< Yeşaya 41 >
1 RAB diyor ki, “Susun karşımda, ey kıyı halkları! Halklar güçlerini tazelesin, Öne çıkıp konuşsunlar. Yargı için bir araya gelelim.
ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।
2 “Doğudan adaleti harekete geçiren, Hizmete koşan kim? Ulusları önüne katıyor, krallara baş eğdiriyor. Kılıcıyla toz ediyor onları, Yayıyla savrulan samana çeviriyor.
ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
3 Kovalıyor onları, Ayak basmadığı bir yoldan esenlikle geçiyor.
ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।
4 Bunları yapıp gerçekleştiren, Kuşakları başlangıçtan beri çağıran kim? Ben RAB, ilkim; sonuncularla da yine Ben olacağım.”
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
5 Kıyı halkları bunu görüp korktu. Dünyanın dört bucağı titriyor. Yaklaşıyor, geliyorlar.
ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।
6 Herkes komşusuna yardım ediyor, Kardeşine, “Güçlü ol” diyor.
ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।
7 Zanaatçı kuyumcuyu yüreklendiriyor, Madeni çekiçle düzleyen, “Lehim iyi oldu” diyerek örse vuranı yüreklendiriyor. Kımıldamasın diye putu yerine çiviliyor.
ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।
8 “Ama sen, ey kulum İsrail, Seçtiğim Yakup soyu, Dostum İbrahim'in torunları!
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
9 Sizleri dünyanın dört bucağından topladım, En uzak yerlerden çağırdım. Dedim ki, ‘Sen kulumsun, seni seçtim, Seni reddetmedim.’
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”
10 Korkma, çünkü ben seninleyim, Yılma, çünkü Tanrın benim. Seni güçlendireceğim, evet, sana yardım edeceğim; Zafer kazanan sağ elimle sana destek olacağım.
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
11 “Sana öfkelenenlerin hepsi utanacak, rezil olacak. Sana karşı çıkanlar hiçe sayılıp yok olacak.
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
12 Seninle çekişenleri arasan da bulamayacaksın. Seninle savaşanlar hiçten beter olacak.
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
13 Çünkü sağ elinden tutan, ‘Korkma, sana yardım edeceğim’ diyen Tanrın RAB benim.
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”
14 “Ey Yakup soyu, toprak kurdu, Ey İsrail halkı, korkma! Sana yardım edeceğim” diyor RAB, Seni kurtaran İsrail'in Kutsalı.
ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
15 “İşte, seni dişli, keskin, yepyeni bir harman düveni yaptım. Harman edip ufalayacaksın dağları, Tepeleri samana çevireceksin.
ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।
16 Onları savurduğunda rüzgar alıp götürecek, Darmadağın edecek hepsini kasırga. Sense RAB'de sevinç bulacak, İsrail'in Kutsalı'yla övüneceksin.
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
17 “Düşkünlerle yoksullar su arıyor, ama yok. Dilleri kurumuş susuzluktan. Ben RAB, onları yanıtlayacağım, Ben, İsrail'in Tanrısı, onları bırakmayacağım.
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
18 Çıplak tepeler üzerinde ırmaklar, Vadilerde su kaynakları yapacağım. Çölü havuza, Kurak toprağı pınara çevireceğim.
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
19 Çölü sedir, akasya, Mersin ve iğde ağaçlarına kavuşturacağım. Bozkıra çam, köknar Ve selviyi bir arada dikeceğim.
ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
20 Öyle ki, insanlar görüp bilsinler, Hep birlikte düşünüp anlasınlar ki, Bütün bunları RAB'bin eli yapmış, İsrail'in Kutsalı yaratmıştır.”
ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।
21 “Davanızı sunun” diyor RAB, “Kanıtlarınızı ortaya koyun” diyor Yakup'un Kralı,
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”
22 “Putlarınızı getirin de olacakları bildirsinler bize. Olup bitenleri bildirsinler ki düşünelim, Sonuçlarını bilelim. Ya da gelecekte olacakları duyursunlar bize.
ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
23 Ey putlar, bundan sonra olacakları bize bildirin de, İlah olduğunuzu bilelim! Haydi bir iyilik ya da kötülük edin de, Hepimiz korkup dehşete düşelim.
ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।
24 Siz de yaptıklarınız da hiçten betersiniz, Sizi yeğleyen iğrençtir.
ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
25 “Kuzeyden birini harekete geçirdim, geliyor, Gün doğusundan beni adımla çağıran biri. Çömlekçinin balçığı çiğnediği gibi, Önderleri çamur gibi çiğneyecek ayağıyla.
ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
26 Hanginiz bunu başlangıçtan bildirdi ki, bilelim, Kim önceden bildirdi ki, ‘Haklısın’ diyelim? Konuştuğunuzu bildiren de Duyuran da Duyan da olmadı hiç.
ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।
27 Siyon'a ilk, ‘İşte, geldiler’ diyen benim. Yeruşalim'e müjdeci gönderdim.
ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।
28 Bakıyorum, aralarında öğüt verebilecek kimse yok ki, Onlara danışayım, onlar da yanıtlasınlar.
ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
29 Hepsi bomboş, yaptıkları da bir hiç. Halkın putları yalnızca yeldir, sıfırdır.”
ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।