< Yeşaya 52 >

1 Uyan, ey Siyon, uyan, kudretini kuşan. Ey Yeruşalim, kutsal kent, güzel giysilerini giy. Çünkü sünnetsizlerle murdarlar Kapılarından asla içeri girmeyecek artık.
ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
2 Üzerindeki tozu silk! Kalk, ey Yeruşalim, tahtına otur, Boynundaki zinciri çöz, Ey Siyon, tutsak kız.
ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
3 RAB diyor ki, “Karşılıksız satılmıştınız, Parasız kurtulacaksınız.”
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।
4 Egemen RAB diyor ki, “Halkım gurbette yaşamak için önce Mısır'a inmişti. Şimdi de Asurlular onları ezdi.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।
5 Halkım boş yere alınıp götürüldü, Benim burayla ne ilgim kaldı?” diyor RAB, “Yöneticileri feryat ediyor, Adıma günboyu sövülüyor” diyor RAB.
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
6 “Bundan ötürü halkım adımı bilecek, O gün, ‘İşte ben’ diyenin ben olduğumu anlayacak.”
ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”
7 Dağları aşıp gelen müjdecinin ayakları ne güzeldir! O müjdeci ki, esenlik duyuruyor. İyilik müjdesi getiriyor, kurtuluş haberi veriyor. Siyon halkına, “Tanrınız egemenlik sürüyor!” diye ilan ediyor.
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
8 Dinleyin! Bekçileriniz seslerini yükseltiyor, Hep birlikte sevinçle haykırıyorlar. Çünkü RAB'bin Siyon'a dönüşünü gözleriyle görmekteler!
ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
9 Ey Yeruşalim yıkıntıları, Hep birlikte sevinçle haykırıp bağırın! Çünkü RAB halkını avuttu, Yeruşalim'i kurtardı.
ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
10 Bütün ulusların gözü önünde Kutsal kolunu sıvadı, Dünyanın dört bucağı Tanrımız'ın kurtarışını görecek.
ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
11 Çekilin, çekilin, oradan çıkın, Murdara dokunmayın. Oradan çıkıp temizlenin, Ey RAB'be tapınma araçlarını taşıyan sizler!
ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
12 Aceleyle çıkmayacak, Kaçıp gitmeyeceksiniz; Çünkü RAB önünüzden gidecek, İsrail'in Tanrısı artçınız olacak.
କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।
13 Bakın, kulum başarılı olacak; Üstün olacak, el üstünde tutulup alabildiğine yüceltilecek.
ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହାମହିମ ହେବେ।
14 Birçokları onun karşısında dehşete düşüyor; Biçimi, görünüşü öyle bozuldu ki, İnsana benzer yanı kalmadı;
ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
15 Pek çok ulus ona şaşacak, Onun önünde kralların ağızları kapanacak. Çünkü kendilerine anlatılmamış olanı görecek, Duymadıklarını anlayacaklar.
ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।

< Yeşaya 52 >