında ise, “Okuma bilmem” yanıtını alırlar.
ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
13 Rab diyor ki, “Bu halk bana yaklaşıp Ağızlarıyla, dudaklarıyla beni sayar, Ama yürekleri benden uzak. Benden korkmaları da İnsanlardan öğrendikleri buyrukların sonucudur.
ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।
14 Onun için ben de bu halkın arasında yine bir harika, Evet, şaşılacak bir şey yapacağım. Bilgelerin bilgeliği yok olacak, Akıllının aklı duracak.”
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”
15 Tasarılarını RAB'den gizlemeye uğraşanların vay haline! Karanlıkta iş gören bu adamlar, “Bizi kim görecek, kim tanıyacak?” diye düşünürler.
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”
16 Ne kadar ters düşünceler! Çömlekçi balçıkla bir tutulur mu? Yapı, kendini yapan için, “Beni o yapmadı” diyebilir mi? Çömlek kendine biçim veren için, “O bir şeyden anlamaz” diyebilir mi?
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”
17 Lübnan pek yakında meyve bahçesine, Meyve bahçesi ormana dönmeyecek mi?
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?
18 O gün sağırlar kitabın sözlerini işitecek, Körler koyu karanlıkta görecek.
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
19 Düşkünlerin RAB'de buldukları sevinç artacak, Yoksullar İsrail'in Kutsalı sayesinde coşacak.
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
20 Çünkü acımasızlar yok olacak, alaycılar silinecek, Kötülüğe fırsat kollayanların hepsi kesilip atılacak.
କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
21 Onlar ki, insanı tek sözle davasında suçlu çıkarır, Kent kapısında haksızı azarlayana tuzak kurar, Yok yere haklının hakkını çiğnerler.
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
22 Bundan dolayı, İbrahim'i kurtarmış olan RAB Yakup soyuna diyor ki, “Yakup soyu artık utanmayacak, Yüzleri korkudan sararmayacak.
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
23 Elimin yapıtı olan çocuklarını Aralarında gördüklerinde Adımı kutsal sayacaklar; Evet, Yakup'un Kutsalı'nı kutsal sayacak, İsrail'in Tanrısı'ndan korkacaklar.
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
24 Yoldan sapmış olanlar kavrayışa, Yakınıp duranlar bilgiye kavuşacak.”
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”