< Yuhanna 15 >

1 “Ben gerçek asmayım ve Babam bağcıdır.
“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।
2 Bende meyve vermeyen her çubuğu kesip atar, meyve veren her çubuğu ise daha çok meyve versin diye budayıp temizler.
ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
3 Size söylediğim sözle siz şimdiden temizsiniz.
ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।
4 Bende kalın, ben de sizde kalayım. Çubuk asmada kalmazsa kendiliğinden meyve veremez. Bunun gibi, siz de bende kalmazsanız meyve veremezsiniz.
ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
5 Ben asmayım, siz çubuklarsınız. Bende kalan ve benim kendisinde kaldığım kişi çok meyve verir. Bensiz hiçbir şey yapamazsınız.
ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
6 Bir kimse bende kalmazsa, çubuk gibi dışarı atılır ve kurur. Böylelerini toplar, ateşe atıp yakarlar.
କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
7 Eğer bende kalırsanız ve sözlerim sizde kalırsa, ne isterseniz dileyin, size verilecektir.
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
8 Babam çok meyve vermenizle yüceltilir. Böylelikle öğrencilerim olursunuz.
ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
9 “Baba'nın beni sevdiği gibi, ben de sizi sevdim. Benim sevgimde kalın.
ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
10 Eğer buyruklarımı yerine getirirseniz sevgimde kalırsınız, tıpkı benim de Babam'ın buyruklarını yerine getirdiğim ve sevgisinde kaldığım gibi...
ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
11 Bunları size, sevincim sizde olsun ve sevinciniz tamamlansın diye söyledim.
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
12 Benim buyruğum şudur: Sizi sevdiğim gibi birbirinizi sevin.
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
13 Hiç kimsede, insanın, dostları uğruna canını vermesinden daha büyük bir sevgi yoktur.
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
14 Size buyurduklarımı yaparsanız, benim dostlarım olursunuz.
ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
15 Artık size kul demiyorum. Çünkü kul efendisinin ne yaptığını bilmez. Size dost dedim. Çünkü Babam'dan bütün işittiklerimi size bildirdim.
ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।
16 Siz beni seçmediniz, ben sizi seçtim. Gidip meyve veresiniz, meyveniz de kalıcı olsun diye sizi ben atadım. Öyle ki, benim adımla Baba'dan ne dilerseniz size versin.
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
17 Size şu buyruğu veriyorum: Birbirinizi sevin!”
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
18 “Dünya sizden nefret ederse, sizden önce benden nefret etmiş olduğunu bilin.
“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
19 Dünyadan olsaydınız, dünya kendisine ait olanı severdi. Ne var ki, dünyanın değilsiniz; ben sizi dünyadan seçtim. Bunun için dünya sizden nefret ediyor.
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
20 Size söylediğim sözü hatırlayın: ‘Köle efendisinden üstün değildir.’ Bana zulmettilerse, size de zulmedecekler. Benim sözüme uydularsa, sizinkine de uyacaklar.
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
21 Bütün bunları size benim adımdan ötürü yapacaklar. Çünkü beni göndereni tanımıyorlar.
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
22 Eğer gelmemiş ve onlara söylememiş olsaydım, günahları olmazdı; ama şimdi günahları için özürleri yoktur.
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ।
23 Benden nefret eden, Babam'dan da nefret eder.
ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ।
24 Başka hiç kimsenin yapmadığı işleri onların arasında yapmamış olsaydım, günahları olmazdı. Şimdiyse yaptıklarımı gördükleri halde hem benden hem de Babam'dan nefret ettiler.
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
25 Bu, yasalarında yazılı, ‘Yok yere benden nefret ettiler’ sözü yerine gelsin diye oldu.
‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।
26 “Baba'dan size göndereceğim Yardımcı, yani Baba'dan çıkan Gerçeğin Ruhu geldiği zaman, bana tanıklık edecek.
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
27 Siz de tanıklık edeceksiniz. Çünkü başlangıçtan beri benimle birliktesiniz.
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”

< Yuhanna 15 >