< Yeremya 33 >

1 Yeremya muhafız avlusunda tutukluyken, RAB ona ikinci kez seslendi:
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
2 “Dünyayı yaratan, yerini alsın diye ona biçim veren, adı RAB olan şöyle diyor:
“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
3 ‘Bana yakar da seni yanıtlayayım; bilmediğin büyük, akıl almaz şeyleri sana bildireyim.’
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
4 Kuşatma rampalarına, kılıca karşı siper olsun diye bu kentin yıkılmış olan evleriyle Yahuda krallarının sarayları için İsrail'in Tanrısı RAB şöyle diyor:
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
5 ‘Kildaniler savaşmak, evleri öfke ve kızgınlıkla vurduğum insanların cesetleriyle doldurmak üzere gelecekler. O insanlar ki, yaptıkları kötülükler yüzünden bu kentten yüzümü çevirdim.
ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।
6 “‘Yine de bu kenti iyileştirip sağlığa kavuşturacağım. Halkına şifa verecek, bol esenlik, güvenlik içinde yaşamalarını sağlayacağım.
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
7 Yahuda'yı ve İsrail'i eski gönencine kavuşturacak, önceden olduğu gibi bina edeceğim.
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
8 Onları bana karşı işledikleri bütün günahlardan arındıracak, bana karşı işledikleri günahları da isyanlarını da bağışlayacağım.
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।
9 Dünyadaki bütün ulusların önünde bu kent benim için sevinç, övgü ve onur kaynağı olacak. Bu uluslar Yeruşalim halkına yaptığım iyilikleri, sağladığım gönenci duyunca, korkuya kapılıp titreyecekler.’
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
10 “RAB şöyle diyor: ‘Bu kent viran olmuş, insansız, hayvansız kalmış diyorsunuz. Ne var ki, terk edilmiş, insansız, hayvansız Yahuda kentlerinde, Yeruşalim sokaklarında sevinç ve neşe sesi, gelin güvey sesi, RAB'bin Tapınağı'na şükran sunuları getirenlerin sesi yine duyulacak: ‘Her Şeye Egemen RAB'be şükredin, Çünkü O iyidir, Sevgisi sonsuza dek kalıcıdır. Çünkü ülkeyi eski gönencine kavuşturacağım’ diyor RAB.
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
12 “Her Şeye Egemen RAB diyor ki, ‘Viran olmuş, insansız, hayvansız kalmış bu ülkenin bütün kentlerinde çobanların sürülerini dinlendireceği otlaklar olacak yeniden.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।
13 Dağlık bölgede, Şefela, Negev, Benyamin bölgesindeki kentlerde, Yeruşalim'in çevresindeki köylerde, Yahuda kentlerinde çoban değneğinin altından geçen sürüler olacak’ diyor RAB.
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।
14 “‘İsrail ve Yahuda halkına verdiğim güzel sözü yerine getireceğim günler geliyor’ diyor RAB.
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
15 “‘O günlerde, o zamanda, Davut için doğru bir dal yetiştireceğim; Ülkede adil ve doğru olanı yapacak.
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।
16 O günlerde Yahuda kurtulacak, Yeruşalim güvenlik içinde yaşayacak. O, Yahve sidkenu adıyla anılacak.’
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।
17 RAB şöyle diyor: ‘İsrail tahtı üzerinde oturan Davut soyunun ardı arkası kesilmeyecek.
କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
18 Levili kâhinlerden önümde yakmalık sunu sunacak, tahıl sunusu yakacak, kurban kesecek biri hiç eksik olmayacak.’”
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
19 RAB Yeremya'ya şöyle seslendi:
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
20 “RAB diyor ki, ‘Eğer belirlenmiş zamanlarda gece ve gündüz olması için gece ve gündüzle yaptığım antlaşma bozulabilirse, tahtında oturan oğulları krallık yapsın diye kulum Davut'la ve bana hizmet eden Levili kâhinlerle yaptığım antlaşma da ancak o zaman bozulabilir.
“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
22 Kulum Davut'un soyunu ve bana hizmet eden Levililer'i sayılamaz gök cisimleri kadar, ölçülemez deniz kumu kadar çoğaltacağım.’”
ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”
23 RAB Yeremya'ya şöyle seslendi:
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
24 “Bu halkın, ‘RAB seçtiği iki aileyi de reddetti’ dediğini görmüyor musun? Halkımı öyle küçümsüyorlar ki, artık bir ulus saymıyorlar onu.
“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।
25 RAB diyor ki, ‘Gece ve gündüzle bir antlaşma yapıp yerin, göğün kurallarını saptamasaydım,
ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
26 Yakup soyuyla kulum Davut'u da reddeder, Davut'un oğullarından birinin İbrahim, İshak, Yakup soyuna krallık etmesini sağlamazdım. Ama ben onları eski gönençlerine kavuşturacak, onlara acıyacağım.’”
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”

< Yeremya 33 >